• ବଦଳିଲେ BMC କମିସନର ପ୍ରେମଚନ୍ଦ୍ର ଚୌଧୁରୀ
  • ୧୯୯୭ ବ୍ୟାଚ୍ IAS ସଞ୍ଜୟ କୁମାର ସିଂ ହେଲେ BMC କମିଶନର
  • ବିଷ୍ଣୁପଦ ସେଠୀଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ଦାୟିତ୍ବ
  • BMC ପକ୍ଷରୁ ଆରମ୍ଭ ହେଲା ଡ୍ରାଇଭ ଇନ୍ ଟେଷ୍ଟିଂ
  • ଦେଶରେ ଦୈନିକ ସଂକ୍ରମଣ ୩ ଲକ୍ଷ ୪୮ ହଜାର ୪୨୧
  • ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୪୨୦୫ ଜଣଙ୍କ ଜୀବନ
  • ରାଜ୍ୟରେ ଆଜି ୧୭ ଜଣଙ୍କ ମୁଣ୍ଡ ନେଲା କୋରୋନା
  • ରାଜ୍ୟରେ ଆଜି ୧୦ ହଜାର ୯୮୨ କୋରୋନା ଆକ୍ରାନ୍ତ ଚିହ୍ନଟ
  • ଆଜିଠୁ ତେଲଙ୍ଗାନାରେ ୧୦ ଦିନିଆ ଲକ୍‌ଡାଉନ୍
  • ସାଧୁସନ୍ଥ, ଭିକାରୀ, କଏଦୀ ଓ ବୃଦ୍ଧାଶ୍ରମ ଅନ୍ତେବାସୀଙ୍କ ହେବ ଟିକାକରଣ

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଗୁରୁବାର

Horoscope of April 15: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଗୁରୁବାର

Horoscope of April 15: ମେଷ-ହସ ଖୁସିର ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟରେ ଅଭିବୃଦ୍ଧି ହେବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ ।

ଅଧିକ ପଢ଼ନ୍ତୁ:-କେନ୍ଦ୍ର କର୍ମଚାରୀଙ୍କ ବେତନରେ ହେବ ବମ୍ପର ବୃଦ୍ଧି, ୧୧ ପ୍ରତିଶତରୁ ଅଧିକ ମିଳିବ ମହଙ୍ଗା ଭତ୍ତା!

ବୃଷ- ଦୃଢମନୋବଳ ଯୋଗୁଁ ପ୍ରତିଟି କାର୍ଯ୍ୟରେ ସଫଳ ହେବେ । ନିର୍ଦ୍ଦିଷ୍ଟ ସମୟ ପୂର୍ବରୁ କାର୍ଯ୍ୟ ସଂପାଦନ କରିବେ । ଆୟ ଉତ୍ତମ ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ହଠାତ ସୁଖବର ପ୍ରାପ୍ତି ହେବ ।

ମିଥୁନ- ସ୍ୱାସ୍ଥ୍ୟ ସଚେତନ ହେବେ । ସ୍ଥିର ଚିତ୍ତରେ ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ବ୍ୟବସାୟ ଭଲ ହେବ ।

କର୍କଟ- ଅସୁସ୍ଥତାରୁ ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ବନ୍ଧୁ ସୂତ୍ରରୁ ଲାଭବାନ ହେବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭମୟ ଅଟେ ।

ଅଧିକ ପଢ଼ନ୍ତୁ:-କୋରୋନା ଭୂତାଣୁକୁ ନେଇ ଆଉ ଏକ କଡ଼ା ଚେତାବନୀ ଜାରି କଲା WHO

ସିଂହ- ଶରୀର ସୁସ୍ଥ ରହିବ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । କାର୍ଯ୍ୟାଳୟରେ ଅଧ୍ୟସ୍ତନ କର୍ମଚାରୀଙ୍କ ଦ୍ୱାରା ସମ୍ମାନ ପାଇବେ ।

କନ୍ୟା- ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଓ ବ୍ୟୟ ସମାନ ରହିବ । ପାରିବାରିକ ସୁଖସମ୍ମାନ ଲାଭ କରିବେ । ସେବା ପୂଜା ପ୍ରତି ମନ ବଳିବ । ବ୍ୟବସାୟ ଲାଭପ୍ରଦ ହେବ । 

ତୁଳା- ଚିନ୍ତାଗ୍ରସ୍ତ ରହିବେ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ଶତ୍ରୁ ବୃଦ୍ଧି ପାଇବେ । ପୂର୍ବ ବିବାଦ ଜଟିଳତା ଆଡକୁ ଅଗ୍ରସର ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ ।

ଅଧିକ ପଢ଼ନ୍ତୁ:-ଏ ସବୁ ସ୍ଥାନରେ ଆଗାମୀ ୫ ଦିନ ହୋଇପାରେ ପ୍ରବଳ ବର୍ଷା, ଜାଣି ନିଅନ୍ତୁ ପାଣିପାଗ ବିଭାଗର ଆଲର୍ଟ

ବିଛା- ଅନାବଶ୍ୟକ ଖର୍ଚ୍ଚ ବଢିବ । ଧାର କରଜ କରିପାରନ୍ତି । ଧୈର୍ଯ୍ୟଚ୍ୟୁତ ହେବେ । ପାଖଲୋକ ବିଶ୍ୱାସଘାତକତା କରିବେ । ପଡୋଶୀଙ୍କ ସମ୍ପର୍କରେ ତିକ୍ତତା ଆସିବ ।

ଧନୁ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।

ମକର- ବିଳାସ ବ୍ୟସନରେ ଦୀନଚର୍ଯ୍ୟା କରିବେ । ବେପରୁଆ ଭାବେ ଖର୍ଚ୍ଚ କରିବେ । କର୍ମ କ୍ଷେତ୍ରରେ ପାରଦର୍ଶିତା ଦେଖାଇବେ । ବିବାଦୀୟ ଘଟଣାରେ ଜୟଯୁକ୍ତ ହେବେ । ସୁବର୍ଣ୍ଣ ସଂପଦ ପ୍ରାପ୍ତିର ଯୋଗ ରହିଛି ।

ଅଧିକ ପଢ଼ନ୍ତୁ:-ଏହି ୪ଟି କାରଣରୁ ଭାରତରେ ତିନି ଗୁଣ ବଢ଼ିଛି କୋରୋନା ସଂକ୍ରମଣ, ସୁସ୍ଥ ହୋଇଥିବା ଲୋକଙ୍କୁ ପୁଣିଥରେ ସଂକ୍ରମିତ ହେବାର ଭୟ

କୁମ୍ଭ- ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ଅଶାନ୍ତିର କାରଣ ହେବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ ।

ମୀନ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ । ବ୍ୟବସାୟ ଆଶାନୁରୂପକ ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।