ଆଜିର ରାଶିଫଳ: ହସଖୁସିରେ କଟିବ ଦିନ, କେବଳ ଏହି ୩ ରାଶିରେ ଅଛି ଘାତବାର
Advertisement

ଆଜିର ରାଶିଫଳ: ହସଖୁସିରେ କଟିବ ଦିନ, କେବଳ ଏହି ୩ ରାଶିରେ ଅଛି ଘାତବାର

ମେଷ: ଦେହ ଓ ମନ ଭଲ ରହିବ । କର୍ମ ଚଞ୍ଚଳ ରହିବେ । କର୍ମ କ୍ଷେତ୍ରରେ ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଅକସ୍ମାତ ଧନପ୍ରାପ୍ତିର ଯୋଗ ରହୁଛି । ବ୍ୟବସାୟରେ ସଫଳତା ପାଇବେ । ଆଇନ୍‌, ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ । 

ପ୍ରତିକାତ୍ମକ ଫଟୋ

ମେଷ: ଦେହ ଓ ମନ ଭଲ ରହିବ । କର୍ମ ଚଞ୍ଚଳ ରହିବେ । କର୍ମ କ୍ଷେତ୍ରରେ ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଅକସ୍ମାତ ଧନପ୍ରାପ୍ତିର ଯୋଗ ରହୁଛି । ବ୍ୟବସାୟରେ ସଫଳତା ପାଇବେ । ଆଇନ୍‌, ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ । 

ବୃଷ: ଦେହ ସୁସ୍ଥ ରହିବ । ମନ ପ୍ରସନ୍ନ ରହିବ । ସମସ୍ତ କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ବ୍ୟବସାୟରେ ଅଭିବୃଦ୍ଧି ଦେଖାଦେବ । ସନ୍ତାନଙ୍କ ସଫଳତାରେ ଆତ୍ମ ସନ୍ତୋଷ ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କ  ମଧୁର ହେବ । 

ମିଥୁନ: ସାମୟିକ ଶରୀର ପୀଡା ଭୋଗିବେ । କୌଣସି ବାଦ ବିବାଦରେ ଜଡିତ ହେବେ । ଧାର କରଜ ଆଦି କରିପାରନ୍ତି । ବ୍ୟବସାୟ ସ୍ୱଳ୍ପ ଲାଭ ଯୁକ୍ତ ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ । 

କର୍କଟ: ମନ ଅସ୍ଥିର ରହିବ । ଆୟା ବାଧାପ୍ରତ୍ତ ହେବ । ପଡୋଶୀ ମାନଙ୍କ  ସହ ମନାନ୍ତର ହେଖା ଦେବ ।କର୍ମ କ୍ଷେତ୍ରରେ ଅଶାନ୍ତି ଦେଖା ଦେବ ।  ବ୍ୟବସାୟ ସ୍ୱଳ୍ପ ଲାଭ ହେବ । ପାରିବାରିକ ଜୀବନ ଶାନ୍ତ ରେ କଟିବ । 

Also Read: SBI ଦେଉଛି ବିଶେଷ ଅଫର! ୩୪୨ ଟଙ୍କା ଦେଇ ନେଇପାରିବେ ୪ ଲକ୍ଷ ଟଙ୍କାର ଲାଭ, ଜାଣନ୍ତୁ ଡିଟେଲ୍ସ

ସିଂହ: ଦେହ ଓ ମନ ଭଲ ରହିବ । ଆୟ ତୁଳନାରେ ବ୍ୟୟ ଅଧିକ ରହିବ । ଗୃହକୁ ବନ୍ଧୁ ଆଗମନ ହୋଇପାରେ । ବ୍ୟବସାୟରେ ସଫଳତା ପ୍ରାପ୍ତି କରିବେ । ସନ୍ତାନଙ୍କ ପାଇଁ ଚିନ୍ତାରେ ରହିବେ । 

କନ୍ୟା: ଶରୀର ସୁସ୍ଥ ରହିବ । ଦୃଢ ମନା ହୋଇ ସମସ୍ତ କାର୍ଯ୍ୟ  ନିର୍ବାହ କରିବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟିକ ସଫଳତା ପ୍ରାପ୍ତି କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସଭା ସମିତିରେ ନିଜର ପ୍ରାଧାନ୍ୟ ଜାହିର୍ କରିବେ । 

 ତୁଳା: ହସ ଖୁସିର ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟରେ ଅଭିବୃଦ୍ଧି ହେବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ ।  

ବିଛା: ଶାରିରୀକ ସୁସ୍ଥତା ଲାଭ କରିବେ । କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ମହିଳା ମାନଙ୍କର ସେବା ଓ ପୂଜାରେ ଦିନଟି କଟିବ । ଆୟ ଅଭିବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । 

Also Read: ସ୍ମାର୍ଟ ସିଟିରେ ସ୍ମାର୍ଟ ଗାଡ଼ିକୁ ପ୍ରୋତ୍ସାହନ; କେତେ ସଫଳ ହେବ EV charging station ପ୍ଲାନ୍?

ଧନୁ: ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।   

ମକର: ଦିନଟି ରେ ସତର୍କ ରୁହନ୍ତୁ । କର୍ମ କ୍ଷେତ୍ରରେ କର୍ମ ଚାପ ବୃଦ୍ଧି ପାଇବ । ଅନ୍ୟକୁ ସାହାଯ୍ୟ କରି ନିଜେ ଅସୁବିଧାରେ ପଡିବେ । ବ୍ୟବସାୟରେ ମଧ୍ୟମ ସଫଳତା ପାଇବେ । ଦୂର ଯାତ୍ରା କରନ୍ତୁ ନାହିଁ । 

କୁମ୍ଭ: ମନ ପ୍ରସନ୍ନ ରହିବ । କର୍ତ୍ତବ୍ୟ ନିଷ୍ଠା ହେବେ । ପ୍ରତ୍ୟେକଟି କାର୍ଯ୍ୟ ସୁଚାରୁ ରୁପେ ହବ । ବନ୍ଧୁ ସହଯୋଗ ପାଇବେ । ବ୍ୟବସାୟରେ ଲାଭପ୍ରଦ ହବ । ପାରିବାରିକ ଜୀବନ ଶାନ୍ତି ପୂର୍ଣ୍ଣ ରହିବ । 

ମୀନ: ଶାରିରୀକ ସୁସ୍ଥତା ଲାଭ କରିବେ । ଦାନ ଧର୍ମ ପ୍ରତି ମନ ବଳିବ । କାର୍ଯ୍ୟାଳୟରେ କାର୍ଯ୍ୟଚାପ ରହିବ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭ ପ୍ରଦ ହେବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ଅପରାହ୍ନରେ ଶୁଭଖବର ପ୍ରାପ୍ତ ହେବ ।