ଆଜିର ରାଶିଫଳ: ବସନ୍ତ ପଞ୍ଚମୀରେ ବିପଦ, ବଢ଼ିବ ପାରିବାରିକ ଜଞ୍ଜାଳ
Advertisement

ଆଜିର ରାଶିଫଳ: ବସନ୍ତ ପଞ୍ଚମୀରେ ବିପଦ, ବଢ଼ିବ ପାରିବାରିକ ଜଞ୍ଜାଳ

ଶରୀର ସାମାନ୍ୟ ଅସୁସ୍ଥ ରହିବ । କର୍ମକ୍ଷେତ୍ରରେ ଅଶାନ୍ତିର ବାତାବରଣ ମିଳିବ । ଆର୍ଥିକ ଅନାଟନ ଦେଇ ଗତିକରିବେ । ପାରିବାରିକ ସୁଖଶାନ୍ତି ବ୍ୟାହତ ହେବ ।

ପ୍ରତିକାତ୍ମକ ଫଟୋ

ମେଷ: ପାରିବାରିକ ସୁଖ ମିଳିବ । ଶରୀର ସୁସ୍ଥ ରହିବ । ଦୃଢ ମନା ହୋଇ ସମସ୍ତ କାର୍ଯ୍ୟ  ନିର୍ବାହ କରିବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟିକ ସଫଳତା ପ୍ରାପ୍ତି କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସଭା ସମିତିରେ ନିଜର ପ୍ରାଧାନ୍ୟ ଜାହିର୍ କରିବେ ।

ବୃଷ: ଉଦର ପୀଡା କିମ୍ବା ଶିରପୀଡା ଭଳି ଶାରୀରିକ ସମସ୍ୟା ଦେଖାଦେବ । କର୍ମ କ୍ଷେତ୍ରରେ ହତୋତ୍ସାହିତ ହେବେ । ଦାମ୍ପତ୍ୟ ଜୀବନରେ ବୁଝାମଣାରେ ଅଭାବ ପରିଲକ୍ଷିତ ହେବ ।

ମିଥୁନ: ଶରୀର ସାମାନ୍ୟ ଅସୁସ୍ଥ ରହିବ । କର୍ମକ୍ଷେତ୍ରରେ ଅଶାନ୍ତିର ବାତାବରଣ ମିଳିବ । ଆର୍ଥିକ ଅନାଟନ ଦେଇ ଗତିକରିବେ । ପାରିବାରିକ ସୁଖଶାନ୍ତି ବ୍ୟାହତ ହେବ ।

କର୍କଟ: ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ନିର୍ଭୀକ ଭାବେ କାର୍ଯ୍ୟ ସମ୍ପାଦନ କରିବେ । ବନ୍ଧୁଙ୍କ ସହଯୋଗ ମିଳିବ । ଆୟ ବୃଦ୍ଧି ପାଇବ । ଭୋଜିଭାତରେ ଯୋଗ ଦେବେ ।

Also Read: ଓଡ଼ିଶାରେ ରଙ୍ଗୀନ ଫୁଲ କୋବି, ଜାଣନ୍ତୁ ମିଳୁଛି କେଉଁଠି...

ସିଂହ: ସ୍ୱାସ୍ଥ୍ୟଗତ ସମସ୍ୟା ଚିନ୍ତାର କାରଣ ହେବ । ଚିଡିଚିଡା ସ୍ୱଭାବର ହେବେ । କାର୍ଯ୍ୟଭରା ବୃଦ୍ଧି ପାଇବ । ଆୟ ଆଶାନୁରୂପକ ହେବ । ବ୍ୟବସାୟରେ ଅଭିବୃଦ୍ଧି ହେବ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଗାଡି ମଟର ଚାଳନାରୁ ନିବୃତ୍ତ ରୁହନ୍ତୁ । ଦୂରଯାତ୍ରା ବିପଦପୂର୍ଣ୍ଣ ହେବ ।

କନ୍ୟା: ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ପରିସ୍ଥିତି ପ୍ରତି ସଜାଗ ରୁହନ୍ତୁ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଚୌର ଭୟ ରହିବ । ଅଚିହ୍ନା ଅପରିଚିତ ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ । ବ୍ୟବସାୟରେ ସ୍ୱଳ୍ପ ଲାଭ ହେବ । ସ୍ୱାସ୍ଥ୍ୟ ଭଲ ରହିବ ନାହଁ । ମନ ଭାରାକ୍ରାନ୍ତ ରହିବ । 

ତୁଳା: କର୍ମ ପ୍ରବଣତା ପ୍ରକାଶ ପାଇବ । ସମସ୍ତ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ଧନ ପ୍ରାପ୍ତିର ସୁଯୋଗ ସୃଷ୍ଟିହେବ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।

ବିଛା: ଦାନ ଧର୍ମ ପ୍ରତି ମନ ବଳିବ । ଦିଅଁ ଦର୍ଶନ ପାଇଁ ଦୂରଯାତ୍ରା କରିବେ । ବ୍ୟୟ ଅଧିକ ହେବ । ସାମାନ୍ୟ ଅସୁସ୍ଥତା ବୋଧ ହେବ । ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ ।

Also Read: ମନରେ ଉଠିଲାଣି ପ୍ରଶ୍ନ ? Crypto ଓ Digital କରେନ୍ସି ମଧ୍ୟରେ କଣ ରହିବ ତଫାତ...

ଧନୁ: ମନରେ ଈର୍ଷାଭାବ ଜାଗ୍ରତ ହେବ । କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡିବେ । ଘାତଚନ୍ଦ୍ର ଭୋଗ ହେତୁ ଦିନଟିରେ ଜଗି ରଖି ଚଳନ୍ତୁ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ ।

ମକର: ସୁଖପୂର୍ଣ୍ଣ ଜୀବନ ଯାପନ କରିବେ । କର୍ମ କ୍ଷେତ୍ର ସହଜ ସରଳ ବୋଧଗମ୍ୟ ହେବ । ବନ୍ଧୁ ସାହାଯ୍ୟ ପାଇ ଖୁସି ହେବେ । ସନ୍ତାନଙ୍କ କୃତିତ୍ୱ ଆତ୍ମଶାନ୍ତି ପ୍ରଦାନ କରିବ ।

କୁମ୍ଭ: ଶରୀର ସୁସ୍ଥ ରହିବ । ଦୃଢ ମନା ହୋଇ ସମସ୍ତ କାର୍ଯ୍ୟ  ନିର୍ବାହ କରିବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟିକ ସଫଳତା ପ୍ରାପ୍ତି କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସଭା ସମିତିରେ ନିଜର ପ୍ରାଧାନ୍ୟ ଜାହିର୍ କରିବେ ।

ମୀନ: କର୍ତ୍ତବ୍ୟ ନିଷ୍ଠ ହେବେ । କାର୍ଯ୍ୟାଳୟରେ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ସଂପାଦନ କରିବେ । ଶରୀର ସୁସ୍ଥ ରହିବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ସୁସମ୍ବାଦ ପ୍ରାପ୍ତ ହେବ । ସନ୍ତାନଙ୍କ କୃତିତ୍ୱ ଆତ୍ମଶାନ୍ତି ପ୍ରଦାନ କରିବ ।