ମେଷ: ଦିନଟିରେ ଆପଣ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ । ମନ ପ୍ରସନ୍ନ ରହିବ । କର୍ମ କ୍ଷେତ୍ର ଉତ୍ସାହପ୍ରଦ ହେବ । ନୂତନ ଜମି କିମ୍ବା ଗୃହ କ୍ରୟ ନିମିତ୍ତ ଯୋଜନା କରିବେ । ସନ୍ତାନଙ୍କ କୃତ୍ତିତ୍ୱରେ ଆତ୍ମସନ୍ତୋଷ ଲାଭ କରିବେ । ନବ ଦମ୍ପତିଙ୍କ ପାଇଁ ଦିନଟି ବେଶ୍ ଆମୋଦଦାୟକ ହେବ । ବ୍ୟବସାୟ ଆଶାନୁରୂପକ ହେବ ।


COMMERCIAL BREAK
SCROLL TO CONTINUE READING

ବୃଷ: ଦେହ ସୁସ୍ଥ ରହିବ । ମନ ପ୍ରସନ୍ନ ରହିବ । ସମସ୍ତ କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ବ୍ୟବସାୟରେ ଅଭିବୃଦ୍ଧି ଦେଖାଦେବ । ସନ୍ତାନଙ୍କ ସଫଳତାରେ ଆତ୍ମ ସନ୍ତୋଷ ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କ  ମଧୁର ହେବ । 


ମିଥୁନ: କର୍ତ୍ତବ୍ୟ ନିଷ୍ଠ ହେବେ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସା ମିଳିବ । ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ । ଦୂରଯାତ୍ରା ସଫଳ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ରାଜନୈତିକ ବ୍ୟକ୍ତି ବିଶେଷ ସଭାସମିତିରେ ଜନତାଙ୍କ ଆଦର ପାଇବେ ।


କର୍କଟ: ମାନସିକ ଅବସାଦ ଦେଖାଦେବ । ଚିନ୍ତାଗ୍ରସ୍ତ ରହିବେ । କାର୍ଯ୍ୟରେ ବାଧା ଓ ଅବରୋଧ ଦେଖାଦେବ । ସହକର୍ମୀଙ୍କ ସହ ମତଭେଦ ଦେଖାଦେବ । ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ମନ ଦୁର୍ବଳ ରହିବ । ଆୟ ମଧ୍ୟମ ଧରଣର ହେବ । ଆଇନ ଅଦାଲତର କାର୍ଯ୍ୟ ଆପଣଙ୍କ ବିପକ୍ଷରେ ଯିବ ।


Also Read: ହୃଦଘାତ ପୂର୍ବରୁ ଶରୀରରେ ଆସେ ଏସବୁ ପରିବର୍ତ୍ତନ, କଦାପି କରନ୍ତୁନି ଅଣଦେଖା


ସିଂହ: ସମାନୁବର୍ତ୍ତୀ ହୋଇ ପ୍ରତ୍ୟେକ କାର୍ଯ୍ୟ ସୂଚାରୁ ରୂପେ ତୁଲାଇବେ । ସେବା ପୂଜାରେ ମନ ନିବେଶ କରିବେ । ଶରୀର ଓ ମନ ସୁସ୍ଥ ରହିବ । କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସାହାଯ୍ୟ ସହଯୋଗ ପାଇବେ । ଆୟ ଓ ବ୍ୟୟ ସମାନ ରହିବ । ବ୍ୟବସାୟ ଲାଭ ଯୁକ୍ତ ହେବ ।


କନ୍ୟା: ଶରୀର ସୁସ୍ଥ ରହିବ । କର୍ମ ତତ୍ପର ହେବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟ ଲାଭପ୍ରଦ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।


ତୁଳା: ଶରୀର ଆରୋଗ୍ୟ ରହିବ । କାର୍ଯ୍ୟ ବ୍ୟସ୍ତତା ଭିତରେ ଦିନ କାଟିବେ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ଭାଜନ ହେବେ । ଆୟ ଆଶାନୁରୂପକ ହେବ । ଗୃହକୁ ବିବାହ ପ୍ରସ୍ତାବ ଆଦି ଆସିପାରେ । ଆଇନ୍ ଅଦାଲତର କାର୍ଯ୍ୟ ଆପଣଙ୍କ ସପକ୍ଷରେ ଯିବ । ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟ ଭଲ ହେବ ।


ବିଛା: କର୍ମ ଚଞ୍ଚଳ ରହିବେ । ବନ୍ଧୁବାନ୍ଧବ ତଥା ପଡୋଶୀଙ୍କ ମେଳରେ ମଉଜ୍ ମଜ୍‌ଲିସରେ ଦିନ କାଟିବେ । ଖର୍ଚ୍ଚ ବୃଦ୍ଧି ପାଇବ । ନୂତନ ଦ୍ରବ୍ୟ କିମ୍ବା ବସ୍ତ୍ର କ୍ରୟ କରିବେ । ପାରିବାରିକ ସୁଖଶାନ୍ତି ଉପଲବ୍ଧ ହେବ । ବ୍ୟବସାୟରେ କାରବାର ବୃଦ୍ଧି ପାଇବ ।


Also Read: ବର୍ତ୍ତମାନ କାହାକୁ ମିଳିବ LPG ସବସିଡି? ସ୍ପଷ୍ଟ କଲା ସରକାର


ଧନୁ: କର୍ମ ଅନୁସାରେ ଫଳ ପ୍ରାପ୍ତି ହେବ । ଦେହ ଓ ମନ ଭଲ ରହିବ । ସୁସମ୍ବାଦ ପ୍ରାପ୍ତ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପରିବାରରେ ହସ ଖୁସିର ଲହରି ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।


ମକର: ଦିନଟିରେ ଆପଣ କର୍ମ ତତ୍ପର ହେବେ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । କର୍ମ କ୍ଷେତ୍ର ଉତ୍ସାହ ପୂର୍ଣ୍ଣ  ରହିବ । ପଡୋଶୀଙ୍କ ସହ ସୁସମ୍ପର୍କ ବଜାୟ ରହିବ । ପାରିବାରିକ ହସଖୁସି ଲାଗି ରହିବ । ଦୂରଯାତ୍ରା ସଫଳ ହେବ ।


କୁମ୍ଭ: ନୂତନ କର୍ମରେ ଯୋଗ ଦେଇ ଖୁସି ହେବେ । ମନ ପ୍ରସନ୍ନ ରହିବ । ଅର୍ଥ ପ୍ରାପ୍ତି ସୂଚନା ମିଳୁଛି । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଦୂରଯାତ୍ରା କରିପାରନ୍ତି । କର୍ମ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ଚିନ୍ତାଧାରା ଉନ୍ନତମାନର ହେବ ।  


ମୀନ: ଆରୋଗ୍ୟ ରହିବେ । ମନ ଭଲ ରହିବ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ପାଇବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟୀମାନେ ଭଲ ଲାଭ କରିବେ ।