ଆଜିର ରାଶିଫଳ: ଜାଣନ୍ତୁ, କେମିତି ସପ୍ତାହର ଶେଷ ଦିନ?
Advertisement

ଆଜିର ରାଶିଫଳ: ଜାଣନ୍ତୁ, କେମିତି ସପ୍ତାହର ଶେଷ ଦିନ?

ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।

ପ୍ରତିକାତ୍ମକ ଫଟୋ

ମେଷ: ମନ ପ୍ରସନ୍ନ ରହିବ । କାର୍ଯ୍ୟାଳୟରେ ଅଧିକ ଉର୍ତ୍ସଗୀକୃତ ହୋଇ କାର୍ଯ୍ୟ କରିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ । ମାଲି ମୋକଦ୍ଦମାରେ ବିଜୟୀ ହେବେ

ବୃଷ: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।

ମିଥୁନ: ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ଅଶାନ୍ତିର କାରଣ ହେବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । କୋର୍ଟ  କଚେରୀ ସମ୍ପର୍କିତ ରାୟ ଆପଣଙ୍କ ବିପକ୍ଷରେ ଯିବ ।

କର୍କଟ: ହସ ଖୁସିର ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟରେ ଅଭିବୃଦ୍ଧି ହେବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ । 

Also Read: ପ୍ରତୀକ୍ଷାର ଅନ୍ତ; ଫେବୃଆରୀ ମାସରେ ଫିଟିବ ଏହି ତିନିରାଶିର ଭାଗ୍ୟ...

ସିଂହ: ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା ସଫଳ ହେବ ।

କନ୍ୟା: ଶରୀର ସୁସ୍ଥ ରହିବ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । କାର୍ଯ୍ୟାଳୟରେ ଅଧ୍ୟସ୍ତନ କର୍ମଚାରୀଙ୍କ ଦ୍ୱାରା ସମ୍ମାନ ପାଇବେ । ଅପରାହ୍ନରେ ବନ୍ଧୁ ମିଳନର ଯୋଗ ରହୁଛି ।

ତୁଳା: ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ । 

ବିଛା: ସ୍ୱାସ୍ଥ୍ୟ ସଚେତନ ହେବେ । ସ୍ଥିର ଚିତ୍ତରେ ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ବ୍ୟବସାୟ ଭଲ ହେବ ।

Also Read: ରେଳଟ୍ରାକରେ ହୁତୁହୁତୁ ହୋଇ ଜଳୁଥିଲା ନିଆଁ, ଆଉ ତାଉପରେ ଦୌଡୁଥିଲା ଟ୍ରେନ୍

ଧନୁ: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।

ମକର: ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଓ ବ୍ୟୟ ସମାନ ରହିବ । ପାରିବାରିକ ସୁଖସମ୍ମାନ ଲାଭ କରିବେ । ସେବା ପୂଜା ପ୍ରତି ମନ ବଳିବ । ବ୍ୟବସାୟ ଲାଭପ୍ରଦ ହେବ । 

କୁମ୍ଭ: ଅସୁସ୍ଥତାରୁ ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ବନ୍ଧୁ ସୂତ୍ରରୁ ଲାଭବାନ ହେବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭମୟ ଅଟେ ।

ମୀନ: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ । ବ୍ୟବସାୟ ଆଶାନୁରୂପକ ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।