• ପଂଚାୟତ ନିର୍ବାଚନ ପୂର୍ବରୁ ଦକ୍ଷିଣାଞ୍ଚଳରେ ଭୁଶୁଡ଼ିଛି କଂଗ୍ରେସ ଦୁର୍ଗ
  • ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ହେଲ୍‌ଥ୍‌ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ମହାଲିଙ୍ଗ ସନ୍‌ସାଇନ୍‌ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲା
  • ଭବାନୀପାଟଣା ସ୍ଥିତ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଘରକୁ ଅଣ୍ଡାମାଡ଼
  • ବିକ୍ଷୋଭ ପ୍ରଦର୍ଶନ କରିବା ସହ ଅଣ୍ଡାମାଡ଼ କଲେ ଯୁବ କଂଗ୍ରେସ କର୍ମୀ
  • ମାମଲାରେ ମନ୍ତ୍ରୀଙ୍କ ନାଁ ଆସିଥିବାରୁ ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବି
  • ପିଲାଙ୍କୁ ଟିକା ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀଙ୍କ ସୂଚନା
  • ପିଲାମାନଙ୍କୁ ୨ଟି ଡୋଜରେ ଟିକାକରଣ କରିବା ପାଇଁ ପରାମର୍ଶ ଅଛି
  • ଏନେଇ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ଭିଡିଓ କନଫରେନ୍ସିଂରେ ତାଲିମ ଦିଆଯିବ
  • ଯେଉଁ ସମୟରେ ନିର୍ଦ୍ଦେଶ ଆସିବ ତୁରନ୍ତ ଟିକାକରଣ କାର୍ଯ୍ୟ ଆରମ୍ଭ କରିବୁ

ସମସ୍ତଙ୍କ ପାଇଁ ମଙ୍ଗଳ ହେବ ମଙ୍ଗଳବାର, କେବଳ ଏହି ୪ଟି ରାଶିର ବ୍ୟକ୍ତି ରୁହନ୍ତୁ ସତର୍କ

୨୧ ସେପ୍ଟେମ୍ବର ୨୦୨୧ ମଙ୍ଗଳବାର ଆଶ୍ୱିନ ମାସ ତିଥି : ପ୍ରତିପଦା ନକ୍ଷତ୍ର: ଉତ୍ତରଭାଦ୍ରପଦ ଚନ୍ଦ୍ର : ମିନ ଘାତଚନ୍ଦ୍ର : ଧନୁ ରାଶି ଘାତବାର : ମକର ରାଶି ରାହୁକାଳ : ୦୨:୪୨ ରୁ ୦୪:୧୩ ଶୁଭ ସମୟ : ୧୦:୧୫ ରୁ ୧୧:୧୫

ସମସ୍ତଙ୍କ ପାଇଁ ମଙ୍ଗଳ ହେବ ମଙ୍ଗଳବାର, କେବଳ ଏହି ୪ଟି ରାଶିର ବ୍ୟକ୍ତି ରୁହନ୍ତୁ ସତର୍କ
ପ୍ରତିକାତ୍ମକ ଫଟୋ

ମେଷ: ଦେହ ଓ ମନ ଭଲ ରହିବ । କର୍ମ ଚଞ୍ଚଳ ରହିବେ । କର୍ମକ୍ଷେତ୍ରରେ ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଅକସ୍ମାତ ଧନପ୍ରାପ୍ତିର ଯୋଗ ରହୁଛି । ବ୍ୟବସାୟରେ ସଫଳତା ପାଇବେ । ଆଇନ୍‌, ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ ।

ବୃଷ: ଦେହ ସୁସ୍ଥ ରହିବ । ମନ ପ୍ରସନ୍ନ ରହିବ । ସମସ୍ତ କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ବ୍ୟବସାୟରେ ଅଭିବୃଦ୍ଧି ଦେଖାଦେବ । ସନ୍ତାନଙ୍କ ସଫଳତାରେ ଆତ୍ମ ସନ୍ତୋଷ ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କ  ମଧୁର ହେବ ।

ମିଥୁନ: ଶାରିରୀକ ସୁସ୍ଥତା ଲାଭ କରିବେ । ଦାନ ଧର୍ମ ପ୍ରତି ମନ ବଳିବ । କାର୍ଯ୍ୟାଳୟରେ କାର୍ଯ୍ୟଚାପ ରହିବ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭ ପ୍ରଦ ହେବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ଅପରାହ୍ନରେ ଶୁଭଖବର ପ୍ରାପ୍ତ ହେବ ।

କର୍କଟ: ଶାରିରୀକ ସୁସ୍ଥତା ଲାଭ କରିବେ । କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ମହିଳା ମାନଙ୍କର ସେବା ଓ ପୂଜାରେ ଦିନଟି କଟିବ । ଆୟ ଅଭିବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

Also Read: Indian Railways: ଟିକଟ କାଟିଲେ ମାଗଣାରେ ମିଳେ ଏହି ସବୁ ସୁବିଧା

ସିଂହ: ଦେହ ଓ ମନ ଭଲ ରହିବ । ଆୟ ତୁଳନାରେ ବ୍ୟୟ ଅଧିକ ରହିବ । ଗୃହକୁ ବନ୍ଧୁ ଆଗମନ ହୋଇପାରେ । ବ୍ୟବସାୟରେ ସଫଳତା ପ୍ରାପ୍ତି କରିବେ । ସନ୍ତାନଙ୍କ ପାଇଁ ଚିନ୍ତାରେ ରହିବେ ।

କନ୍ୟା: ଶରୀର ସୁସ୍ଥ ରହିବ । ଦୃଢ ମନା ହୋଇ ସମସ୍ତ କାର୍ଯ୍ୟ  ନିର୍ବାହ କରିବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟିକ ସଫଳତା ପ୍ରାପ୍ତି କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସଭା ସମିତିରେ ନିଜର ପ୍ରାଧାନ୍ୟ ଜାହିର୍ କରିବେ ।

 ତୁଳା: ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । କଥାବାର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ । କଳହଠାରୁ ନିଜକୁ ଦୂରେଇ ରଖନ୍ତୁ । ବ୍ୟବସାୟ ମାନ୍ଦା ହେବ । ପାରିବାରିକ ଜୀବନରେ ଭୁଲ ବୁଝାମଣାର ଶିକାର ହେବେ ।

ବିଛା: ମନ ଅସ୍ଥିର ରହିବ । ଆୟ ବ୍ୟୟ ସମାନ ରହିବ । ପଡୋଶୀଙ୍କ ସହ ମନାନ୍ତର ଦେଖାଦେବ । କ୍ରୀଡା କ୍ଷେତ୍ରରେ ସଫଳତା ମିଳିବ ।  ନବ ବିବାହିତଙ୍କ ଦାମ୍ପତ୍ୟ ଜୀବନ ମଧୁରମୟ ହେବ ।

Also Read: କିସମିସରେ ଲୁଚି ରହିଛି ପୁରୁଷଙ୍କ ସ୍ୱାସ୍ଥ୍ୟର ରହସ୍ୟ: ଏହି ସମୟରେ କରନ୍ତୁ ସେବନ, ମିଳିବ ଆଶ୍ଚର୍ଯ୍ୟଜନକ ଲାଭ 

ଧନୁ:  ସାମୟିକ ଶରୀର ପୀଡା ଭୋଗିବେ । କୌଣସି ବାଦ ବିବାଦରେ ଜଡିତ ହେବେ । ଧାର କରଜ ଆଦି କରିପାରନ୍ତି । ବ୍ୟବସାୟ ସ୍ୱଳ୍ପ ଲାଭ ଯୁକ୍ତ ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ ।

ମକର:  ଦିନଟି ରେ ସତର୍କ ରୁହନ୍ତୁ । କର୍ମକ୍ଷେତ୍ରରେ କର୍ମ ଚାପ ବୃଦ୍ଧି ପାଇବ । ଅନ୍ୟକୁ ସାହାଯ୍ୟ କରି ନିଜେ ଅସୁବିଧାରେ ପଡିବେ । ବ୍ୟବସାୟରେ ମଧ୍ୟମ ସଫଳତା ପାଇବେ । ଦୂରଯାତ୍ରା କରନ୍ତୁ ନାହିଁ ।

କୁମ୍ଭ: ମନ ପ୍ରସନ୍ନ ରହିବ । କର୍ତ୍ତବ୍ୟ ନିଷ୍ଠା ହେବେ । ପ୍ରତ୍ୟେକଟି କାର୍ଯ୍ୟ ସୁଚାରୁ ରୁପେ ହବ । ବନ୍ଧୁ ସହଯୋଗ ପାଇବେ । ବ୍ୟବସାୟରେ ଲାଭପ୍ରଦ ହବ । ପାରିବାରିକ ଜୀବନ ଶାନ୍ତି ପୂର୍ଣ୍ଣ ରହିବ ।

ମୀନ: କାର୍ଯ୍ୟ ବ୍ୟସ୍ତତା ବୃଦ୍ଧି ପାଇବ । ବିରକ୍ତି ଭାବ ପ୍ରକାଶ ପାଇବ । ଆୟ ଆଶାନୁରୁପକ ହେବ ନାହିଁ । ଆଶା କରୁଥିବା ଦିଗରୁ ଅର୍ଥ ପାଇବାରେ ବିଳମ୍ବ ହେବ । ଦୂରଯାତ୍ରା କରିପାରନ୍ତି ।