ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶନିବାର
Advertisement

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶନିବାର

Horoscope of April 24: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶନିବାର

Horoscope of April 24: ମେଷ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।

ଅଧିକ ପଢ଼ନ୍ତୁ:-ରେଳ ଯାତ୍ରୀଙ୍କ ପାଇଁ ଗୁଡ୍ ନ୍ୟୁଜ୍! ରେଲୱେ ଘୋଷଣା କଲା ଅନେକ ସ୍ୱତନ୍ତ୍ର ଟ୍ରେନ୍, ଦେଖନ୍ତୁ ପୁରା ଲିଷ୍ଟ୍

ବୃଷ- ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ଅଶାନ୍ତିର କାରଣ ହେବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ ।

ମିଥୁନ- ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହୋଇପାରେ । ଯାତ୍ରା ସ୍ଥଗିତ ରଖିବା ଆପଣଙ୍କ ପାଇଁ ଭଲ ହେବ । ଅଯଥା ବିତର୍କରେ ଭାଗ ନ ନେଇ ଚୁପ୍ ରହିବା ଭଲ । ବନ୍ଧୁ ବିରୋଧର ସମ୍ମୁଖୀନ ହୋଇପାରନ୍ତି । ବୃଥା କାର୍ଯ୍ୟରେ ଖର୍ଚ୍ଚାନ୍ତ ହେବେ । ମିଠା କଥାରେ ପରକୁ ନିଜର କରିବେ ।   

କର୍କଟ- ଆପଣଙ୍କୁ ସାବଧାନତା ସହ ଦୀନ ଚର୍ଯ୍ୟା କରିବାକୁ ପଡିବ । ଶାରୀରିକ କ୍ଲେଶ ଅନୁଭବ କରିବେ । ଆର୍ଥିକ ସମସ୍ୟାକୁ ନେଇ ଚିନ୍ତିତ ରହିବେ । କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡିବେ ।

ଅଧିକ ପଢ଼ନ୍ତୁ:-ଯଦି ଆପଣ ନେଇଛନ୍ତି LIC ର କୌଣସି ପଲିସି, ତେବେ ତୁରନ୍ତ ଏପରି ଚେକ୍ କରନ୍ତୁ ମ୍ୟାଚ୍ୟୋରିଟି ଓ ପ୍ରିମିୟମର ଷ୍ଟେଟସ୍

ସିଂହ- ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଖରାପ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସିକ ଯନ୍ତ୍ରଣା ପାଇପାରନ୍ତି ।

କନ୍ୟା- ଆର୍ଥିକ ସ୍ଥିତିରେ ଅବନତି ଦେଖାଦେବ । ସାମାନ୍ୟ ଶରୀର ପୀଡା ଭୋଗିବେ । ପଡୋଶୀଙ୍କ କୁ ଚକ୍ରାନ୍ତର ଶିକାର ହେବେ । ବିବାହ ଭୋଜି ନିମନ୍ତ୍ରଣ ଆଜି ପ୍ରତ୍ୟାଖ୍ୟାନ କରିବେ ।

ତୁଳା-  ମନ ପ୍ରସନ୍ନ ରହିବ । କାର୍ଯ୍ୟାଳୟରେ ଅଧିକ ଉର୍ତ୍ସଗୀକୃତ ହୋଇ କାର୍ଯ୍ୟ କରିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ ।

ଅଧିକ ପଢ଼ନ୍ତୁ:-ପ୍ରତିଦିନ ମାତ୍ର ୧୮୦ ଟଙ୍କା ଜମା କରି ଜଣେ ହୋଇପାରିବେ କୋଟିପତି, ଏହାସହ ମିଳିବ ୪୦ ହଜାର ଟଙ୍କାର ପେନସନ୍‌

ବିଛା- ଶରୀର ସୁସ୍ଥ ରହିବ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । କାର୍ଯ୍ୟାଳୟରେ ଅଧ୍ୟସ୍ତନ କର୍ମଚାରୀଙ୍କ ଦ୍ୱାରା ସମ୍ମାନ ପାଇବେ । ଅପରାହ୍ନରେ ବନ୍ଧୁ ମିଳନର ଯୋଗ ରହୁଛି ।

ଧନୁ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।

ମକର- ଦିନଟି ରେୁ ସତର୍କତା ଆବଶ୍ୟକ । ସାମାନ୍ୟ କଥାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ଉପୁଜିପାରେ । ଖର୍ଚ୍ଚାନ୍ତ ହେବେ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ ।

ଅଧିକ ପଢ଼ନ୍ତୁ:-ଭାରତକୁ 'ମୁଦ୍ରା ମନିପୁଲେଟର' ତାଲିକାରେ ରଖି ବଡ଼ ଝଟକା ଦେଲା ଆମେରିକା, ଜାଣନ୍ତୁ ଏହାର କ'ଣ ପଡ଼ିବ ପ୍ରଭାବ?

କୁମ୍ଭ- ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଓ ବ୍ୟୟ ସମାନ ରହିବ । ପାରିବାରିକ ସୁଖସମ୍ମାନ ଲାଭ କରିବେ । ସେବା ପୂଜା ପ୍ରତି ମନ ବଳିବ । ବ୍ୟବସାୟ ଲାଭପ୍ରଦ ହେବ । 

ମୀନ-ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ । ବ୍ୟବସାୟ ଆଶାନୁରୂପକ ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।