ଆଜି କେମିତି କଟିବ ଆପଣଙ୍କ ଦିନ? ତିନି ରାଶିରେ ଘାତବାର-ନାହିଁ ଘାତଚନ୍ଦ୍ର
Advertisement

ଆଜି କେମିତି କଟିବ ଆପଣଙ୍କ ଦିନ? ତିନି ରାଶିରେ ଘାତବାର-ନାହିଁ ଘାତଚନ୍ଦ୍ର

୦୮.୧୦.୨୦୨୧
ଶୁକ୍ରବାର, ଚନ୍ଦ୍ର: ତୁଳା ରାଶିରେ
ତିଥି: ୨ୟା, ଦିବା ୧୦ଟା୪୮ ପରେ ତୃତୀୟା
ନକ୍ଷତ୍ର: ସ୍ୱାତୀ, ସନ୍ଧ୍ୟା ୬ଟା୫୯ ଗତେ ବିଶାଖା
ରାହୁକାଳ: ଦିବା ୧୦ଟା୦୬ରୁ ୧୧ଟା୩୪
ଶୁଭ ସମୟ: ପ୍ରାତଃ ୩ଟା୧୬ରୁ ୯ଟା୩୬
ଘାତଚନ୍ଦ୍ର: ନାସ୍ତି
ଘାତବାର: ବିଛା, ଧନୁ ଓ ମୀନ ରାଶି

ପ୍ରତିକାତ୍ମକ ଫଟୋ

ମେଷ: ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକୁଳିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । କୋର୍ଟ କଚେରୀ ସମ୍ପର୍କିତ ରାୟ ଆପଣଙ୍କ ସପକ୍ଷରେ ଯିବ ।  ଦୂରଯାତ୍ରା ଲାଭଦାୟକ ହେବ

ବୃଷ: ହସ ଖୁସିରେ ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟରେ ଅଭିବୃଦ୍ଧି ହେବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ ।  

ମିଥୁନ: ମନ ପ୍ରସନ୍ନ ରହିବ । କାର୍ଯ୍ୟାଳୟରେ ଅଧିକ ଉର୍ତ୍ସଗୀକୃତ ହୋଇ କାର୍ଯ୍ୟ କରିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ । ମାଲି ମୋକଦ୍ଦମାରେ ବିଜୟୀ ହେବେ ।

କର୍କଟ: ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।

Also Read: ହେଡ଼ କନଷ୍ଟେବଳ ପଦବୀ ପାଇଁ CRPF ଜାରିକଲା ବିଜ୍ଞପ୍ତି; ଏହିପରି କରନ୍ତୁ ଆବେଦନ  

ସିଂହ: ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।  

କନ୍ୟା: ଅସୁସ୍ଥତାରୁ ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିବେ । କର୍ମକ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ବନ୍ଧୁ ସୂତ୍ରରୁ ଲାଭବାନ ହେବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭମୟ ଅଟେ ।

ତୁଳା: ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଓ ବ୍ୟୟ ସମାନ ରହିବ । ପାରିବାରିକ ସୁଖସମ୍ମାନ ଲାଭ କରିବେ । ସେବା ପୂଜା ପ୍ରତି ମନ ବଳିବ । ବ୍ୟବସାୟ ଲାଭପ୍ରଦ ହେବ ।

ବିଛା:  ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ଚିଡିଚିଡା ସ୍ୱଭାବର ହେବେ । କୌଣସି ଦ୍ରବ୍ୟ ଚୋରି କିମ୍ବା ହଜି ଯାଇପାରେ । ସାଂସାରିକ ଜୀବନ ବାଧା ପ୍ରାପ୍ତ ହେବ । ପଡୋଶୀଙ୍କ ସହ ସମ୍ପର୍କରେ ତିକ୍ତତା ଆସିବ ।

Also Read: କୃଷକ ମାନଙ୍କ ପାଇଁ ଭଲ ଖବର! ଏହି ଦିନ ଆସିବ ପିଏମ କିସାନ ଯୋଜନାର ଦଶମ କିସ୍ତି    

ଧନୁ: ଘାତବାର ହେତୁ ସତର୍କତା ଅବଲମ୍ୱନ କରନ୍ତୁ । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ । 

ମକର: ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ । ବ୍ୟବସାୟ ଆଶାନୁରୂପକ ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ । 

କୁମ୍ଭ: ଆଶାବାଦୀ ହେବେ । ଅସଂପୂର୍ଣ୍ଣ  କାର୍ଯ୍ୟ ଆଜି ସଂପୂର୍ଣ୍ଣ  କରିବେ । ଅଧିନସ୍ଥ କର୍ମଚାରୀଙ୍କ  ସହଯୋଗ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ଅପରାହ୍ନରେ କୌଣସି ଶୁଭକାର୍ଯ୍ୟରେ ଯୋଗ ଦେବେ । ପାରିବାରିକ ଜୀବନ ସୁଖଶାନ୍ତି ପୂର୍ଣ୍ଣ ରହିବ ।  

ମୀନ: ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇପାରେ । ଆୟ ଅପେକ୍ଷା ବ୍ୟୟ ଅଧିକ ହେବ । ଦୂରଯାତ୍ରା କରନ୍ତୁ ନାହିଁ । ଦାମ୍ପତ୍ୟ ଜୀବନରେ ସାମାନ୍ୟ ସମସ୍ୟା ଦେଖାଦେବ । ଛାତ୍ରଛାତ୍ରୀ ପଢାପଢିରେ ଆଗେଇବେ ।