• ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା
  • ଯାଜପୁର: ଅଷ୍ଟପ୍ରହରୀ ପିଣ୍ଡିକୁ ନେଇ ପଣସୁଧା ଗାଁରେ ଗୋଷ୍ଠୀ ସଂଘର୍ଷ
  • ପୋଲିସ୍ ଗାଡ଼ିକୁ ପୋଡ଼ି ଦେଲେ ଲୋକେ, ଏକ ପ୍ଲାଟୁନ୍ ଫୋର୍ସ ମୁତୟନ
  • ସିବିଏସ୍ଇ ପରୀକ୍ଷା ୨୦୨୧: ପ୍ରାକ୍ଟିକାଲ୍ ପାଇଁ ନୂତନ ଉତ୍ତର ବହି ପ୍ରକାଶିତ
  • ଓଡ଼ିଶାର ସବୁ ଯୋଗ୍ୟ ଚାଷୀଙ୍କୁ ମିଳିବ ପିଏମ୍ କିଷାନ ଯୋଜନାର ଲାଭ
  • ଅହମ୍ମଦାବାଦ ଟେଷ୍ଟରେ ଭାରତର ଇନିଂସ ବିଜୟ
  • ଇଂଲଣ୍ଡକୁ ଏକ ଇନିଂସ ୨୫ ରନରେ ହରାଇଲା ଟିମ୍ ଇଣ୍ଡିଆ
  • ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ସିବିଆଇ ତଦନ୍ତ ଦାବିରେ ସୁପ୍ରିମକୋର୍ଟ ଗଲେ ପରିବାର
  • କୋଭିଡ୍ କଟକଣାରେ ପାଳନ ହେବ ଲିଙ୍ଗରାଜଙ୍କ ଜାଗର ଯାତ୍ର।

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶୁକ୍ରବାର

Horoscope of 27th November 2020: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶୁକ୍ରବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶୁକ୍ରବାର

Horoscope of 27th November 2020: ମେଷ- ଘାତ ଚନ୍ଦ୍ର ଭୋଗ ହେତୁ ବିଶେଷ ଭାବେ ସତର୍କ ରୁହନ୍ତୁ । ଧନକ୍ଷୟ ହେବାର ସମ୍ଭାବନା ରହିଛି । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଶରୀର ପୀଡା ଦେଖାଦେବ ।  

ବୃଷ-  ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ । ଦେହ ଓ ମନ ଭଲ ରହିବ । ଦିଅଁ ଦର୍ଶନର ସୌଭାଗ୍ୟ ମିଳିବ । ପରିବାରରେ ହସଖୁସି ଲାଗି ରହିବ । ପଡୋଶୀଙ୍କ  ସହ ଥିବା ମନାନ୍ତର ମତାନ୍ତର ଅନ୍ତଃ ଘଟିବ ।

ମିଥୁନ- କର୍ମ ଚଞ୍ଚଳ ରହିବେ । ସମସ୍ତ କାର୍ଯ୍ୟ ଠିକ୍ ସମୟରେ ସମ୍ପାଦନ କରିବେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ମନୋରଞ୍ଜନ ପାଇଁ ସମୟ ପାଇବେ ।  

ଅଧିକ ପଢ଼ନ୍ତୁ:-ଡିସେମ୍ବର ୧ରୁ ଆପଣଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ମୋଦି ସରକାର, ଏହି ଉପାୟରେ ଚେକ୍ କରନ୍ତୁ ନିଜ ନାଁ

କର୍କଟ- ବୁଦ୍ଧି ବିଚାରି କାର୍ଯ୍ୟ କରିବେ । ବିବାଦୀୟ ଘଟଣାର ଅବସାନ ଘଟିବ । ନିଜର ଅଧିକାର ସାବ୍ୟସ୍ଥ କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସାଂଗଠନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।    

ସିଂହ- ବିଳମ୍ବ ହେଉ ପଛେ କାର୍ଯ୍ୟ ସିଦ୍ଧି ହେବ । ଏକାନ୍ତରେ ସମୟ ବିତାଇବେ । ସନ୍ତାନଙ୍କ କୃତ୍ୱତିରେ ଆନନ୍ଦ ପାଇବେ । ବ୍ୟବସାୟିକ ଭିତ୍ତିଭୂମି ସୁଦୃଢ ହେବ ।  

କନ୍ୟା- ଧର୍ମ କାର୍ଯ୍ୟରେ ଦିନ ବିତାଇବେ । ଦିଅଁ ଦର୍ଶନର ସୌଭାଗ୍ୟ ରହିଛି । ଆୟ ଅବ୍ୟାହତ ରହିବ । ନୂତନ ବସ୍ତ୍ରାଦି କ୍ରୟ କରିବେ । ଅପରାହ୍ନରେ ବନ୍ଧୁମିଳନ ଓ ସୁସ୍ୱାଦୁ ଭୋଜନର ଯୋଗ ରହୁଛି ।    

ତୁଳା- ଶରୀର ଆରୋଗ୍ୟ ରହିବ । ମନ ପ୍ରଫୁଲ୍ଲିତ ରହିବ । ମଉଜ ମଜ୍‌ଲିସରେ ଦିନ କାଟିବେ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ବ୍ୟବସାୟିକ କାର୍ଯ୍ୟରେ ଦୂରଯାତ୍ରା କରିବେ ।

ବିଛା-  ମନ ବିଷର୍ଣ୍ଣ ରହିବ । ମାନସିକ ଶାନ୍ତି ବାଧାପ୍ରାପ୍ତ ହେବ । ବ୍ୟସ୍ତତା ମଧ୍ୟେ ଦୀନଚର୍ଯ୍ୟା କରିବେ । କୌଣସି ମୂଲ୍ୟବାନ୍ ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ଯାଇପାରେ । 

ଅଧିକ ପଢ଼ନ୍ତୁ:-ପଶ୍ଚିମବଙ୍ଗରେ ବିଜେପିର ଚେହେରା ହେବେ ସୌରଭ ଗାଙ୍ଗୁଲି! 

ଧନୁ- ସାମାନ୍ୟ ଉଦରପୀଡା ଦେଖାଦେଇପାରେ । କର୍ମଚାପ ବୃଦ୍ଧି ପାଇବ । ଆୟ ଆଶାନୁରୂପକ ହେବ । ସହକର୍ମୀଙ୍କ ସହ ମତଭେଦ ଦେଖାଦେଇପାରେ ।  

ମକର- ଦାନ ଧର୍ମ ପ୍ରତି ମନ ବଳିବ । ଦୟାଳୁ ସ୍ୱଭାବର ହେବେ । ପରୋପକାର କରି ଆତ୍ମସନ୍ତୋଷ ଲାଭ କରିବେ । ଆୟ ଅବ୍ୟାହତ ରହିବ । ମନ ପ୍ରଫୁଲ୍ଲ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ଅଧିକ ପଢ଼ନ୍ତୁ:-ଶାହଙ୍କ ଉପରେ ବର୍ଷିଲେ 'ଦିଦି', କହିଲେ-ଏପରି ଗୃହମନ୍ତ୍ରୀ ପୂର୍ବରୁ କେବେ ଦେଖି ନାହିଁ

କୁମ୍ଭ- ମନରେ ପ୍ରସନ୍ନତା ଭାବ ରହିବ । ତୀର୍ଥଯାତ୍ରା ପାଇଁ ମନ ବଳିବ । ସୁସମ୍ବାଦ ହସ୍ତଗତ ହେବ । ଆର୍ଥିକ ଅଭିବୃଦ୍ଧି ଘଟିବ । ନୂତନ ବସ୍ତ୍ର କିମ୍ବା ଦ୍ରବ୍ୟ କ୍ରୟ କରିବେ ।  

ମୀନ- ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ପରିସ୍ଥିତି ପ୍ରତି ସଜାଗ ରୁହନ୍ତୁ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଚୋରୀ ଭୟ ରହିବ । ଅଚିହ୍ନା ଅପରିଚିତ ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ ।