ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶୁକ୍ରବାର
Advertisement

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶୁକ୍ରବାର

Horoscope of 4th December 2020: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶୁକ୍ରବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶୁକ୍ରବାର

Horoscope of 4th December 2020: ମେଷରାଶି:- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ର ସହଜ, ସରଳ ଓ ଆନନ୍ଦଦାୟକ ହେବ । ବ୍ୟସ୍ତତା ମଧ୍ୟେ ଦିନ କାଟିବ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବ । ବ୍ୟବସାୟ ଲାଭପ୍ରଦ ହେବ ।

ଅଧିକ ପଢ଼ନ୍ତୁ:-କୋରୋନା ଟିକାକୁ ନେଇ ବହୁତ ବଡ଼ ଖୁସି ଖବର ଦେଲେ ଏମ୍ସ ନିର୍ଦ୍ଦେଶକ

ବୃଷରାଶି:- ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ । କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ । ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ । ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି । ସମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।  

ମିଥୁନରାଶି:- ମନ ପ୍ରସନ୍ନ ରହିବ । ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ତୁଳାଇବେ । ବ୍ୟବସାୟରେ ଅଗ୍ରଗତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ ।  

ଅଧିକ ପଢ଼ନ୍ତୁ:-କୋରୋନା ଭ୍ୟାକ୍ସିନକୁ ନେଇ ବ୍ରିଟେନ ପରେ ଋଷରୁ ଆସିଲା ବହୁତ ବଡ଼ ଖୁସି ଖବର

 କର୍କଟରାଶି:- ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ । ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ । ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ ।  

ସିଂହରାଶି:- ଶାରୀରିକ ସୁସ୍ଥତା ଲାଭ  କରିବେ । କର୍ମ କ୍ଷେତ୍ର ଉଜ୍ଜଳମୟ ହେବ । ଆୟ ବୃଦ୍ଧି ପାଇବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ  ଦିନଟି ଶୁଭପ୍ରଦ ହେବ ।

କନ୍ୟାରାଶି:- ମୁଣ୍ଡବିନ୍ଧା, ଉଦର ପୀଡା ଭଳି ଅସୁସ୍ଥତା ଦେଖାଦେବ । କୌଣସି ବି କାର୍ଯ୍ୟ ଠିକ୍ ଭାବେ ତୁଳାଇପାରିବେ ନାହିଁ । ଧାର କରଜ କରିପାରନ୍ତି । 

ତୁଳାରାଶି:- ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ । ସ୍ୱାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ । ଅଯଥା କଥାରେ ରାଗନ୍ତୁ ନାହିଁ; ନଚେତ ଅସୁବିଧା ହୋଇପାରେ । କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ । ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ ।  

ବିଛାରାଶି:- ଆଜି ଶାରୀରିକ ଅସୁସ୍ଥତା ଯୋଗୁଁ ଧନଖର୍ଚ୍ଚ ହୋଇପାରେ । ବାକ-ସଂଯତ ରୁହନ୍ତୁ; ନଚେତ ବାଦବିବାଦ ହୋଇପାରେ । କାର୍ଯ୍ୟକ୍ଷେତ୍ରରେ ଅଳସୁଆମୀ ବୃଦ୍ଧି ହେତୁ ଉଚ୍ଚସ୍ଥଅଧିକାରୀଙ୍କ ଗାଳି ଶୁଣିବାକୁ ପଡିପାରେ । ବ୍ୟାପାରରେ ଦିନଟି ମଧ୍ୟମ ରହିବ । ପରିବାରରେ ତର୍କ-ବିତର୍କ ଯୋଗୁଁ କଳହ ଦେଖାଦେବ ।

ଧନୁରାଶି:- ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ଅଶାନ୍ତିର କାରଣ ହେବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । କୋର୍ଟ  କଚେରୀ ସମ୍ପର୍କିତ ରାୟ ଆପଣଙ୍କ ବିପକ୍ଷରେ ଯିବ ।  

ମକରରାଶି:- ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।  

ଅଧିକ ପଢ଼ନ୍ତୁ:-କେନ୍ଦ୍ରୀୟ କର୍ମଚାରୀଙ୍କୁ ଖୁବ୍ ଶୀଘ୍ର ବଡ଼ ଖୁସି ଖବର ଦେବେ ମୋଦି ସରକାର

କୁମ୍ଭରାଶି:- ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ । କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ । ଗୁରୁଜନଙ୍କ ଆଶୀର୍ବାଦ ମିଳିବ । କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ । ବ୍ୟାପରରେ ନିବେଶ ଶୁଭ ରହିବ । ପରିବାରରେ ସୁଖ-ଆନ୍ଦରେ ସମୟ କାଟିବେ ।  

ମୀନରାଶି:- ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ । ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ । ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ ।