ଆଜିର ରାଶିଫଳ: ଦିନଟି ଆପଣଙ୍କ ସପକ୍ଷରେ ଯିବ, କରନ୍ତୁ ନାହିଁ ଏହି ସବୁ କାର୍ଯ୍ୟ
Advertisement

ଆଜିର ରାଶିଫଳ: ଦିନଟି ଆପଣଙ୍କ ସପକ୍ଷରେ ଯିବ, କରନ୍ତୁ ନାହିଁ ଏହି ସବୁ କାର୍ଯ୍ୟ

୦୫ ଆକ୍ଟୋବର ୨୦୨୧, ମଙ୍ଗଳବାର, ଆଶ୍ୱିନ ମାସ, ତିଥି- ଚତୁର୍ଦ୍ଦଶୀ, ନକ୍ଷତ୍ର- ଉତ୍ତରା ଫାଲଗୁନି, ଚନ୍ଦ୍ର- ସିଂହ, ରାହୁକାଳ- ୦୨:୩୩ ରୁ ୦୪:୦୨, ଶୁଭ ସମୟ- ୦୭:୦୦ ରୁ ୦୮:୧୦, ଘାତଚନ୍ଦ୍ର- କର୍କଟ ଓ ମକର ରାଶି , ଘାତବାର-  ମକର ରାଶି

ପ୍ରତିକାତ୍ମକ ଫଟୋ

ମେଷ: ଶାରୀରିକ ସୁସ୍ଥତା ବୋଧ ହେବ । ପ୍ରତ୍ୟେକଟି କାର୍ଯ୍ୟକୁ ସଫଳ ରୂପାୟନ ଦେବେ । ଗୃହକୁ  ବନ୍ଧୁ ଆଗମନ ହୋଇପାରେ । ନୂତନ ବସ୍ତ୍ରାଦି କ୍ରୟ କରିବେ । ବ୍ୟୟ ଭରା ବୃଦ୍ଧି ପାଇବ ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହେବେ । ଶିଳ୍ପ, ପରିବହନ, ବ୍ୟବସାୟରେ ଲାଭ ଆଶାନୁରୂପ ପାଇପାରିବେ । 

ବୃଷ: ଦିନଟି ଆପଣଙ୍କ ସପକ୍ଷରେ । ମାନସିକ ଓ ଶାରୀରିକ ସୁସ୍ଥତା ମିଳିବ । ଶତ୍ରୁ ପରାଜିତ ହେବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପାରିବାରିକ ସୁଖଶାନ୍ତି ଭୋଗ କରିବେ । 

ମିଥୁନ: ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ ।  

କର୍କଟ: ଆଜି ସ୍ୱାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣ ନିଃଶ୍ୱାସୀ ହୋଇପାରନ୍ତି । ଆଜି ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ । ଶିଳ୍ପ ଓ ପରିବହନରେ ସମସ୍ୟା ଲାଗିରହିବ । ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ ।  

Also Read: ପାଖେଇଲାଣି ପାର୍ବଣ; ରେଶମ ନଗୀରରେ କାର୍ଯ୍ୟକାରୀ ହେଲା ମଦୁଆ ଧରା ଅଭିଯାନ

ସିଂହ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବଂ ସଫଳ ହେବେ । ଧନଲାଭର ଯୋଗ ରହିଛି । ବିଦେଶ ଯିବା ଲୋକ ଶୁଭ ଖବର ପାଇବେ । ସ୍ୱାସ୍ଥ୍ୟ ବଢିଆ ରହିବ । 

କନ୍ୟା: ଆଜି ଦିନଟି ଭୋଗ, ବିଳାସ ଦିଗକୁ ସ୍ୱତଃ ମନ ଟାଣିହୋଇଯିବ । ଆଜି ବିଭିନ୍ନ ସୁତ୍ରରୁ ଗୁଡାଏ ଅର୍ଥଲାଭର ଯୋଗ ରହିଛି । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ ।  

ତୁଳା: ଆଜି ସୁସ୍ଥତା ଅକ୍ଷୁର୍ଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ । ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ । 

ବିଛା: ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ । ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।  

Also Read: Shocking News: ଅଟୋରୁ ଲକ୍ଷେ ଟଙ୍କା ଲୁଟିନେଲା ମାଙ୍କଡ଼

ଧନୁ: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ । ବିଦେଶରେ ବ୍ୟବସାୟ କରୁଥିôବା ବ୍ୟକ୍ତିବିଶେଷ ଆଜି ବଡ ଡିଲ୍ କରିବେ । ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ । ପ୍ରତଯୋଗିତା କିମ୍ବା ପ୍ରତିଦ୍ୱନ୍ଦିତାରେ ସଫଳତା ପାଇ ପାରିବେ ।   

ମକର: ଆଜି ପାରିବାରିକ ସ୍ଥିତି ଭଲ ରହି ନ ପାରେ । ଯାହା ପାଇବା କଥା ତାହା ଠିକ୍ ସମୟରେ ପାଇବା ମଧ୍ୟ କଷ୍ଟକର ହେବାର ଆଶଙ୍କା ରହିଛି । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହୋଇପାରେ । ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଯୋଗୁ ବିଚଳିତ ହେବେ । ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ । 

କୁମ୍ଭ: ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।   

ମୀନ: ଅସୁସ୍ଥତାରୁ ଆରୋଗ୍ୟ ଲାଭ କରିବେ । କର୍ମକ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।