• ଆମେରିକାରେ ଆରମ୍ଭ ହେଲା ବାଇଡେନ୍ ଶାସନ
  • ୪୬ତମ ଆମେରିକା ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ଭାବେ ଶପଥ ନେଲେ କମଲା ହାରିସ୍
  • ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ବିରୋଧରେ କ୍ଷମତାର ଅପବ୍ୟବହାର ଅଭିଯୋଗ
  • ପରୀ ହତ୍ୟା ମାମଲା: ଜୁଭେନାଇଲ ଜଷ୍ଟିସ ବୋର୍ଡରୁ ମାମଲା ଗଲା ଚିଲଡ୍ରେନ କୋର୍ଟ
  • ଛତ୍ରପୁର ଲକ୍ଷ୍ମୀଦତ୍ତ ପ୍ରଧାନ ହତ୍ୟା ମାମଲା; ଭୃଗୁ ବକ୍ସିପାତ୍ର, ଗୋଲକ ମହାପାତ୍ରଙ୍କୁ ଆଗୁଆ ଜାମିନ୍
  • ଗୁରୁବାରଠୁ ବିନା କଟକଣାରେ ଜଗା ଦର୍ଶନ
  • ଅଭିଭାବକଙ୍କୁ ଆଶ୍ୱସ୍ତି; ରାଜ୍ୟରେ କୋହଳ ହେଲା ଘରୋଇ ସ୍କୁଲ ଫି'
  • ୭ଟି ସ୍ଲାବରେ ଘରୋଇ ସ୍କୁଲ ଫି' ଛାଡ ନିଷ୍ପତ୍ତି
  • LICj MD ହେଲେ ଓଡ଼ିଆ ପୁଅ ସିଦ୍ଧାର୍ଥ ମହାନ୍ତି

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ସପ୍ତାହର ପ୍ରଥମ ଦିନ

Horoscope of 16th November 2020: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ସୋମବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ସପ୍ତାହର ପ୍ରଥମ ଦିନ

Horoscope of 16th November 2020: ମେଷ- ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।  

ବୃଷ-  କର୍ମ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ଚିନ୍ତାଧାରା ଉନ୍ନତମାନର ହେବ । ପାରିବାରିକ ସୁଖ ମିଳିବ ।  

ମିଥୁନ- ଶରୀର ସାମାନ୍ୟ ଅସୁସ୍ଥ ରହିବ । କର୍ମକ୍ଷେତ୍ରରେ ଅଶାନ୍ତିର ବାତାବରଣ ମିଳିବ । ଆର୍ଥିକ ଅନାଟନ ଦେଇ ଗତି କରିବେ । ପାରିବାରିକ ସୁଖଶାନ୍ତି ବ୍ୟାହତ ହେବ ।  

କର୍କଟ- ନୂତନ କର୍ମରେ ଯୋଗ ଦେଇ ଖୁସି ହେବେ । ମନ ପ୍ରସନ୍ନ ରହିବ । ଅର୍ଥ ପ୍ରାପ୍ତି ସୂଚନା ମିଳୁଛି । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଦୂରଯାତ୍ରା କରିପାରନ୍ତି ।  

ସିଂହ- ସୌଭାଗ୍ୟ ବନ୍ତ ହେବେ । ସମସ୍ତ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ଅଟେ ।  

କନ୍ୟା- ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ନିର୍ଭୀକ ଭାବେ କାର୍ଯ୍ୟ ସମ୍ପାଦନ କରିବେ । ବନ୍ଧୁଙ୍କ ସହଯୋଗ ମିଳିବ । ଆୟ ବୃଦ୍ଧି ପାଇବ । ଭୋଜିଭାତରେ ଯୋଗ ଦେବେ ।  

ତୁଳା-  ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ଆତ୍ମଶାନ୍ତି ଲଭିବେ । ଦିଅଁ ଦର୍ଶନ ମଙ୍ଗଳକର ହେବ । ଭୂମି କିମ୍ବା ଗୃହ କ୍ରୟ ପାଇଁ ଯୋଗାଯୋଗ ସ୍ଥାପନ କରିବେ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ ।  

ବିଛା- ଦାନ ଧର୍ମ ପ୍ରତି ମନ ବଳିବ । ଦିଅଁ ଦର୍ଶନ ପାଇଁ ଦୂରଯାତ୍ରା କରିବେ । ବ୍ୟୟ ଅଧିକ ହେବ । ସାମାନ୍ୟ ଅସୁସ୍ଥତା ବୋଧ ହେବ । ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ ।  

ଧନୁ- କର୍ମ ପ୍ରବଣତା ପ୍ରକାଶ ପାଇବ । ସମସ୍ତ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ଧନ ପ୍ରାପ୍ତିର ସୁଯୋଗ ସୃଷ୍ଟିହେବ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।

ମକର- ସୁଖପୂର୍ଣ୍ଣ ଜୀବନ ଯାପନ କରିବେ । କର୍ମ କ୍ଷେତ୍ର ସହଜ ସରଳ ବୋଧଗମ୍ୟ ହେବ । ବନ୍ଧୁ ସାହାଯ୍ୟ ପାଇ ଖୁସି ହେବେ । ସନ୍ତାନଙ୍କ କୃତିତ୍ୱ ଆତ୍ମଶାନ୍ତି ପ୍ରଦାନ କରିବ ।

କୁମ୍ଭ- ମାନସିକ ଓ ଶାରୀରିକ ସୁସ୍ଥତା ଫେରି ପାଇବେ । କର୍ମ କ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ ତୁଳାଇବେ । ଅକସ୍ମାତ୍ ଧନ ପ୍ରାପ୍ତିର ଯୋଗ ରହୁଛି । ବ୍ୟବସାୟରେ ଲାଭ ଆତ୍ମସନ୍ତୋଷ ପ୍ରଦାନ କରିବ ।  

ମୀନ- କର୍ତ୍ତବ୍ୟ ନିଷ୍ଠ ହେବେ । କାର୍ଯ୍ୟାଳୟରେ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ସଂପାଦନ କରିବେ । ଶରୀର ସୁସ୍ଥ ରହିବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ସୁସମ୍ବାଦ ପ୍ରାପ୍ତ ହେବ ।