Gold Rate Today: ଆରମ୍ଭ ହୋଇଯାଇଛି ବିବାହ ଋତୁ। ଏହାରି ମଧ୍ୟରେ କ୍ରମାଗତ ଭାବେ ସୁନା ଦର ବୃଦ୍ଧି ଲୋକଙ୍କ ଚିନ୍ତା ବଢ଼ାଇବା ପରେ ଆଜି ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି ସମଗ୍ର ଦେଶରେ ସୁନା ଦର ହ୍ରାସ ପାଇଛି। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୫୦୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ୬୦୦ ଟଙ୍କା ହ୍ରାସ ପାଇଛି। ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୨,୭୩୦ ଯାହା କି ଗତ କାଲି ଥିଲା ୬୩, ୩୮୦।


COMMERCIAL BREAK
SCROLL TO CONTINUE READING

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୭,୫୦୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୭୩୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୦୪୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୫୭,୫୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୭୩୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୦୪୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।


ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୫୮,୬୫୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୯୮୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୯୯୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୭,୬୫୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୮୮୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୧୭୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୭,୫୦୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୭୩୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୦୪୦ ଟଙ୍କା ରହିଛି ।


Also Read: Gold Rate Today: ବାହାଘର ସିଜିନରେ ଚିନ୍ତା ବଢ଼ାଇଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି...