ଶାରୀରିକ ସୁସ୍ଥତା ଲାଭ କରିବେ । କର୍ମ କ୍ଷେତ୍ର ଉଜ୍ଜଳମୟ ହେବ । ଆୟ ବୃଦ୍ଧି ପାଇବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ ଦିନଟି ଶୁଭପ୍ରଦ ହେବ ।
Trending Photos
ମେଷ: ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ସ୍ଥିର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ସେବା ପୂଜା ପାଇଁ ମନ ବଳିବ । ନବ ବିବାହିତ ଦମ୍ପତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ । ବ୍ୟାଙ୍କିଙ୍ଗ୍, ଇନସୁରାନସ ବିଭାଗରେ କାର୍ଯ୍ୟରତ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭପ୍ରଦ ଅଟେ ।
ବୃଷ: ମାନସିକ ଅବସାଦ ଦେଖାଦେବ । ଚିନ୍ତାଗ୍ରସ୍ତ ରହିବେ । କାର୍ଯ୍ୟରେ ବାଧା ଓ ଅବରୋଧ ଦେଖାଦେବ । ସହକର୍ମୀଙ୍କ ସହ ମତଭେଦ ଦେଖାଦେବ । ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ମନ ଦୁର୍ବଳ ରହିବ । ଆୟ ମଧ୍ୟମ ଧରଣର ହେବ । ଆଇନ ଅଦାଲତର କାର୍ଯ୍ୟ ଆପଣଙ୍କ ବିପକ୍ଷରେ ଯିବ ।
ମିଥୁନ: ଶାରୀରିକ ସୁସ୍ଥତା ଲାଭ କରିବେ । କର୍ମ କ୍ଷେତ୍ର ଉଜ୍ଜଳମୟ ହେବ । ଆୟ ବୃଦ୍ଧି ପାଇବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ ଦିନଟି ଶୁଭପ୍ରଦ ହେବ ।
କର୍କଟ: ସ୍ୱାସ୍ଥ୍ୟ ସଚେତନ ହେବେ । ସ୍ଥିର ଚିତ୍ତରେ ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ବ୍ୟବସାୟ ଭଲ ହେବ, ବ୍ୟବସାୟ ଲାଭପ୍ରଦ ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ ।
Also Read: Health care tips: ପିଲାମାନଙ୍କର ଉଚ୍ଚତା ବଢାଇବାରେ ସହାୟକ ହୋଇଥାଏ ଏହି ସବୁ ଯୋଗାସନ
ସିଂହ: ଶାରିରୀକ କିମ୍ବା ମାନସିକ ଆଘାତ ପାଇବେ । ଆୟ ବ୍ୟୟ ସମାନ ରହିବ । ବ୍ୟବସାୟରେ ଶିଥିଳତା ଦେଖାଦେବ । ସତର୍କତା ଅବଲମ୍ବନ ନ କଲେ ଅସୁବିଧାରେ ପଡିବେ ।
କନ୍ୟା: କାର୍ଯ୍ୟ ବ୍ୟସ୍ତତା ବୃଦ୍ଧି ପାଇବ । ବିରକ୍ତି ଭାବ ପ୍ରକାଶ ପାଇବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ଆଶା କରୁଥିବା ଦିଗରୁ ଅର୍ଥ ପାଇବାରେ ବିଳମ୍ବ ହେବ । ଦୂରଯାତ୍ରା ବିଫଳ ହେବ ।
ତୁଳା: ମାନସିକ ଶାନ୍ତିବଜାୟ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ଦାମ୍ପତ୍ୟ ଜୀବନ ବେଶ ସୁଖମୟ ହେବ । ଦୂରଯାତ୍ରା ସଫଳ ହେବ ।
ବିଛା: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେବ । ରୋଜଗାର ପୂର୍ବଭଳି ହେବ । ବ୍ୟବସାୟ ଆଶାନୁରୂପକ ହେବ । ପାଖ ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ . ଆୟ ଉତ୍ତମ ହେବ ।
Also Read: DCGIର ମଞ୍ଜୁରୀ, ୧୨ ରୁ ୧୮ ବର୍ଷ ବୟସ୍କଙ୍କୁ ମିଳିବ ଏହି ଟିକା
ଧନୁ: ମନ ପ୍ରସନ୍ନ ରହିବ । ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ତୁଳାଇବେ । ବ୍ୟବସାୟରେ ଅଗ୍ରଗତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।
ମକର: ଦୃଢମନା ହେବେ । କର୍ମ କ୍ଷେତ୍ରରେ ଉପରିସ୍ତ ଅଧିକାରୀଙ୍କ ପ୍ରଶଂସା ପାଇବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ ।
କୁମ୍ଭ: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉତ୍ସାହ ପୂର୍ବକ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ଉପରିସ୍ତ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ବ୍ୟବସାୟ ଲାଭପ୍ରଦ ହେବ । ଆଇନ ଅଦାଲତର କାର୍ଯ୍ୟ ସଫଳ ହେବ । ଆୟ ବୃଦ୍ଧି ପାଇବ ।
ମୀନ: ମାନସିକ ଓ ଶାରୀରିକ ସୁସ୍ଥତା ବଜାୟ ରହିବ । କର୍ମ ଚଞ୍ଚଳ ହେବେ । କାର୍ଯ୍ୟାଳୟରେ ଦାୟିତ୍ୱର ସହ କାର୍ଯ୍ୟ ନିର୍ବାହ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆୟ ବୃଦ୍ଧି ପାଇବ । ସ୍ୱାସ୍ଥ୍ୟ ଅତୁଟ ରହିବ । କର୍ମ କ୍ଷେତ୍ରରେ ଚଳଚଞ୍ଚଳ ରହିବେ ।