• ଭୁବନେଶ୍ୱର ବହୁଚର୍ଚ୍ଚିତ ମନୀଷ ଅନୁରାଗ ହତ୍ୟା ମାମଲା
  • ୪ ଦିନିଆ ରିମାଣ୍ଡରେ ଯିବେ ଗିରଫ ୩ ଅଭିଯୁକ୍ତ
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ
  • ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ
  • ୧୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କ ଭିଜିଲାନ୍ସ
  • ଆଜି ଉଭୟ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ୩୫ ପଇସା ବୃଦ୍ଧି
  • ରାଜ୍ୟରେ ଦିନକରେ ଆଉ ୪୪୩ କୋରୋନା ଆକ୍ରାନ୍ତ ଚିହ୍ନଟ
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କିଲର ଭାଇରସ
  • ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୧୪୬ ଆକ୍ରାନ୍ତ ଚିହ୍ନଟ, ୧୪୪ ମୃତ
  • କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

ସପ୍ତାହର ପ୍ରଥମ ଦିନରେ ଦେଢ଼ ଘଣ୍ଟା ରାହୁକାଳ, ଏହି ଦୁଇ ରାଶି ଉପରେ ଅଛି ବପଦ

୨୭ ସେପ୍ଟେମ୍ବର ୨୦୨୧, ସୋମବାର, ଆଶ୍ୱିନ ମାସ, ତିଥି : ଷଷ୍ଠୀ, ନକ୍ଷତ୍ର : ରୋହିଣୀ, ଚନ୍ଦ୍ର : ବୃଷ ରାଶି, ଘାତଚନ୍ଦ୍ର : ବିଛା ରାଶି, ଘାତବାର : ମିଥୁନ ରାଶି, ରାହୁକାଳ : ୦୭:୦୬ରୁ ୦୮:୩୭, ଶୁଭ ସମୟ : ୦୮:୪୦ରୁ ୧୦:୦୦

ସପ୍ତାହର ପ୍ରଥମ ଦିନରେ ଦେଢ଼ ଘଣ୍ଟା ରାହୁକାଳ, ଏହି ଦୁଇ ରାଶି ଉପରେ ଅଛି ବପଦ
ପ୍ରତିକାତ୍ମକ ଫଟୋ

ମେଷ: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିଙ୍କ କ୍ରୋଧର ଶିକାର ହେବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପରିବାରରେ ସାମାନ୍ୟ ମତଭେଦ ଦେଖାଦେବ । ଦୂରଯାତ୍ରା ସଫଳ ହେବ ।

ବୃଷ: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେବ । ରୋଜଗାର ପୂର୍ବଭଳି ହେବ । ବ୍ୟବସାୟ ଆଶାନୁରୂପକ ହେବ । ପାଖ ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ ।

ମିଥୁନ: ଦେହ  ଅସୁସ୍ଥ ରହିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ମତଭେଦ ଦେଖାଦେବ । ସନ୍ତାନଙ୍କ  କାର୍ଯ୍ୟ କଳାପକୁ ନେଇ ଚିନ୍ତିତ ରହିବେ ।

କର୍କଟ: ଅସୁସ୍ଥତାରୁ ଆରୋଗ୍ୟ ଲାଭ କରିବେ । ବକେୟା କାର୍ଯ୍ୟ ସବୁ ସଂପାଦନ କରିବେ । ବ୍ୟବସାୟରେ ସ୍ୱଳ୍ପଲାଭ ମିଳିବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ ।

Also Read: LIC ର ଏହି ଯୋଜନାରେ ପ୍ରିମିୟମ ନ ଦେଇ ପାଆନ୍ତୁ ୭୫୦୦୦ ଟଙ୍କା, ଫଟାଫଟ୍ କରନ୍ତୁ ଆବେଦନ  

ସିଂହ:  ସ୍ୱାସ୍ଥ୍ୟ ଅତୁଟ ରହିବ । କର୍ମ କ୍ଷେତ୍ରରେ ଚଳଚଞ୍ଚଳ  ରହିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ ।  ପାରିବାରିକ ସୁଖଶାନ୍ତି ଲାଭ କରିବେ । ବ୍ୟାଙ୍କିଙ୍ଗ୍‌, ଇନସୁରାନସ ବିଭାଗରେ କାର୍ଯ୍ୟରତ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭପ୍ରଦ ଅଟେ ।

କନ୍ୟା: ଆଶାବାଦୀ ହେବେ । ଅସଂପୂର୍ଣ୍ଣ  କାର୍ଯ୍ୟ ଆଜି ସଂପୂର୍ଣ୍ଣ  କରିବେ । ଅଧିନସ୍ଥ କର୍ମଚାରୀଙ୍କ  ସହଯୋଗ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ଅପରାହ୍ନରେ କୌଣସି ଶୁଭକାର୍ଯ୍ୟରେ ଯୋଗ ଦେବେ । ପାରିବାରିକ ଜୀବନ ସୁଖଶାନ୍ତି ପୂର୍ଣ୍ଣ ରହିବ ।

ତୁଳା: ଶରୀର ସୁସ୍ଥ ରହିବ । କର୍ତ୍ତବ୍ୟ ପରାୟଣ ହେବେ । ବ୍ୟବସାୟ ଉତ୍ତମ ହେବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ । ପାରିବାରିକ ଜୀବନ ସୁଖମୟ ହେବ ।

ବିଛା: ଘାତ ଚନ୍ଦ୍ର ଭୋଗ ହେତୁ ଦିନଟିରେ ଆପଣ ଜଗି ରଖି ଚଳନ୍ତୁ । ଅଯଥା କଳହଠାରୁ ଦୂରେଇ ରୁହନ୍ତୁ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଅଚିହ୍ନା ବ୍ୟକ୍ତିଙ୍କ ସହ ସମ୍ପର୍କ ବଢାନ୍ତୁ ନାହିଁ । ଠକାମିର ଶିକାର ହେବେ ।

Also Read: 'ବ୍ଲୁଟୁଥ୍ ଚପଲ୍' ସାହାଯ୍ୟରେ କପି କରିବାକୁ ଚେଷ୍ଟାକରି ଗିରଫ ହେଲେ ପାଞ୍ଚ ଜଣ ପରୀକ୍ଷାର୍ଥୀ  

ଧନୁ: ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ପରିଶ୍ରମୀ ହେବେ । ବ୍ୟବସାୟରେ ଉତ୍ତମ ଲାଭ କରିବେ । ରାଜନୈତିକ ବ୍ୟକ୍ତିବିଶେଷଙ୍କ ପାଇଁ ସମ୍ମାନର ଦିନ । ଆଇନ ଅଦାଲତର ରାୟ ଆପଣଙ୍କ  ସପକ୍ଷରେ ଯିବ ।

ମକର: ଶରୀର ସୁସ୍ଥ ରହିବ । ଦୃଢ ମନା ହୋଇ ସମସ୍ତ କାର୍ଯ୍ୟ  ନିର୍ବାହ କରିବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟିକ ସଫଳତା ପ୍ରାପ୍ତି କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସଭା ସମିତିରେ ନିଜର ପ୍ରାଧାନ୍ୟ ଜାହିର୍ କରିବେ ।

କୁମ୍ଭ:  ଦେହ ଓ ମନ ଭଲ ରହିବ । କର୍ମ ଚଞ୍ଚଳ ରହିବେ । କର୍ମ କ୍ଷେତ୍ରରେ ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଅକସ୍ମାତ ଧନପ୍ରାପ୍ତିର ଯୋଗ ରହୁଛି । ବ୍ୟବସାୟରେ ସଫଳତା ପାଇବେ । ଆଇନ୍‌, ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ ।

ମୀନ: ଦାନ ଧର୍ମ ପ୍ରତି ମନ ବଳିବ । ଦିଅଁ ଦର୍ଶନ ପାଇଁ ଦୂରଯାତ୍ରା କରିବେ । ବ୍ୟୟ ଅଧିକ ହେବ । ସାମାନ୍ୟ ଅସୁସ୍ଥତା ବୋଧ ହେବ । ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ ।