ଦେଶରେ କୋରୋନାର ତାଣ୍ଡବ: ଗତ ୨୪ ଘଣ୍ଟାରେ ସାମ୍ନାକୁ ଆସିଲା ରେକର୍ଡ ସଂଖ୍ୟକ ୨.୬୧ ଲକ୍ଷ ମାମଲା, ଗୋଟିଏ ଦିନରେ ୧୫ ଶହରୁ ଉର୍ଦ୍ଧ୍ୱ ସଂକ୍ରମିତଙ୍କ ମୃତ୍ୟୁ
Advertisement

ଦେଶରେ କୋରୋନାର ତାଣ୍ଡବ: ଗତ ୨୪ ଘଣ୍ଟାରେ ସାମ୍ନାକୁ ଆସିଲା ରେକର୍ଡ ସଂଖ୍ୟକ ୨.୬୧ ଲକ୍ଷ ମାମଲା, ଗୋଟିଏ ଦିନରେ ୧୫ ଶହରୁ ଉର୍ଦ୍ଧ୍ୱ ସଂକ୍ରମିତଙ୍କ ମୃତ୍ୟୁ

Coronavirus in India: ତେବେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କୋରୋନାରୁ ୧,୩୮,୪୨୩ ଲୋକ ମଧ୍ୟ ସୁସ୍ଥ ହୋଇଛନ୍ତି । ଏହାପୂର୍ବରୁ ଶୁକ୍ରବାର ୨,୩୪,୬୯୨ ନୂଆ କୋରୋନା ମାମଲା ଚିହ୍ନଟ ହୋଇଥିଲା । ଗତ ବର୍ଷ ସେପ୍ଟେମ୍ବର ୧୫ରେ କୋରୋନାର ପ୍ରଥମ ଲହରୀରେ ସର୍ବାଧିକ ୧୨୯୦ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିଲା ।

ଦେଶରେ କୋରୋନାର ତାଣ୍ଡବ: ଗତ ୨୪ ଘଣ୍ଟାରେ ସାମ୍ନାକୁ ଆସିଲା ରେକର୍ଡ ସଂଖ୍ୟକ ୨.୬୧ ଲକ୍ଷ ମାମଲା, ଗୋଟିଏ ଦିନରେ ୧୫ ଶହରୁ ଉର୍ଦ୍ଧ୍ୱ ସଂକ୍ରମିତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ସଂକ୍ରମଣ ଅନିୟନ୍ତ୍ରିତ ହୋଇପଡ଼ିଛି । କୋରୋନା ସଂକ୍ରମଣ କ୍ଷେତ୍ରରେ ପ୍ରତିଦିନ ପୁରୁଣା ରେକର୍ଡ ଭାଙ୍ଗୁଛି । ପ୍ରତିଦିନ ରେକର୍ଡ ସ୍ତରରେ କୋରୋନା ସଂକ୍ରମଣର ନୂଆ ମାମଲା ସାମ୍ନାକୁ ଆସୁଛି । ଏହାସହ ସର୍ବାଧିକ ସଂଖ୍ୟକ ମୃତ୍ୟୁ ଘଟୁଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୨,୬୧,୫୦୦ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି ଏବଂ ୧୫୦୧ ସଂକ୍ରମିତ ଲୋକ ପ୍ରାଣ ହରାଇଛନ୍ତି । ତେବେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କୋରୋନାରୁ ୧,୩୮,୪୨୩ ଲୋକ ମଧ୍ୟ ସୁସ୍ଥ ହୋଇଛନ୍ତି । ଏହାପୂର୍ବରୁ ଶୁକ୍ରବାର ୨,୩୪,୬୯୨ ନୂଆ କୋରୋନା ମାମଲା ଚିହ୍ନଟ ହୋଇଥିଲା । ଗତ ବର୍ଷ ସେପ୍ଟେମ୍ବର ୧୫ରେ କୋରୋନାର ପ୍ରଥମ ଲହରୀରେ ସର୍ବାଧିକ ୧୨୯୦ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିଲା ।

ଅଧିକ ପଢ଼ନ୍ତୁ:-ସାବଧାନ: ଗଙ୍ଗାରେ ଗାଧୋଇଲେ ବି ବ୍ୟାପିପାରେ କୋରୋନା!

ସୂଚନାଯୋଗ୍ୟ, ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୧ କୋଟି ୪୭ ଲକ୍ଷ ୮୮ ହଜାର ୧୦୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ମୋଟ ୧ କୋଟି ୨୮ ଲକ୍ଷ ୯ ହଜାର ୬୪୩ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧୮ ଲକ୍ଷ ୧ ହଜାର ୩୧୬ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ମୋଟ ୧ ଲକ୍ଷ ୭୭ ହଜାର ୧୫୦ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୧୨ କୋଟି ୨୬ ଲକ୍ଷ ୨୨ ହଜାର ୫୯୦ କୋରୋନା ଟିକାର ଡୋଜ ଲଗାଯାଇଛି ।

Trending news