ଆଜିର ରାଶିଫଳ: ଅପରାହ୍ନରେ ରାହୁକାଳ, ଏହି ରାଶିରେ ଅହୋରାତ୍ର ଘାତଚନ୍ଦ୍ର
Advertisement

ଆଜିର ରାଶିଫଳ: ଅପରାହ୍ନରେ ରାହୁକାଳ, ଏହି ରାଶିରେ ଅହୋରାତ୍ର ଘାତଚନ୍ଦ୍ର

୦୧,୦୨,୨୦୨୨, ମଙ୍ଗଳବାର, ବିରଜା ଦେବୀଙ୍କ ଜନ୍ମୋତ୍ସବ, ଚନ୍ଦ୍ର- ମକର ରାଶିରେ, ତିଥି- ଅମାବାସ୍ୟା , ଦିବା ୧୧ଟା୧୫ ପରେ ପ୍ରତିପଦ, ନକ୍ଷତ୍ର- ଶ୍ରବଣା, ରାତ୍ରି ୭ଟା୪୪ ପରେ ଧନିଷ୍ଠା, ରାହୁକାଳ- ଦିବା ୨ଟା୪୭ରୁ ୪ଟା୧୧ ପର୍ଯ୍ୟନ୍ତ, ଶୁଭ ସମୟ- ଦିବା ୧ଟା୩ରୁ ୨ଟା୩୬ ପର୍ଯ୍ୟନ୍ତ, ଘାତଚନ୍ଦ୍ର- ସିଂହ ରାଶିରେ ଅହୋରାତ୍ର, ଘାତବାର- ମକର ରାଶିରେ 

ପ୍ରତିକାତ୍ମକ ଫଟୋ

ମେଷ: ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହୋଇପାରେ । ସୁଯୋଗର ଉପଯୋଗ କରିପାରନ୍ତି । ଶ୍ରମ ସାର୍ଥକ ହୋଇପାରେ । ଶୁଭ ଖବର ପାଇଁ ପ୍ରଫୁଲ୍ଳିତ ହେବେ । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ । ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି ।  

ବୃଷ: ଅନିଶ୍ଚିତତା ଅନୁଭବ କଲେ ବି ଉଦ୍ୟମ ଜାରି ରଖିବେ । ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୂକୂଳ ରହିଛି । ଆନନ୍ଦ ଉପଭୋଗ କରିପାରନ୍ତି । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ ।    

ମିଥୁନ: ଭଲ ରୋଜଗାର ହେବାର ସୂଚନା ମିଳୁଛି । ଜନ ସଂପର୍କ ବୃଦ୍ଧି ପାଇବ । କାର୍ଯ୍ୟରେ ସଫଳତା ଲାଭ କରିବେ । କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‌ବ୍ୟବହାର କରିପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ଭକ୍ତିଗାଥା ଉପରେ ଉପର କାନ ଡେରିବେ ।  

କର୍କଟ: ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । କଥାବାର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ । କଳହଠାରୁ ନିଜକୁ ଦୂରେଇ ରଖନ୍ତୁ । ବ୍ୟବସାୟ ମଧ୍ୟମ ଧରଣର ହେବ । ପାରିବାରିକ ଜୀବନରେ ଭୁଲ ବୁଝାମଣାର ଶିକାର ହେବେ ।

Also Read: ବନ୍ଦ ହେଲା ଏହି ଟିଭି ଚ୍ୟାନେଲ୍, କେନ୍ଦ୍ର ସୂଚନା ପ୍ରସାରଣ ମନ୍ତ୍ରାଳୟର ଆଦେଶ

ସିଂହ: ଯାତ୍ରା ସ୍ଥଗିତ ରଖିବା ଆପଣଙ୍କ ପାଇଁ ଭଲ ହେବ । ଅଯଥା ବିତର୍କରେ ଭାଗ ନ ନେଇ ଚୁପ୍ ରହିବା ଭଲ । ବନ୍ଧୁ ବିରୋଧର ସମ୍ମୁଖୀନ ହୋଇପାରନ୍ତି । ବୃଥା କାର୍ଯ୍ୟରେ ଖର୍ଚ୍ଚାନ୍ତ ହେବେ । ମିଠା କଥାରେ ପରକୁ ନିଜର କରିବେ ।    

କନ୍ୟା: ବିଭିନ୍ନ ସ୍ତରରୁ ସହଯୋଗ ପାଇ ଶତ୍ରୁର ମୁକାବିଲା କରିବେ । ଶେଷରେ ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ । ସୁସମ୍ବାଦ ପାଇଁ ଖୁସି ହୋଇପାରନ୍ତି । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଋଣପରିଶୋଧ କରି ଚିନ୍ତାମୁକ୍ତ ହେବେ ।  

ତୁଳା: ଯେକୌଣସି କାର୍ଯ୍ୟ ବରାଦ ହେଲେ ବି; ସେଥିରେ ଉତ୍ସାହ ବୃଦ୍ଧି ପାଇବ । ପରିଶ୍ରମର ମୂଲ୍ୟ ମିଳିବ । କନ୍ୟା ସନ୍ତାନ ଆପଣଙ୍କ ପାଇଁ ଶୁଭଦାୟକ ହେବ । କେତେକ କ୍ଷେତ୍ରରେ ଭୁଲ୍ ବୁଝାମଣାର ବଶବର୍ତ୍ତୀ ହୋଇପାରନ୍ତି । ତ୍ୟାଗପୁତ ଜୀବନଯାପନ କରିବେ ।  

ବିଛା: ଦେହ ଓ ମନ ଭଲ ରହିବ ।  ବିଭିନ୍ନ ଦିଗରୁ ଧନାଗମ ହେବାର ସୂଚନା ମିଳୁଛି । ପରିବେଶର ଉନ୍ନତୀ ପାଇଁ ପଦକ୍ଷପ ନେବେ । ଏକ ପତ୍ନୀ ବ୍ରତ ଆଚରଣ କରିପାରନ୍ତି । ଅଶାନ୍ତି ଦୂର ହୋଇପାରେ ।  

Also Read: LIC ଧାରକ ହୋଇଯାଆନ୍ତୁ ସାବଧାନ; ଯଦି କରିବେ ଏହି କାମ, ତେବେ ବୁଡ଼ିଯିବ ଆପଣଙ୍କ ଟଙ୍କା!

ଧନୁ: ସଞ୍ଚୟ ଉପଯୋଗ କରିପାରନ୍ତି । କଳହଠାରୁ ନିଜକୁ ଦୂରେଇ ରଖିପାରନ୍ତି । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇ ବାତାବରଣ ଅନୁକୂଳ ରହିଛି । ଦେବ ଦର୍ଶନର ସୁଯୋଗ ଅଛି । ସରକାରୀ ସ୍ତରରୁ ଲାଭ ଉଠାଇବେ ।  

ମକର: ଘାତବାର ଭୋଗ ହେତୁ ଦିନଟିରେ ଆପଣ ଜଗି ରଖି ଚଳନ୍ତୁ । ଅଯଥା କଳହଠାରୁ ଦୂରେଇ ରୁହନ୍ତୁ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଅଚିହ୍ନା ବ୍ୟକ୍ତିଙ୍କ ସହ ସମ୍ପର୍କ ବଢାନ୍ତୁ ନାହିଁ । ଠକାମିର ଶିକାର ହେବେ ।  

କୁମ୍ଭ:  ଦେହ ଭଲ ରହିବ । ଚିଡିଚିଡା ସ୍ୱଭାବର ହେବେ । ପାରିବାରିକ ଅଶାନ୍ତି ଦେଖାଦେବ । ବ୍ୟବସାୟ ସ୍ୱଳ୍ପଲାଭ ଯୁକ୍ତ ହେବ । ସନ୍ତାନଙ୍କ କାର୍ଯ୍ୟ କଳାପରେ ଅସନ୍ତୁଷ୍ଟ ରହିବେ  

ମୀନ: ଧର୍ମ-ଧାରଣା ଆପଣଙ୍କୁ ବିଜୟ ସୂଚନା ପ୍ରଦାନ କରିବ । ଉଚ୍ଚ ଆଶା ପୂରଣ ହୋଇପାରେ । ଭଲ ଆୟ ହେବ । ସ୍ୱାସ୍ଥ୍ୟ ଅତୁଟ ରହିବ । ଉତ୍ତମ ଭୋଜନ ମିଳିବ । ନୂଆବନ୍ଧୁ ଜୁଟି ପାରନ୍ତି । ଚିନ୍ତାଧାରା ଉନ୍ନତମାନର ହେବ । ସୁଖଭୋଗ କରିପାରନ୍ତି ।