Horoscope Today: ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ମଙ୍ଗଳବାର
Advertisement

Horoscope Today: ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ମଙ୍ଗଳବାର

Horoscope Today: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ମଙ୍ଗଳବାର...

Horoscope Today: ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ମଙ୍ଗଳବାର

Horoscope of 1st September 2020: ମେଷରାଶି:- ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।

ବୃଷରାଶି:- ଆଜି ଦିନଟି ଭୋଗ, ବିଳାସ ଦିଗକୁ ସ୍ୱତଃ ମନ ଟାଣି ହୋଇଯିବ । ଆଜି ବିଭିନ୍ନ ସୁତ୍ରରୁ ଗୁଡାଏ ଅର୍ଥ ଲାଭର ଯୋଗ ରହିଛି । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ ।

ମିଥୁନରାଶି:- ଆଜି ଶିଳ୍ପ, ବାଣିଜ୍ୟ ପ୍ରଭୃତିରେ ପ୍ରତିଦ୍ୱନ୍ଦିତା ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ । କୌଣସି କାମ ସୁବିଧାରେ ହେବ ନାହିଁ । ପୂର୍ବରୁ ସାହାଯ୍ୟ କରିବାକୁ ପ୍ରତିଶୃତି ଦେଇଥିବା ମିତ୍ରମାନେ ମଧ୍ୟ ନିଜର ମତ ହଠାତ୍ ବଦାଇ ଅସହଯୋଗ କରିପାରନ୍ତି ।

ଅଧିକ ପଢ଼ନ୍ତୁ:-ଦୁନିଆର ଏହି ୧୦ଟି ଦେଶରେ କୋରୋନା ସବୁଠାରୁ ଅଧିକ ମାରାତ୍ମକ

କର୍କଟରାଶି:- ଆଜି ଆପଣ ପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି । ଆଶା ଓ ଅଭିଳାଷ ନିଶ୍ଚିତ ପୂରଣ ହୋଇପାରିବ । ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହେବେ । ଶିଳ୍ପ, ପରିବହନ, ବ୍ୟବସାୟରେ ଲାଭ ଆଶାନୁରୂପ ପାଇପାରିବେ ।

ସିଂହରାଶି:- ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ । କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢିବେ । ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ ।

ଅଧିକ ପଢ଼ନ୍ତୁ:-ପରିବାରରେ ହୋଇଥିବା ହତ୍ୟା କାରଣରୁ ଭାରତ ଫେରିଥିଲେ ରାଇନା !

କନ୍ୟାରାଶି:- ଆଜି ସୁସ୍ଥତା ଅକ୍ଷୁର୍ଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ । ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ ।

ତୁଳାରାଶି:- ଆଜି ସ୍ୱାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣ ନିଃଶ୍ୱାସୀ ହୋଇପାରନ୍ତି । ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ । ଶିଳ୍ପ ଓ ପରିବହନରେ ସମସ୍ୟା ଲାଗିରହିବ । ମୂଳା ନକ୍ଷତ୍ର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ ।

ବିଛାରାଶି:- ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ । ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।

ଅଧିକ ପଢ଼ନ୍ତୁ:-ଆଇପିଏସଙ୍କ ପତ୍ନୀ ଅମିତ ଶାହଙ୍କୁ ଲେଖିଲେ ଚିଠି, କହିଲେ- ଅନେକ ମହିଳାଙ୍କ ସହ ମୋ ସ୍ୱାମୀଙ୍କ ରହିଛି ଅବୈଧ ସମ୍ପର୍କ

ଧନୁରାଶି:- ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ । ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତି ବିଶେଷ ଆଜି ବଡ ଡିଲ୍ କରିବେ । ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ । ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ ।

ମକରରାଶି:- ଆଜି ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଯୋଗୁ ବିଚଳିତ ହେବେ । ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ପ୍ରତଯୋଗିତା କିମ୍ବା ପ୍ରତିଦ୍ୱନ୍ଦିତାରେ ସଫଳତା ପାଇ ପାରିବେ ।

ଅଧିକ ପଢ଼ନ୍ତୁ:-'ୟୁଟ୍ୟୁବ'ରେ ନାପସନ୍ଦ କରାଯାଉଛି ପିଏମ ମୋଦିଙ୍କ 'ମନ କି ବାତ୍'

କୁମ୍ଭରାଶି:- ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବଂ ସଫଳ ହେବେ । ଧନଲାଭର ଯୋଗ ରହିଛି । ବିଦେଶ ଯିବା ଲୋକ ଶୁଭ ଖବର ପାଇବେ । ସ୍ୱାସ୍ଥ୍ୟ ବଢିଆ ରହିବ ।

ମୀନରାଶି:- ଆଜି ପାରିବାରିକ ସ୍ଥିତି ଭଲ ରହି ନ ପାରେ । ଏଣେ ଯାହା ପାଇବା କଥା ତାହା ଠିକ୍ ସମୟରେ ପାଇବା ମଧ୍ୟ କଷ୍ଟକର ହେବାର ଆଶଙ୍କା ରହିଛି । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହୋଇପାରେ । ମିତ୍ର, ବନ୍ଧୁରେ ଭାଙ୍ଗି ପଡିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ ।