Horoscope of 23rd September 2020: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ବୁଧବାର...
Trending Photos
Horoscope of 23rd September 2020: ମେଷ ରାଶି:- ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।
ବୃଷ ରାଶି:- ଆଜି ଦିନଟି ଭୋଗ, ବିଳାସ ଦିଗକୁ ସ୍ୱତଃ ମନ ଟାଣି ହୋଇଯିବ । ଆଜି ବିଭିନ୍ନ ସୁତ୍ରରୁ ଗୁଡାଏ ଅର୍ଥଲାଭର ଯୋଗ ରହିଛି । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ ।
ମିଥୁନ ରାଶି:- ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ଡାକ୍ତରଙ୍କ ପରାମର୍ଶ ଲୋଡିବେ । କାର୍ଯ୍ୟାଳୟରେ କାର୍ଯ୍ୟଭାର ବୃଦ୍ଧି ପାଇବ । ବ୍ୟବସାୟୀଙ୍କ ଦୃଷ୍ଟିକୋଣରୁ ଦିନଟି ଉତ୍ତମ ଅଟେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନୋନିବେଶ କରିବେ ।
କର୍କଟ ରାଶି:- ମନ ବିଷର୍ଣ୍ଣ ରହିବ । କର୍ମ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦେଖାଦେବ । ଦୁଶ୍ଚିନ୍ତା ଦେଇ ଗତି କରିବେ । ଶାରୀରିକ କିମ୍ବା ମାନସିକ ଆଘାତ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ ।
ସିଂହ ରାଶି:- ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ । କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢିବେ । ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ ।
କନ୍ୟା ରାଶି:- ଆଜି ସୁସ୍ଥତା ଅକ୍ଷୁର୍ଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ । ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ ।
ଅଧିକ ପଢ଼ନ୍ତୁ:-ସାବଧାନ ! ବିନା OTPରେ ହିଁ ସଫା ହୋଇଯିବ ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟ, ରକ୍ଷା ପାଇବାର ଅଛି ତ କରନ୍ତୁ ଏହି କାମ
ତୁଳା ରାଶି:- ଆଜି ସ୍ୱାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣ ନିଃଶ୍ୱାସୀ ହୋଇପାରନ୍ତି । ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ । ଶିଳ୍ପ ଓ ପରିବହନରେ ସମସ୍ୟା ଲାଗି ରହିବ । ମୂଳା ନକ୍ଷତ୍ର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ ।
ବିଛା ରାଶି:- ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ । ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।
ଧନୁ ରାଶି:- ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ । ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ ଡିଲ୍ କରିବେ । ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ । ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ ।
ମକର ରାଶି:- ଆଜି ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଯୋଗୁ ବିଚଳିତ ହେବେ । ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ପ୍ରତଯୋଗିତା କିମ୍ବା ପ୍ରତିଦ୍ୱନ୍ଦିତାରେ ସଫଳତା ପାଇ ପାରିବେ ।
କୁମ୍ଭ ରାଶି:- ସନ୍ଧ୍ୟା ସମୟରେ ସତର୍କ ରୁହନ୍ତୁ । ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବଂ ସଫଳ ହେବେ । ଧନଲାଭର ଯୋଗ ରହିଛି । ବିଦେଶ ଯିବା ଲୋକ ଶୁଭ ଖବର ପାଇବେ । ଘାତଚନ୍ଦ୍ର ଯୋଗୁ ଜଗିରଖି ଚଳନ୍ତୁ ।
ମୀନ ରାଶି:- ବନ୍ଧୁଙ୍କ ସହିତ ଥିବା ସଂପର୍କରେ ବାଧା ସୃଷ୍ଟି ହୋଇପାରେ । ନିଜ ସମ୍ମାନକୁ ଜଗି ଚଳିବାକୁ ପଡିବ । ଝୁଣ୍ଟି ପଡି ଯାଇ ଆଘାତ ପ୍ରାପ୍ତ ହୋଇପାରନ୍ତି । କୃଷି କର୍ମ ଉପରେ ଧ୍ୟାନ ଦେବେ । ମିଷ୍ଟଭାଷୀ ହେବେ । କାର୍ଯ୍ୟ ହାସଲ କରିବେ ।