ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ମଙ୍ଗଳବାର
Advertisement

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ମଙ୍ଗଳବାର

Horoscope of 1st December 2020: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ମଙ୍ଗଳବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ମଙ୍ଗଳବାର

Horoscope of 1st December 2020: ମେଷ- ହସ ଖୁସିର ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟରେ ଅଭିବୃଦ୍ଧି ହେବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ । 

ଅଧିକ ପଢ଼ନ୍ତୁ:-ସଙ୍କଟରେ ମମତା ସରକାର! 

ବୃଷ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।  

ମିଥୁନ- ମନ ପ୍ରସନ୍ନ ରହିବ । କାର୍ଯ୍ୟାଳୟରେ ଅଧିକ ଉର୍ତ୍ସଗୀକୃତ ହୋଇ କାର୍ଯ୍ୟ କରିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ । ମାଲି ମୋକଦ୍ଦମାରେ ବିଜୟୀ ହେବେ । 

କର୍କଟ- ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।  

ଅଧିକ ପଢ଼ନ୍ତୁ:-ଡିସେମ୍ବର ୧ରୁ ହେବାକୁ ଯାଉଛି ଏହି ଚାରୋଟି ବଡ଼ ପରିବର୍ତ୍ତନ, ଜାଣନ୍ତୁ କିପରି ପ୍ରଭାବିତ ହେବେ ଆପଣ

ସିଂହ- ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା ସଫଳ ହେବ ।  

କନ୍ୟା- ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ଅଶାନ୍ତିର କାରଣ ହେବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । କୋର୍ଟ  କଚେରୀ ସମ୍ପର୍କିତ ରାୟ ଆପଣଙ୍କ ବିପକ୍ଷରେ ଯିବ ।  

ତୁଳା- ଶରୀର ସୁସ୍ଥ ରହିବ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । କାର୍ଯ୍ୟାଳୟରେ ଅଧ୍ୟସ୍ତନ କର୍ମଚାରୀଙ୍କ ଦ୍ୱାରା ସମ୍ମାନ ପାଇବେ । ଅପରାହ୍ନରେ ବନ୍ଧୁ ମିଳନର ଯୋଗ ରହୁଛି ।  

ବିଛା- ଘାତ ଚନ୍ଦ୍ର ଭୋଗ ହେତୁ ବିଶେଷ ଭାବେ ସତର୍କ ରୁହନ୍ତୁ । ଧନକ୍ଷୟ ହେବାର ସମ୍ଭାବନା ରହିଛି । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଶରୀର ପୀଡା ଦେଖାଦେବ ।  

ଅଧିକ ପଢ଼ନ୍ତୁ:-ଯେଉଁ ଭ୍ୟାକ୍ସିନ ଉପରେ ଥିଲା ସାରା ଦୁନିଆର ଆଶା, ସେହି ଟିକାକୁ ନେଇ ଏପରି କହିଲା WHO ର ବୈଜ୍ଞାନିକ     

ଧନୁ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।  

ମକର- ମନ ବିଷର୍ଣ୍ଣ ରହିବ । ମାନସିକ ଶାନ୍ତି ବାଧାପ୍ରାପ୍ତ ହେବ । ବ୍ୟସ୍ତତା ମଧ୍ୟେ ଦୀନଚର୍ଯ୍ୟା କରିବେ । କୌଣସି ମୂଲ୍ୟବାନ୍ ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ଯାଇପାରେ ।  

ଅଧିକ ପଢ଼ନ୍ତୁ:-ଭାରତରେ ସବା ଶେଷରେ ଏମାନଙ୍କୁ ମିଳିବ କୋରୋନା ଟିକା!

କୁମ୍ଭ- ଅସୁସ୍ଥତାରୁ ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ବନ୍ଧୁ ସୂତ୍ରରୁ ଲାଭବାନ ହେବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭମୟ ଅଟେ ।  

ମୀନ-ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ । ବ୍ୟବସାୟ ଆଶାନୁରୂପକ ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।