• ରାଜଧାନୀରେ ସାଧାରଣତନ୍ତ୍ର ଦିବସ ପାଳନ ବେଳେ ମିଡିଆକୁ ମନା
  • କୃଷୀ ଆଇନ, ଚାଷୀ ଆନ୍ଦୋଳନକୁ ନେଇ ବିଜେପି ଡ୍ରାମା କରୁଛି: କଂଗ୍ରେସ
  • ଟିକାକରଣ ଅଭିଯାନ: ସର୍ବଭାରତୀୟ ସ୍ତରରେ ଓଡ଼ିଶାର ସ୍ଥାନ ତୃତୀୟ
  • ୨୫ ତାରିଖ ସକାଳ ସୁଦ୍ଧା ୧୦ ଜିଲ୍ଲାକୁ ଘନ କୁହୁଡ଼ି ଆଶଙ୍କା
  • ଦିଲ୍ଲୀରେ ଲାଗିଲା 'ପାକିସ୍ତାନ ଜିନ୍ଦାବାଦ' ନାରା, ଆକ୍ସନରେ ପୋଲିସ
  • ଚାଷୀ ଆନ୍ଦୋଳନ: ରାଜଭବନ ସମ୍ମୁଖରେ କେନ୍ଦ୍ର ବିରୁଦ୍ଧରେ ବର୍ଷିଲେ କଂଗ୍ରେସ-ବାମପନ୍ଥୀ
  • ପୁରୀ ପୋଲିସ ବିଭାଗରେ ସାମାନ୍ୟ ଅଦଳବଦଳ
  • ଟାଉନଥାନା ଆଇଆଇସି ଉପେନ୍ଦ୍ର ପ୍ରଧାନଙ୍କୁ ଗୋପଥାନାକୁ ବଦଳି
  • ଟ୍ରାଫିକ ଆଇଆଇସି ଗୋକୁଳାନନ୍ଦ ପ୍ରଧାନଙ୍କୁ ଟାଉନଥାନାକୁ ବଦଳି
  • ସେହିପରି ଗୋପ ଥାନା ଆଇଆଇସି ସୁଧିର ସାହୁଙ୍କୁ ପୁରୀ ଟ୍ରାଫିକ ଥାନାକୁ ବଦଳି

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଗୁରୁବାର

Horoscope of 26th November 2020: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଗୁରୁବାର

Horoscope of 26th November 2020: ମେଷ- ଦାନ ଧର୍ମ ପ୍ରତି ମନ ବଳିବ । ଘାତଚନ୍ଦ୍ର ହେତୁ ସାମାନ୍ୟ ଶାରିରୀକ ଯନ୍ତ୍ରଣା ଭୋଗିପାରନ୍ତି । କର୍ମକ୍ଷେତ୍ରରେ ମଧ୍ୟମଧରଣର ଫଳ ମିଳିବ । ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ । ପାରିବାରରେ ହସଖୁସିର ଲହରି ଲାଗି ରହିବ ।  

ବୃଷ- ଦିନଟିରେ ଆପଣଙ୍କ ଦେହ ଭଲ ରହିବ ।ମନ ପ୍ରଫୁଲ୍ଲ ରହିବ । କର୍ମକ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷ  ଆସ୍ଥା ଭାଜନ ହେବେ । ଆର୍ଥିକ ଉନ୍ନତି ହେବ । ଉତ୍ସବ ଅନୁଷ୍ଠାନରେ ଯୋଗ ଦେବେ ।  

ମିଥୁନ- ମନୋବଳ ଖୁବ ଟାଣ ରହିବ । ଆୟ ଉତ୍ତମ ହେବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ କାର୍ଯ୍ୟକୁ ସହଜ ସରଳ କରିବ । ପଡୋଶୀଙ୍କ ସହ ବାଦବିବାଦର ଆଜି ଅନ୍ତଃ ଘଟିବ ।  

ଅଧିକ ପଢ଼ନ୍ତୁ:-କିଏ ଜିତିବେ ପଶ୍ଚିମବଙ୍ଗ, ମମତା ନା ବିଜେପି?

କର୍କଟ- ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ପାଇବେ । ଦେହ ସୁସ୍ଥ ଓ ମନ ପ୍ରଫୁଲ୍ଲ ରହିବ । ଚାକିରୀରେ ସମ୍ମାନ ମିଳିବ । ବ୍ୟବସାୟ ଲାଭପ୍ରଦ ହେବ । ନୂତନ ଗୃହ ଉପକରଣ କ୍ରୟ କରିବେ ।  

ସିଂହ- କର୍ତ୍ତବ୍ୟ ପରାୟଣ ହେବେ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ଧାର୍ମୀକ କାର୍ଯ୍ୟରେ ଯୋଗ ଦେବେ । ଦେହ ଓ ମନ ସୁସ୍ଥ ରହିବ । ହଜି ଯାଇଥିବା ଦ୍ରବ୍ୟର ସନ୍ଧାନ ମିଳିବ ।  

କନ୍ୟା-  କର୍ମ କ୍ଷେତ୍ରରେ ସମସ୍ୟା ଦେଖାଦେବ । କାର୍ଯ୍ୟ ସମ୍ପାଦନରେ ବିଳମ୍ବ ହେବ । ଧାର କରଜ କରିପାରନ୍ତି । ଚିଡିଚିଡା ସ୍ୱଭାବର ହେବେ । ପରିବାରରେ ଅଶାନ୍ତି ଦେଖାଦେବ । 

ଅଧିକ ପଢ଼ନ୍ତୁ:-ଆମେରିକାରେ ଡିସେମ୍ବର ୧୨ରୁ ମିଳିବ କୋରୋନା ଟୀକା! ଭାରତରେ କେବେ ହେବ ସମ୍ଭବ?

ତୁଳା- ମନ ପ୍ରସନ୍ନ ରହିବ । ସମୟାନୁବର୍ତ୍ତୀ ହୋଇ ନିର୍ଦ୍ଦିଷ୍ଟ ସମୟ ପୂର୍ବରୁ କାର୍ଯ୍ୟ ସମ୍ପାଦନ କରିବେ । ସହକର୍ମୀଙ୍କ ନିକଟରୁ ସହଯୋଗ ମିଳିବ । ସୁଖପୂର୍ଣ୍ଣ ଭ୍ରମଣ ଯୋଗ ରହିଛି ।  

ବିଛା- ଗାଡି ମଟର ଚାଳନାରୁ ନିବୃତ୍ତ ରୁହନ୍ତୁ । ଦୂରଯାତ୍ରା ବିପଦପୂର୍ଣ୍ଣ ହେବ । ବୃଥା ନିନ୍ଦା ଅପବାଦ ମିଳିପାରେ । ବାକ୍ ସଂଯମତା ରକ୍ଷା ନ କଲେ ବିପଦରେ ପଡିବେ । ଅର୍ଥହାନି ହେବ ।  

ଅଧିକ ପଢ଼ନ୍ତୁ:-ବିଜେପି ଉପରେ ଗର୍ଜିଲେ ମମତା, କହିଲେ-ଟିଏମସି ଜେଲରୁ ମଧ୍ୟ ଜିତିବ ନିର୍ବାଚନ

ଧନୁ- ମନ ଅସ୍ଥିର ରହିବ । କର୍ମ ଚାପ ବଢିଯିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ ।  ଦୁଃସମ୍ବାଦ ପ୍ରାପ୍ତି ହେବ । ପାରିବାରିକ ଅଶାନ୍ତି ଦେଖାଦେବ ।

ମକର- ସମସ୍ତ ନ୍ୟସ୍ତ କାର୍ଯ୍ୟ ଠିକ୍ ସମୟରେ ସମ୍ପାଦନ କରି ଆତ୍ମ ସନ୍ତୋଷ ପାଇବେ । ମନ ପ୍ରଫୁଲ୍ଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଆଦର ସମ୍ମାନ ପାଇବେ ।

କୁମ୍ଭ-  ଦୃଢ ମନୋବଳ ନେଇ ପ୍ରତିଟି କାର୍ଯ୍ୟରେ ସଫଳ ହେବେ । ଆତ୍ମୀୟ ସ୍ୱଜନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଭୂସଂପଦ ଲାଭ ହେବ । ଅପରାହ୍ନରେ ବନ୍ଧୁ ମିଳନ ଓ ସୁସ୍ୱାଦୁ ଭୋଜନର ଯୋଗ ରହିଛି ।  

ମୀନ- ଆଜି ଆପଣଙ୍କର ଘାତବାର  ଦିନଟିରେ ଚିନ୍ତାଗ୍ରସ୍ତ ରହିବେ । ଆର୍ଥିକ ଅନାଟନ ଦେଖାଦେବ । କାର୍ଯ୍ୟାଳୟରେ ଉଚ୍ଚ ଅଧିକାରୀଙ୍କ  କ୍ରୋଧର ଶିକାର ହେବେ । ପାରିବାରିକ ଅଶାନ୍ତି ଦେଖାଦେବ ।