)
ମେଷ: ସ୍ୱାସ୍ଥ୍ୟ ପାଇଁ ବିଶେଷ ଭାବେ ସତର୍କ ରୁହନ୍ତୁ । ଧନକ୍ଷୟ ହେବାର ସମ୍ଭାବନା ରହିଛି । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଶରୀର ପୀଡା ଦେଖାଦେବ ।
ବୃଷ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ସନ୍ତାନ ସନ୍ତତି ଭିତ୍ତିକ ସମସ୍ୟା ଦୂରିଭୂତ ହେବ । ମନ ପ୍ରଫୁଲ୍ଲ୍ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ ।
ମିଥୁନ: ମାନସିକ ଓ ଶାରୀରିକ ସୁସ୍ଥତା ଲାଭ କରିବେ । ପୂଜା ଆରଧନାରେ ସମୟ କାଟିବେ । ପ୍ରତ୍ୟେକ କାର୍ଯ୍ୟରେ ଆତ୍ମସନ୍ତୋଷ ଲାଭ କରିବେ । ପାରିବାରିକ ଜୀବନ ଖୁସି ହେବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ ।
କର୍କଟ: ମାନସିକ ଶାନ୍ତି ଫେରି ପାଇବେ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । କାର୍ଯ୍ୟାଳୟର ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପାରିବାରିକ ଜୀବନ ହର୍ଷଉଲ୍ଲାସ ଭରା ରହିବ ।
ସିଂହ: ଦେହ ଓ ମନ ଭଲ ରହିବ । ଈଶ୍ୱରଙ୍କ ପ୍ରତି ଆସ୍ଥା ବଢିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । କାର୍ଯ୍ୟାଳୟରେ ପାରଦର୍ଶିତା ଦେଖାଇବେ । ପାରିବାରିକ ଜୀବନ ସୁଖମୟ ହେବ ।
କନ୍ୟା: ଦେହ ଆରୋଗ୍ୟ ରହିବ । ପ୍ରତ୍ୟେକ କାର୍ଯ୍ୟ ସୂଚାରୁ ରୂପେ ସଂପାଦନ କରିବେ । କର୍ମ କ୍ଷେତ୍ରରେ ପ୍ରଶଂସା ପାଇବେ ।ଆର୍ଥିକ ସ୍ଥିତି ସ୍ୱଚ୍ଛଳ ହେବ ।
ତୁଳା: ଘାତଚନ୍ଦ୍ର ହେତୁ ଶରୀର ପିଡା ଭୋଗିପାରନ୍ତି । କୌଣସି ଧାର୍ମୀକ କାର୍ଯ୍ୟରେ ଯୋଗ ଦେବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦ୍ୱରାତ୍ମ ବଢିବ । ଆୟ ମଧ୍ୟମଧରଣର ହେବ ।
ବିଛା: ଶରୀର ସୁସ୍ଥ ରହିବ । ଧର୍ମ କାର୍ଯ୍ୟ ପ୍ରତି ଆଗ୍ରହୀ ହେବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ପାରିବାରିକ ଜୀବନ ସମୃଦ୍ଧ ହେବ ।
ଧନୁ: ଦେହ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ । ଆୟ ଓ ବ୍ୟୟ ସମାନ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ।
ମକର: ମାନସିକ ଅବସାଦ ଦେଖାଦେବ । ଚିନ୍ତାଗ୍ରସ୍ତ ରହିବେ । କାର୍ଯ୍ୟରେ ବାଧା ଓ ଅବରୋଧ ଦେଖାଦେବ । ସହକର୍ମୀଙ୍କ ସହ ମତଭେଦ ଦେଖାଦେବ ।
କୁମ୍ଭ: ଘାତବାର ହୋଇଥିବାରୁ ଜଗିରଖି ଚଳନ୍ତୁ । ଦିଅଁ ଦର୍ଶନର ସୌଭାଗ୍ୟ ଅଛି । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିବ । ଛାତ୍ରଛାତ୍ରୀ ପାଠପଢାରେ ଅବହେଳା ପ୍ରଦର୍ଶନ କରିବେ
ମୀନ: କର୍ମ ତତ୍ପରତା ପ୍ରକାଶ ପାଇବ । ସୁଖ ସମ୍ମାନର ଅଧିକାରୀ ହେବେ । ଉଚ୍ଚ ଆଶା ସଫଳ ହେବ । ରାଜନୈତିକ ବ୍ୟକ୍ତି ବିଶେଷଙ୍କର ପତିଆର ବୃଦ୍ଧି ପାଇବ ।