ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶୁକ୍ରବାର
Advertisement

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶୁକ୍ରବାର

Horoscope of 18th December 2020: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶୁକ୍ରବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶୁକ୍ରବାର

Horoscope of 18th December 2020: ମେଷ- ହସ ଖୁସିର ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟରେ ଅଭିବୃଦ୍ଧି ହେବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ ।  

ଅଧିକ ପଢ଼ନ୍ତୁ:-'ମଧ୍ୟପ୍ରଦେଶର କମଲନାଥ ସରକାର ଭାଙ୍ଗିବାରେ ପିଏମ ମୋଦିଙ୍କ ଥିଲା ଗୁରୁତ୍ୱପୂର୍ଣ୍ଣ ଭୂମିକା'

ବୃଷ- ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ । 

ମିଥୁନ- ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା ସଫଳ ହେବ ।

କର୍କଟ- ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।  

ସିଂହ- ସାମାନ୍ୟ ଶରୀର ପୀଡା ଦେଖାଦେବ । ଆଜି ଆପଣ ନାନା ସମସ୍ୟାରେ ଜଡିତ ହେବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଈର୍ଷାର ଶିକାର ହେବେ । ପାରିବାରିକ ଜୀବନରେ ଭୁଲ ବୁଝାମଣା ଦେଖାଦେବ ।

ଅଧିକ ପଢ଼ନ୍ତୁ:-କୋରୋନାକୁ ନେଇ ଭୟଙ୍କର ଚେତାବନୀ ଜାରି କଲା WHO, କହିଲା-୨୦୨୧ର ପ୍ରାରମ୍ଭରେ ତାଣ୍ଡବ କରି...

କନ୍ୟା- ମନ ପ୍ରସନ୍ନ ରହିବ । କାର୍ଯ୍ୟାଳୟରେ ଅଧିକ ଉର୍ତ୍ସଗୀକୃତ ହୋଇ କାର୍ଯ୍ୟ କରିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ । ମାଲି ମୋକଦ୍ଦମାରେ ବିଜୟୀ ହେବେ ।  

ତୁଳା- ଅନାବଶ୍ୟକ ଖର୍ଚ୍ଚ ବଢିବ । ଧାର କରଜ କରିପାରନ୍ତି । ଧୈର୍ଯ୍ୟଚ୍ୟୁତ ହେବେ । ପାଖଲୋକ ବିଶ୍ୱାସଘାତକତା କରିବେ । ପଡୋଶୀଙ୍କ ସମ୍ପର୍କରେ ତିକ୍ତତା ଆସିବ ।  

ବିଛା-  ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ଅଶାନ୍ତିର କାରଣ ହେବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । କୋର୍ଟ  କଚେରୀ ସମ୍ପର୍କିତ ରାୟ ଆପଣଙ୍କ ବିପକ୍ଷରେ ଯିବ ।  

ଧନୁ- ଦିନଟି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତିରେ ବିଳମ୍ବ ହେବ । ଅବସର ସମୟର ସଦ୍‌ଉପଯୋଗ କରିବେ । ପାରିବାରିକ ବିଶୃଙ୍ଖଳା ଦେଖାଦେବ ।  

ମକର- ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।  

ଅଧିକ ପଢ଼ନ୍ତୁ:-ନୂଆ ବର୍ଷରେ କେନ୍ଦ୍ର କର୍ମଚାରୀଙ୍କୁ ବଡ଼ ଉପହାର ଦେବେ ମୋଦି ସରକାର, ବଢ଼ିବ ଦରମା!

କୁମ୍ଭ- ସ୍ୱାସ୍ଥ୍ୟ ସଚେତନ ହେବେ । ସ୍ଥିର ଚିତ୍ତରେ ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ବ୍ୟବସାୟ ଭଲ ହେବ ।  

ମୀନ- ଶରୀର ସୁସ୍ଥ ରହିବ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । କାର୍ଯ୍ୟାଳୟରେ ଅଧ୍ୟସ୍ତନ କର୍ମଚାରୀଙ୍କ ଦ୍ୱାରା ସମ୍ମାନ ପାଇବେ । ଅପରାହ୍ନରେ ବନ୍ଧୁ ମିଳନର ଯୋଗ ରହିଛି ।