Horoscope of 14th October 2020: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ବୁଧବାର...
Trending Photos
)
Horoscope of 14th October 2020: ମେଷ- ମନ ପ୍ରସନ୍ନ ରହିବ । ତୀର୍ଥ ଯାତ୍ରା କରିବେ । ବ୍ୟୟ ଅଧିକ ହେବ । ଅବସର ସମୟର ସଦ୍ଉପଯୋଗ କରିବେ । ବନ୍ଧୁ ବାନ୍ଧବଙ୍କ ଗହଣରେ ଦିନ କାଟିବେ ।
ବୃଷ- ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ । ଦେହ ଓ ମନ ଭଲ ରହିବ । ଦିଅଁ ଦର୍ଶନର ସୌଭାଗ୍ୟ ମିଳିବ । ପରିବାରରେ ହସଖୁସି ଲାଗି ରହିବ । ପଡୋଶୀଙ୍କ ସହ ଥିବା ମନାନ୍ତର ମତାନ୍ତର ଅନ୍ତଃ ଘଟିବ ।
ମିଥୁନ- କର୍ମ ଚଞ୍ଚଳ ରହିବେ । ସମସ୍ତ କାର୍ଯ୍ୟ ଠିକ୍ ସମୟରେ ସମ୍ପାଦନ କରିବେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ମନୋରଞ୍ଜନ ପାଇଁ ସମୟ ପାଇବେ ।
ଅଧିକ ପଢ଼ନ୍ତୁ:-ବିହାର ନିର୍ବାଚନରେ ବିଜେପିଠୁ 'ପ୍ରତିଶୋଧ' ନେବେ ଉଦ୍ଧବ-ପାୱାର ?
କର୍କଟ- ମନ ବିଷର୍ଣ୍ଣ ରହିବ । ମାନସିକ ଶାନ୍ତି ବାଧାପ୍ରାପ୍ତ ହେବ । ବ୍ୟସ୍ତତା ମଧ୍ୟେ ଦୀନଚର୍ଯ୍ୟା କରିବେ । କୌଣସି ମୂଲ୍ୟବାନ୍ ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ଯାଇପାରେ ।
ସିଂହ- ବିଳମ୍ବ ହେଉ ପଛେ କାର୍ଯ୍ୟ ସିଦ୍ଧି ହେବ । ଏକାନ୍ତରେ ସମୟ ବିତାଇବେ । ସନ୍ତାନଙ୍କ କୃତ୍ୱତିରେ ଆନନ୍ଦ ପାଇବେ । ବ୍ୟବସାୟିକ ଭିତ୍ତିଭୂମି ସୁଦୃଢ ହେବ ।
କନ୍ୟା- ଧର୍ମ କାର୍ଯ୍ୟରେ ଦିନ ବିତାଇବେ । ଦିଅଁ ଦର୍ଶନର ସୌଭାଗ୍ୟ ରହିଛି । ଆୟ ଅବ୍ୟାହତ ରହିବ । ନୂତନ ବସ୍ତ୍ରାଦି କ୍ରୟ କରିବେ । ଅପରାହ୍ନରେ ବନ୍ଧୁମିଳନ ଓ ସୁସ୍ୱାଦୁ ଭୋଜନର ଯୋଗ ରହୁଛି ।
ଅଧିକ ପଢ଼ନ୍ତୁ:-ପୁଣି ସଚିନ ପାଇଲଟଙ୍କୁ ବଡ଼ ଝଟକା ଦେଲେ ଗେହଲଟ୍ ସରକାର
ତୁଳା- ଶରୀର ଆରୋଗ୍ୟ ରହିବ । ମନ ପ୍ରଫୁଲ୍ଲିତ ରହିବ । ମଉଜ ମଜ୍ଲିସରେ ଦିନ କାଟିବେ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ବ୍ୟବସାୟିକ କାର୍ଯ୍ୟରେ ଦୂରଯାତ୍ରା କରିବେ ।
ବିଛା- ବୁଦ୍ଧି ବିଚାରି କାର୍ଯ୍ୟ କରିବେ । ବିବାଦୀୟ ଘଟଣାର ଅବସାନ ଘଟିବ । ନିଜର ଅଧିକାର ସାବ୍ୟସ୍ଥ କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସାଂଗଠନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ଅଧିକ ପଢ଼ନ୍ତୁ:-ଦେଶବାସୀଙ୍କ ଆଗରେ କାନ୍ଦିଲେ କିମ ଜୋଙ୍ଗ ଉନ୍, ଏହି ଭୁଲ ପାଇଁ ମାଗିଲେ କ୍ଷମା
ଧନୁ- ଉଦାର ଚିତ୍ତ ତଥା ଦୟାଳୁ ସ୍ୱଭାବର ହେବେ । ଧର୍ମ କାର୍ଯ୍ୟରେ ଯୋଗ ଦେବେ । ପରୋପକାର କରି ଆତ୍ମସନ୍ତୋଷ ପାଇବେ । ମହିଳାମାନେ କର୍ତ୍ତବ୍ୟ ନିଷ୍ଠ ହେବେ ।
ମକର- ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ପରିସ୍ଥିତି ପ୍ରତି ସଜାଗ ରୁହନ୍ତୁ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଚୌର ଭୟ ରହିବ । ଅଚିହ୍ନା ଅପରିଚିତ ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ ।
ଅଧିକ ପଢ଼ନ୍ତୁ:-କୋରୋନା ଭ୍ୟାକ୍ସିନକୁ ନେଇ ବହୁତ ବଡ଼ ଖୁସି ଖବର ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ
କୁମ୍ଭ- ମନରେ ପ୍ରସନ୍ନତା ଭାବ ରହିବ । ତୀର୍ଥଯାତ୍ରା ପାଇଁ ମନ ବଳିବ । ସୁସମ୍ବାଦ ହସ୍ତଗତ ହେବ । ଆର୍ଥିକ ଅଭିବୃଦ୍ଧି ଘଟିବ । ନୂତନ ବସ୍ତ୍ର କିମ୍ବା ଦ୍ରବ୍ୟ କ୍ରୟ କରିବେ ।
ମୀନ- ଦାନ ଧର୍ମ ପ୍ରତି ମନ ବଳିବ । ଦୟାଳୁ ସ୍ୱଭାବର ହେବେ । ପରୋପକାର କରି ଆତ୍ମସନ୍ତୋଷ ଲାଭ କରିବେ । ଆୟ ଅବ୍ୟାହତ ରହିବ । ମନ ପ୍ରଫୁଲ୍ଲ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।