)
Horoscope of 9th September 2020: ମେଷ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିଙ୍କ କ୍ରୋଧର ଶିକାର ହେବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପରିବାରରେ ସାମାନ୍ୟ ମତଭେଦ ଦେଖାଦେବ । ଦୂରଯାତ୍ରା ସଫଳ ହେବ ।
ବୃଷ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେବ । ରୋଜଗାର ପୂର୍ବ ଭଳି ହେବ । ବ୍ୟବସାୟ ଆଶାନୁରୂପକ ହେବ । ପାଖ ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ ।
ମିଥୁନ- ଅସୁସ୍ଥତାରୁ ଆରୋଗ୍ୟ ଲାଭ କରିବେ । ବକେୟା କାର୍ଯ୍ୟ ସବୁ ସଂପାଦନ କରିବେ । ବ୍ୟବସାୟରେ ସ୍ୱଳ୍ପଲାଭ ମିଳିବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ ।
କର୍କଟ- ଦେହ ଅସୁସ୍ଥ ରହିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ମତଭେଦ ଦେଖାଦେବ । ସନ୍ତାନଙ୍କ କାର୍ଯ୍ୟ କଳାପକୁ ନେଇ ଚିନ୍ତିତ ରହିବେ ।
ଅଧିକ ପଢ଼ନ୍ତୁ:-କୋରୋନା ଭ୍ୟାକ୍ସିନକୁ ନେଇ ବହୁତ ବଡ଼ ଖୁସି ଖବର ଦେଲା ଋଷ
ସିଂହ- ସ୍ୱାସ୍ଥ୍ୟ ଅତୁଟ ରହିବ । କର୍ମ କ୍ଷେତ୍ରରେ ଚଳଚଞ୍ଚଳ ରହିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ବ୍ୟାଙ୍କିଙ୍ଗ୍, ଇନସୁରାନସ ବିଭାଗରେ କାର୍ଯ୍ୟରତ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭପ୍ରଦ ଅଟେ ।
କନ୍ୟା- ଆଶାବାଦୀ ହେବେ । ଅସଂପୂର୍ଣ୍ଣ କାର୍ଯ୍ୟ ଆଜି ସଂପୂର୍ଣ୍ଣ କରିବେ । ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ଅପରାହ୍ନରେ କୌଣସି ଶୁଭକାର୍ଯ୍ୟରେ ଯୋଗ ଦେବେ । ପାରିବାରିକ ଜୀବନ ସୁଖଶାନ୍ତି ପୂର୍ଣ୍ଣ ରହିବ ।
ତୁଳା- ଶରୀର ସୁସ୍ଥ ରହିବ । କର୍ତ୍ତବ୍ୟ ପରାୟଣ ହେବେ । ବ୍ୟବସାୟ ଉତ୍ତମ ହେବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ । ପାରିବାରିକ ଜୀବନ ସୁଖମୟ ହେବ ।
ବିଛା- ଘାତ ଚନ୍ଦ୍ର ଭୋଗ ହେତୁ ଦିନଟିରେ ଆପଣ ଜଗି ରଖି ଚଳନ୍ତୁ । ଅଯଥା କଳହଠାରୁ ଦୂରେଇ ରୁହନ୍ତୁ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଅଚିହ୍ନା ବ୍ୟକ୍ତିଙ୍କ ସହ ସମ୍ପର୍କ ବଢାନ୍ତୁ ନାହିଁ । ଠକାମିର ଶିକାର ହେବେ ।
ଧନୁ- ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ପରିଶ୍ରମୀ ହେବେ । ବ୍ୟବସାୟରେ ଉତ୍ତମ ଲାଭ କରିବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ସମ୍ମାନର ଦିନ । ଆଇନ ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ ।
ମକର- ଶରୀର ସୁସ୍ଥ ରହିବ । ଦୃଢ ମନା ହୋଇ ସମସ୍ତ କାର୍ଯ୍ୟ ନିର୍ବାହ କରିବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟିକ ସଫଳତା ପ୍ରାପ୍ତି କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସଭା ସମିତିରେ ନିଜର ପ୍ରାଧାନ୍ୟ ଜାହିର୍ କରିବେ ।
ଅଧିକ ପଢ଼ନ୍ତୁ:-ଆଇପିଏଲରେ ଏହି ୫ ଜଣ ଅଧିନାୟକ କରିଛନ୍ତି ସର୍ବାଧିକ ଥର ୪୦୦+ ରନ୍
କୁମ୍ଭ- ଦେହ ଓ ମନ ଭଲ ରହିବ । କର୍ମ ଚଞ୍ଚଳ ରହିବେ । କର୍ମ କ୍ଷେତ୍ରରେ ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଅକସ୍ମାତ ଧନପ୍ରାପ୍ତିର ଯୋଗ ରହୁଛି । ବ୍ୟବସାୟରେ ସଫଳତା ପାଇବେ । ଆଇନ୍, ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ ।
ମୀନ- ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । କଥାବାର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ । କଳହଠାରୁ ନିଜକୁ ଦୂରେଇ ରଖନ୍ତୁ । ବ୍ୟବସାୟ ମାନ୍ଦା ହେବ । ପାରିବାରିକ ଜୀବନରେ ଭୁଲ ବୁଝାମଣାର ଶିକାର ହେବେ ।