ଆଜିର ରାଶିଫଳ: କେମିତି କଟିବ ସପ୍ତାହର ପ୍ରଥମ ଦିନ? ଜାଣନ୍ତୁ ରାହୁକାଳ ଓ ଶୁଭ ସମୟ
Advertisement

ଆଜିର ରାଶିଫଳ: କେମିତି କଟିବ ସପ୍ତାହର ପ୍ରଥମ ଦିନ? ଜାଣନ୍ତୁ ରାହୁକାଳ ଓ ଶୁଭ ସମୟ

୧୭ ଜାନୁଆରୀ ୨୦୨୨ : ସୋମବାର, ତିଥି – ପୁର୍ଣିମା, ନକ୍ଷତ୍ର : ପୁନର୍ବସୁ , ଚନ୍ଦ୍ର – ମିଥୁନ, ଘାତଚନ୍ଦ୍ର : କନ୍ୟା ରାଶି, ଘାତବାର : ମିଥୁନ ରାଶି, ରହୁକାଳ : ୦୭:୪୭ରୁ ୦୯:୧୦, ଶୁଭ ସମୟ : ୦୯:୧୫ରୁ ୧୦:୨୦

ପ୍ରତିକାତ୍ମକ ଫଟୋ

ମେଷ: ଦେହ ଓ ମନ ଭଲ ରହିବ । କର୍ମ ଚଞ୍ଚଳ ରହିବେ । କର୍ମ କ୍ଷେତ୍ରରେ ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଅକସ୍ମାତ ଧନପ୍ରାପ୍ତିର ଯୋଗ ରହୁଛି । ବ୍ୟବସାୟରେ ସଫଳତା ପାଇବେ । ଆଇନ୍‌, ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ ।  

ବୃଷ: ଦେହ ସୁସ୍ଥ ରହିବ । ମନ ପ୍ରସନ୍ନ ରହିବ । ସମସ୍ତ କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ବ୍ୟବସାୟରେ ଅଭିବୃଦ୍ଧି ଦେଖାଦେବ । ସନ୍ତାନଙ୍କ ସଫଳତାରେ ଆତ୍ମ ସନ୍ତୋଷ ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କ  ମଧୁର ହେବ ।  

ମିଥୁନ: ସାମୟିକ ଶରୀର ପୀଡା ଭୋଗିବେ । କୌଣସି ବାଦ ବିବାଦରେ ଜଡିତ ହେବେ । ଧାର କରଜ ଆଦି କରିପାରନ୍ତି । ବ୍ୟବସାୟ ସ୍ୱଳ୍ପ ଲାଭ ଯୁକ୍ତ ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ ।  

କର୍କଟ: ମନ ପ୍ରସନ୍ନ ରହିବ । କର୍ତ୍ତବ୍ୟ ନିଷ୍ଠା ହେବେ । ପ୍ରତ୍ୟେକଟି କାର୍ଯ୍ୟ ସୁଚାରୁ ରୁପେ ହବ । ବନ୍ଧୁ ସହଯୋଗ ପାଇବେ । ବ୍ୟବସାୟରେ ଲାଭପ୍ରଦ ହବ । ପାରିବାରିକ ଜୀବନ ଶାନ୍ତି ପୂର୍ଣ୍ଣ ରହିବ ।

Also Read: ଜାଣନ୍ତୁ କିଏ ଏହି Navdeep kaur , ଯିଏ ହଜାରେ ଝିଅଙ୍କୁ କରିଛନ୍ତି ପୋଷ୍ୟକନ୍ୟା

ସିଂହ:ଆଶାବାଦୀ ହେବେ । ଅସଂପୂର୍ଣ୍ଣ  କାର୍ଯ୍ୟ ଆଜି ସଂପୂର୍ଣ୍ଣ  କରିବେ । ଅଧିନସ୍ଥ କର୍ମଚାରୀଙ୍କ  ସହଯୋଗ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ଅପରାହ୍ନରେ କୌଣସି ଶୁଭକାର୍ଯ୍ୟରେ ଯୋଗ ଦେବେ । ପାରିବାରିକ ଜୀବନ ସୁଖଶାନ୍ତି ପୂର୍ଣ୍ଣ ରହିବ ।  

କନ୍ୟା: ଘାତ ଚନ୍ଦ୍ର ଭୋଗ ହେତୁ ଦିନଟି ରେ ସତର୍କ ରୁହନ୍ତୁ ।କର୍ମ କ୍ଷେତ୍ରରେ କର୍ମ ଚାପ ବୃଦ୍ଧି ପାଇବ । ଅନ୍ୟକୁ ସାହାଯ୍ୟ କରି ନିଜେ ଅସୁବିଧାରେ ପଡିବେ । ବ୍ୟବସାୟରେ ମଧ୍ୟମ ସଫଳତା ପାଇବେ । ଦୂର ଯାତ୍ରା କରନ୍ତୁ ନାହିଁ ।

ତୁଳା: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେବ । ରୋଜଗାର ପୂର୍ବଭଳି ହେବ । ବ୍ୟବସାୟ ଆଶାନୁରୂପକ ହେବ । ପାଖ ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ  

ବିଛା: ଶରୀର ସୁସ୍ଥ ରହିବ । କର୍ମ ତତ୍ପର ହେବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟ ଲାଭପ୍ରଦ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।  

Also Read: ଓମିକ୍ରନରେ ପୀଡିତ ବ୍ୟକ୍ତି ୨୪ ଘଣ୍ଟା ମଧ୍ୟରେ ବିସ୍ତାର କରିବା ଆରମ୍ଭ କରେ କୋରୋନା, ଜାଣନ୍ତୁ କାରଣ

ଧନୁ: ଶରୀର ସୁସ୍ଥ ରହିବ । ଦୃଢ ମନା ହୋଇ ସମସ୍ତ କାର୍ଯ୍ୟ  ନିର୍ବାହ କରିବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟିକ ସଫଳତା ପ୍ରାପ୍ତି କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସଭା ସମିତିରେ ନିଜର ପ୍ରାଧାନ୍ୟ ଜାହିର୍ କରିବେ ।  

 ମକର: ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ସ୍ଥିର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ସେବା ପୂଜା ପାଇଁ ମନ ବଳିବ । ନବ ବିବାହିତ ଦମ୍ପତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ ।  

କୁମ୍ଭ: ଶାରିରୀକ ସୁସ୍ଥତା ଲାଭ କରିବେ । ଦାନ ଧର୍ମ ପ୍ରତି ମନ ବଳିବ । କାର୍ଯ୍ୟାଳୟରେ କାର୍ଯ୍ୟଚାପ ରହିବ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭ ପ୍ରଦ ହେବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ଅପରାହ୍ନରେ ଶୁଭଖବର ପ୍ରାପ୍ତ ହେବ ।  

ମୀନ: ଶାରିରୀକ ସୁସ୍ଥତା ଲାଭ କରିବେ । କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ମହିଳା ମାନଙ୍କର ସେବା ଓ ପୂଜାରେ ଦିନଟି କଟିବ । ଆୟ ଅଭିବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।