ଆଜିର ରାଶିଫଳ: ବିବାଦକୁ ଟାଣି ହୋଇପାରନ୍ତି ଏହି ରାଶିର ବ୍ୟକ୍ତି
Advertisement

ଆଜିର ରାଶିଫଳ: ବିବାଦକୁ ଟାଣି ହୋଇପାରନ୍ତି ଏହି ରାଶିର ବ୍ୟକ୍ତି

ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା ସଫଳ ହେବ । କର୍ମ କ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ ।

ପ୍ରତିକାତ୍ମକ ଫଟୋ

ମେଷ: ମନ ଉଦାସ ରହିବ । ପ୍ରିୟଜନଙ୍କ ସହ ମନାନ୍ତର ମତାନ୍ତର ଦେଖାଦେବ । ଅର୍ଥ ଅନାଟନ ଯୋଗୁଁ  ଧାର କରଜ କରିପାରନ୍ତି । ବ୍ୟବସାୟିକ ଶିଥିଳତା ଦେଖାଦେବ ।

ବୃଷ: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।

ମିଥୁନ: ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା ସଫଳ ହେବ । କର୍ମ କ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ ।

କର୍କଟ: ହସ ଖୁସିର ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟରେ ଅଭିବୃଦ୍ଧି ହେବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ ।

Also Read: ପୁରୁଷଙ୍କ ପାଇଁ କାମର ଖବର: ମହୁରେ ଏହି ଜିନିଷ ମିଶାଇ କରନ୍ତୁ ସେବନ, ଆପଣଙ୍କୁ ମିଳିବ ଆଶ୍ଚର୍ଯ୍ୟଜନକ ଲାଭ...

ସିଂହ: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ । ବ୍ୟବସାୟ ଆଶାନୁରୂପକ ହେବ ।

କନ୍ୟା: ଶରୀର ସୁସ୍ଥ ରହିବ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । କାର୍ଯ୍ୟାଳୟରେ ଅଧ୍ୟସ୍ତନ କର୍ମଚାରୀଙ୍କ ଦ୍ୱାରା ସମ୍ମାନ ପାଇବେ । ଅପରାହ୍ନରେ ବନ୍ଧୁ ମିଳନର ଯୋଗ ରହୁଛି ।

ତୁଳା: ଦୃଢମନା ହୋଇ ଏକାଗ୍ର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ଆର୍ଥିକ ସ୍ଥିତି ମଜ୍‌ଭୁତ ହେବ । ଅ୍ଧବନ ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ପରିଲକ୍ଷିତ ହେବ ।

ବିଛା: ଆଜିର ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗିରହିବ । ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର । ନିଜ ବାକିଆ କାମରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି । ଆଜିର ଦୂରଯାତ୍ରା ପ୍ରୀତିପ୍ରଦ ରହିବ ।

Also Read: ଏଠାରେ ପ୍ରତି ୯୦ ମିନିଟରେ ସୂର୍ଯ୍ୟ ଉଦୟ ଓ ଅସ୍ତ ହୁଏ

ଧନୁ: ଆଜି ସ୍ୱାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣ ନିଃଶ୍ୱାସୀ ହୋଇପାରନ୍ତି । ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ । ଶିଳ୍ପ ଓ ପରିବହନରେ ସମସ୍ୟା ଲାଗିରହିବ । ମୂଳା ନକ୍ଷତ୍ର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ ।

ମକର: ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।

କୁମ୍ଭ: ପରିଶ୍ରମୀ ହେବେ । ଦେହ ଓ ମନ ପ୍ରାୟ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ଆୟ ଉତ୍ତମ ହେବ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।

ମୀନ: ଆଜି ଆପଣ ପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି । ଆଶା ଓ ଅଭିଳାଷ ନିଶ୍ଚିତ ପୂରଣ ହୋଇପାରିବ । ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହେବେ । ଶିଳ୍ପ, ପରିବହନ, ବ୍ୟବସାୟରେ ଲାଭ ଆଶାନୁରୂପ ପାଇପାରିବେ ।