)
ମେଷ- ମାନସିକ ଶାନ୍ତି ବଜାୟ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ଦାମ୍ପତ୍ୟ ଜୀବନ ବେଶ ସୁଖମୟ ହେବ ।
ବୃଷ- ମନ ପ୍ରସନ୍ନ ରହିବ । ଦାନ ଧର୍ମ ପ୍ରତି ମନ ବଳିବ । କର୍ମ କ୍ଷେତ୍ର ଉତ୍ସାହ ପୂର୍ଣ୍ଣ ରହିବ । ଗୃହକୁ ବନ୍ଧୁ ଆଗମନ ହେବ । ଆୟ ବ୍ୟୟ ସମାନ ରହିବ ।
ମିଥୁନ- କର୍ମ ଚଞ୍ଚଳ ହେବେ । ପୂଜାପାଠ ପ୍ରତି ଆର୍କଷିତ ହେବେ । ଦେହ ଓ ମନ ଭଲ ରହିବ । ଆୟ ମଧ୍ୟମ ଧରଣର ହେବ । ପାରିବାରିକ ଜୀବନ ହସଖୁସିରେ ବଢିବ ।
କର୍କଟ- ମଉଜ ମଜଲିସରେ ଦିନ ଅତିବାହିତ କରିବେ । ଖର୍ଚ୍ଚ ବୃଦ୍ଧି ପାଇବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।
ସିଂହ- ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭ ଅଟେ । ପାରିବାରିକ ସମସ୍ୟା ଥିଲେ ତାହା ସମାଧାନ ହୋଇପାରିବ । କ୍ରୋଧକୁ ନିୟନ୍ତ୍ରଣରେ ରଖିନ୍ତୁ ଦିନଟି ଭଲରେ ଅତିବାହିତ କରିବ ।
କନ୍ୟା- ସାଂସାରିକ ଜୀବନ ସୁଖମୟ ହେବ । ଶରୀର ସୁସ୍ଥ ଓ ମନ ଭଲ ରହିବ । ଦାୟିତ୍ୱ ବୃଦ୍ଧି ପାଇବ । ଆଶା କରୁଥିବା ଦିଗରୁ ଅର୍ଥ ଆଗମନ ହେବ ।
ତୁଳା- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉତ୍ସାହ ପୂର୍ବକ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ଉପରିସ୍ଥ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ବ୍ୟବସାୟ ଲାଭପ୍ରଦ ହେବ । ଆୟ ବୃଦ୍ଧି ପାଇବ ।
ବିଛା- ନିଜ ଅଧିକାର ସାବ୍ୟସ୍ତ କରିବେ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ । ବିବାଦୀୟ ଘଟଣାର ଅବସାନ ଘଟିବ ।
ଧନୁ- ଦୃଢ ମନୋବଳ ନେଇ ପ୍ରତ୍ୟେକଟି କାମ ସୂଚାରୁ ରୂପେ ତୁଳାଇବେ । ଶରୀର ଆରୋଗ୍ୟ ରହିବ । କର୍ମ କ୍ଷେତ୍ର ଅନୁକୂଳ ରହିବ । ଆୟ ବ୍ୟୟ ସମାନ ରହିବ । ପାରିବାରିକ ସ୍ନେହ ଶ୍ରଦ୍ଧା ଅତୁଟ ରହିବ ।
ମକର- ଦିନଟିରେ ଆପଣ ଜଗି ରଖି ଚଳନ୍ତୁ । ଅଯଥା କଳହ ଠାରୁ ଦୂରେଇ ରୁହନ୍ତୁ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଅଚିହ୍ନା ବ୍ୟକ୍ତିଙ୍କ ସହ ସମ୍ପର୍କ ବଢାନ୍ତୁ ନାହିଁ । ଠକାମିର ଶିକାର ହେବେ ।
କୁମ୍ଭ- କର୍ତ୍ତବ୍ୟ ନିଷ୍ଠ ହେବେ । ଈଶ୍ୱର ବିଶ୍ୱାସୀ ହେବେ । ପାରିବାରିକ ବୁଝାମଣା ଉତ୍ତମ ରହିବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ପାରିବାରିକ ସୁଖଶାନ୍ତି ପ୍ରାପ୍ତ ହେବ ।
ମୀନ- ଦେହ ସୁସ୍ଥ ରହିବ । ମନ ପ୍ରସନ୍ନ ରହିବ । ସମସ୍ତ କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ବ୍ୟବସାୟରେ ଅଭିବୃଦ୍ଧି ଦେଖାଦେବ । ସନ୍ତାନଙ୍କ ସଫଳତାରେ ଆତ୍ମ ସନ୍ତୋଷ ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କ ମଧୁର ହେବ ।