ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ରବିବାର
Advertisement

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ରବିବାର

ଜାଣନ୍ତୁ ଆଜିର ଦିନଟି କେମିତି କଟିବ ଆପଣଙ୍କ ପାଇଁ...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ରବିବାର

ମେଷ- ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ପରିସ୍ଥିତି ପ୍ରତି ସଜାଗ ରୁହନ୍ତୁ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଚୋରୀ ଭୟ ରହିବ । ଅଚିହ୍ନା ଅପରିଚିତ ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ ।

ବୃଷ- ଶରୀର ସାମାନ୍ୟ ଅସୁସ୍ଥ ରହିବ । କର୍ମକ୍ଷେତ୍ରରେ ଅଶାନ୍ତିର ବାତାବରଣ ମିଳିବ । ଆର୍ଥିକ ଅନାଟନ ଦେଇ ଗତିକରିବେ । ପାରିବାରିକ ସୁଖଶାନ୍ତି ବ୍ୟାହତ ହେବ ।

ମିଥୁନ- ନୂତନ କର୍ମରେ ଯୋଗ ଦେଇ ଖୁସି ହେବେ । ମନ ପ୍ରସନ୍ନ ରହିବ । ଅର୍ଥ ପ୍ରାପ୍ତି ସୂଚନା ମିଳୁଛି । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଦୂରଯାତ୍ରା କରିପାରନ୍ତି ।

କର୍କଟ- ଶରୀର ସୁସ୍ଥ ରହିବ । ସଫଳତା ପ୍ରାପ୍ତି ପାଇଁ ଅଧିକ ପରିଶ୍ରମ କରନ୍ତୁ । ଆୟ ବ୍ୟୟ ସମାନ ରହିବ । କାର୍ଯ୍ୟାଳୟରେ ପ୍ରଶଂସାଭାଜନେ ହେବେ । ବ୍ୟବସାୟରେ ପୁଞ୍ଜି ନିବେଶ କରିବେ ।

ସିଂହ- କର୍ମ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ଚିନ୍ତାଧାରା ଉନ୍ନତମାନର ହେବ । ପାରିବାରିକ ସୁଖ ମିଳିବ ।

କନ୍ୟା- ସ୍ୱାସ୍ଥ୍ୟ ଭଲ ରହିବ ନାହଁ । ମନ ଭାରାକ୍ରାନ୍ତ ରହିବ । ଆୟ ବାଧା ପ୍ରାତ୍ତ ହେବ । ପାରିବାରିକ ଜୀବନ ଶାନ୍ତରେ କଟିବ ।

ତୁଳା- ସୁଖପୂର୍ଣ୍ଣ ଜୀବନ ଯାପନ କରିବେ । କର୍ମ କ୍ଷେତ୍ର ସହଜ ସରଳ ବୋଧଗମ୍ୟ ହେବ । ବନ୍ଧୁ ସାହାଯ୍ୟ ପାଇ ଖୁସି ହେବେ । ସନ୍ତାନଙ୍କ କୃତିତ୍ୱ ଆତ୍ମଶାନ୍ତି ପ୍ରଦାନ କରିବ ।

ବିଛା- ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ନିର୍ଭୀକ ଭାବେ କାର୍ଯ୍ୟ ସମ୍ପାଦନ କରିବେ । ବନ୍ଧୁଙ୍କ ସହଯୋଗ ମିଳିବ । ଆୟ ବୃଦ୍ଧି ପାଇବ ।

ଧନୁ- କର୍ମ ପ୍ରବଣତା ପ୍ରକାଶ ପାଇବ । ସମସ୍ତ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ଧନ ପ୍ରାପ୍ତିର ସୁଯୋଗ ସୃଷ୍ଟି ହେବ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।

ମକର- ଅସୁସ୍ଥତାରୁ ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ବନ୍ଧୁ ସୂତ୍ରରୁ ଲାଭବାନ ହେବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭମୟ ଅଟେ ।

କୁମ୍ଭ- ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।

ମୀନ- ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ଆତ୍ମଶାନ୍ତି ଲଭିବେ । ଦିଅଁ ଦର୍ଶନ ମଙ୍ଗଳକର ହେବ । ଭୂମି କିମ୍ବା ଗୃହ କ୍ରୟ ପାଇଁ ଯୋଗାଯୋଗ ସ୍ଥାପନ କରିବେ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ ।