Horoscope of 17th November 2020: ମେଷ- ସମସ୍ତ କାର୍ଯ୍ୟ ସୁରୁଖୁରୁରେ ସଂପାଦନ କରିବେ । କାର୍ଯ୍ୟାଳୟରେ ସୌହାର୍ଦ୍ୟପୂର୍ଣ୍ଣ ବାତାବରଣ ପାଇବେ । ଆୟ ଆଶାନୁରୂପ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।
ବୃଷ- ଦାନ ଧର୍ମ ପ୍ରତି ମନ ବଳିବ । କର୍ତ୍ତବ୍ୟ ନିଷ୍ଠ ହେବେ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ପାଇବେ । ପାରିବାରିକ ସୁଖଶାନ୍ତି ଉପଭୋଗ କରିବେ ।
ମିଥୁନ- ପୂଜାପୂଜି ପାଇଁ ମନ ବଳାଇବେ । କର୍ତ୍ତବ୍ୟ ନିଷ୍ଠ ହୋଇ ସମସ୍ତ ନ୍ୟସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ଦେହ ଓ ମନ ଭଲ ରହିବ । ବ୍ୟବସାୟିକ ଅଭିବୃଦ୍ଧି ପାଇଁ ନୂତନ ଚିନ୍ତାଧାରା ଆପଣେଇବେ ।
କର୍କଟ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ଉପଲବ୍ଧି ହେବ । ଆୟ ଆଶାନୁରୂପକ ହେବ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତି ହେବ । ବ୍ୟବସାୟରେ ସଫଳତା ପାଇବେ ।
ସିଂହ- ପରିଶ୍ରମୀ ହେବେ । ଦେହ ଓ ମନ ପ୍ରାୟ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ଆୟ ଉତ୍ତମ ହେବ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ ।
ଅଧିକ ପଢ଼ନ୍ତୁ:-ଏହି କୋରୋନା ଭ୍ୟାକ୍ସିନ ଶେଷ କରିଦେବ ମହାମାରୀ!
କନ୍ୟା- ଶାରୀରିକ ସୁସ୍ଥତା ଲାଭ କରିବେ । କର୍ମତତ୍ପର ହେବେ । ବ୍ୟବସାୟିକ ଅଭିବୃଦ୍ଧି ଦେଖାଦେବ । ସାଂଗଠନିକ କାର୍ଯ୍ୟରେ ଯୋଗ ଦେବେ । ଆୟ ଅବ୍ୟାହତ ରହିବ ।
ତୁଳା- ଘାତଚନ୍ଦ୍ର ଭୋଗ ହେତୁ ଦିନଟି କଷ୍ଟଦାୟକ ହେବ । ବହୁ ପରିଶ୍ରମର ସମ୍ମୁଖୀନ ହେବେ । ନିନ୍ଦା ଅପବାଦର ଶିକାର ହେବେ । ଗାଡିମଟର ଚାଳନା ବେଳେ ସତର୍କତା ଅବଲମ୍ବନ କରନ୍ତୁ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ ।
ବିଛା- ସ୍ୱାସ୍ଥ୍ୟ ଅତୁଟ ରହିବ । କର୍ମ କ୍ଷେତ୍ରରେ ଚଳଚଞ୍ଚଳ ରହିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ବ୍ୟାଙ୍କିଙ୍ଗ୍, ଇନସୁରାନସ ବିଭାଗରେ କାର୍ଯ୍ୟରତ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭପ୍ରଦ ଅଟେ ।
ଧନୁ- ଦୃଢମନା ହୋଇ ଏକାଗ୍ର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ଆର୍ଥିକ ସ୍ଥିତି ମଜ୍ଭୁତ ହେବ । ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ପରିଲକ୍ଷିତ ହେବ ।
ଅଧିକ ପଢ଼ନ୍ତୁ:-ପୁଣିଥରେ କଂଗ୍ରେସ ନେତୃତ୍ୱ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଲେ ସିବଲ, କହିଲେ ଏପରି କିଛି
ମକର- ଘାତ ବାର ଭୋଗ ହେତୁ ଦିନଟିରେ ଆପଣ ଜଗି ରଖି ଚଳନ୍ତୁ । ଅଯଥା କଳହଠାରୁ ଦୂରେଇ ରୁହନ୍ତୁ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଅଚିହ୍ନା ବ୍ୟକ୍ତିଙ୍କ ସହ ସମ୍ପର୍କ ବଢାନ୍ତୁ ନାହିଁ । ଠକାମିର ଶିକାର ହେବେ ।
କୁମ୍ଭ- ବ୍ୟସ୍ତତା ଭିତରେ ଦିନ କଟିବ । ଠକାମିର ଶିକାର ହେବେ । କୌଣସି ଦ୍ରବ୍ୟ ହଜି, ଚୋରି ବା ନଷ୍ଟ ହୋଇପାରେ । ଯାନବାହନ ପ୍ରତି ସତର୍କତା ଅବଲମ୍ବନ କରନ୍ତୁ ।
ମୀନ- ଦିନଟିରେ ଆପଣଙ୍କ କର୍ମତତ୍ପରତା ବୃଦ୍ଧି ପାଇବ । ସ୍ୱାସ୍ଥ୍ୟ ସଚେତନ ହେବେ । ପ୍ରତ୍ୟେକଟି କାର୍ଯ୍ୟ ସଫଳତାର ସହ ସଂପୂର୍ଣ୍ଣ କରିବେ । ନୂତନ ଯୋଜନା ଫଳପ୍ରସୁ ହେବ ।