Horoscope Today: ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ସପ୍ତାହର ପ୍ରଥମ ଦିନ
Advertisement

Horoscope Today: ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ସପ୍ତାହର ପ୍ରଥମ ଦିନ

Horoscope of 28th september 2020: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ସୋମବାର...

Horoscope Today: ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ସପ୍ତାହର ପ୍ରଥମ ଦିନ

Horoscope of 28th september 2020: ମେଷ-ହସ ଖୁସିର ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ । ଦେହ ଓ ମନ ଭଲ ରହିବ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ ।

ବୃଷ- ଆର୍ଥିକ ସ୍ଥିତିରେ ସୁଧାର ଆସିବ । ସାମାନ୍ୟ ଶରୀର ପୀଡା ଭୋଗିବେ । ପଡୋଶୀଙ୍କ ଚକ୍ରାନ୍ତର ଶିକାର ହେବେ । ଭୋଜି ନିମନ୍ତ୍ରଣ ଆଜି ପ୍ରତ୍ୟାଖ୍ୟାନ କରିବେ । କୌଣସି ବାଦ ବିବାଦରେ ଜଡିତ ହେବେ ।  ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ ।

ମିଥୁନ- ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେଇପାରେ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।

କର୍କଟ- ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।

ଅଧିକ ପଢ଼ନ୍ତୁ:-ରାଫେଲ ଚୁକ୍ତିକୁ ନେଇ ଅଡୁଆରେ ମୋଦି ସରକାର, CAG କଲା ଏହି ଖୁଲାସା

ସିଂହ- ସାମୟିକ ଶରୀର ପୀଡା ଭୋଗିବେ । କୌଣସି ବାଦ ବିବାଦରେ ଜଡିତ ହେବେ । ଧାର କରଜ ଆଦି କରିପାରନ୍ତି । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ ।

କନ୍ୟା- ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । କାର୍ଯ୍ୟାଳୟରେ କାର୍ଯ୍ୟଭାର ବୃଦ୍ଧି ପାଇବ । ବାଦ ବିବାଦ ଦେଖାଦେବ । ଶତ୍ରୁ ବୃଦ୍ଧି ପାଇବେ । ଖର୍ଚ୍ଚାନ୍ତ ହେବେ ।

ତୁଳା- ଅସୁସ୍ଥତାରୁ ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିବେ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ବନ୍ଧୁ ସୂତ୍ରରୁ ଲାଭବାନ ହେବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭମୟ ଅଟେ ।

ବିଛା- ଶରୀର ସୁସ୍ଥ ରହିବ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । ମନ ପ୍ରସନ୍ନ ରହିବ । ଘରେ ଅଧିକ ଉର୍ତ୍ସଗୀକୃତ ହୋଇ କାର୍ଯ୍ୟ କରିବେ ।

ଧନୁ- ଦେହ ଓ ମନ ଭଲ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ । ସନ୍ତାନଙ୍କ ସଫଳତାରେ ଆତ୍ମ ସନ୍ତୋଷ ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କ ମଧୁର ହେବ ।

ଅଧିକ ପଢ଼ନ୍ତୁ:-କଂଗ୍ରେସକୁ ୪ ଦିନରେ ଲାଗିଲା ୩ଟି ଝଟକା, ବିଜେପିରେ ସାମିଲ ହେଲେ ଆଉ ୨ ବଡ଼ ନେତା

ମକର- ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ପାରିବାରିକ ସୁଖସମ୍ମାନ ଲାଭ କରିବେ । ସେବା ପୂଜା ପ୍ରତି ମନ ବଳିବ । ମନ ପ୍ରସନ୍ନ ରହିବ । ପ୍ରତ୍ୟେକଟି କାର୍ଯ୍ୟ ସୁଚାରୁ ରୂପେ ହବ ।

କୁମ୍ଭ- ସ୍ୱାସ୍ଥ୍ୟ ସଚେତନ ହେବେ । ପାରିବାରିକ ଜୀବନ ଶାନ୍ତି ପୂର୍ଣ୍ଣ ରହିବ । ସ୍ଥିର ଚିତ୍ତରେ ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ବନ୍ଧୁ ସହଯୋଗ ପାଇବେ ।

ମୀନ- ଘାତଚନ୍ଦ୍ର ଯୋଗୁ ସାମାନ୍ୟ ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେଇପାରେ । କର୍ମକ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ । କର୍ମ ଚଞ୍ଚଳ ରହିବେ । ଅକସ୍ମାତ ଧନପ୍ରାପ୍ତିର ଯୋଗ ରହୁଛି ।