ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ଗୁରୁବାର
Advertisement

ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ଗୁରୁବାର

Horoscope of August 5: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର...

ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ଗୁରୁବାର

Horoscope of August 5: ମେଷ- ହସ ଖୁସିର ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟରେ ଅଭିବୃଦ୍ଧି ହେବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ ।

ବୃଷ- ମନ ପ୍ରସନ୍ନ ରହିବ । ଅବସର ସମୟର ସଦ୍‌ଉପଯୋଗ କରିବେ । ବନ୍ଧୁବାନ୍ଧବଙ୍କ ଗହଣରେ ଦିନ କାଟିବେ । ବିବାହ ଭୋଜି ଆଦିରେ ଯୋଗ ଦେବେ । ଆୟ ବ୍ୟୟ ସମାନ ରହିବ ।

ମିଥୁନ- ନିଜ ଅଧିକାର ସାବ୍ୟସ୍ତ କରିବେ । ଆଶା କରୁଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ଦୂର ସହରକୁ ଯାତ୍ରା କରିପାରନ୍ତି । ବିବାଦୀୟ ଘଟଣାର ଅବସାନ ଘଟିବ । ପ୍ରତ୍ୟେକଟି କାର୍ଯ୍ୟକୁ ସଫଳ ରୂପାୟନ ଦେବେ ।

ଅଧିକ ପଢ଼ନ୍ତୁ:-ଅସୁସ୍ଥ ହୋଇପଡ଼ିଛନ୍ତି କିମ ଜୋଙ୍ଗ! ମୁଣ୍ଡରେ ଲାଗିଛି ବ୍ୟାଣ୍ଡେଜ୍

କର୍କଟ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ । ବ୍ୟବସାୟ ଆଶାନୁରୂପକ ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।

ସିଂହ- ଆମୋଦ ପ୍ରମୋଦରେ ଦିନ ଅତିବାହିତ କରିବେ । ଦିଅଁ ଦର୍ଶନର ସୌଭାଗ୍ୟ ଅଛି । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିବ । ଛାତ୍ରଛାତ୍ରୀ ପାଠପଢାରେ ଅବହେଳା ପ୍ରଦର୍ଶନ କରିବେ ।

କନ୍ୟା-ଆର୍ଥିକ ସ୍ଥିତିରେ ଅବନତି ଦେଖାଦେବ । ସାମାନ୍ୟ ଶରୀର ପୀଡା ଭୋଗିବେ । ପଡୋଶୀଙ୍କ ଚକ୍ରାନ୍ତର ଶିକାର ହେବେ । ବିବାହ ଭୋଜି ନିମନ୍ତ୍ରଣ ଆଜି ପ୍ରତ୍ୟାଖ୍ୟାନ କରିବେ । ପାରିବାରିକ ଜଞ୍ଜାଳ ବଢିଯିବ ।

ଅଧିକ ପଢ଼ନ୍ତୁ:-ପୁରୁଷଙ୍କୁ ରାତିରେ କରିବା ଉଚିତ୍ ନୁହେଁ ଏହି କାମ, ନଚେତ୍ ହେବ ଅନେକ କ୍ଷତି

ତୁଳା- କାର୍ଯ୍ୟରେ ବାଧା ଉପୁଜିବ । ମାନସିକ ଅବସାଦ ଦେଖାଦେବ । ବ୍ୟୟ ଭରା ବୃଦ୍ଧି ପାଇବ ।କର୍ମ କ୍ଷେତ୍ରରେ ପ୍ରତିଯୋଗିତାପୂର୍ଣ୍ଣ ବାତାବରଣ ମିଳିବ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ କ୍ରୋଧର ଶିକାର ହେବେ ।

ବିଛା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ସନ୍ତାନ ସନ୍ତତି ଭିତ୍ତିକ ସମସ୍ୟା ଦୂରିଭୂତ ହେବ । ମନ ପ୍ରଫୁଲ୍ଲ୍ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । ଗୃହକୁ  ବନ୍ଧୁ ଆଗମନ ହୋଇପାରେ ।

ଧନୁ- ଦେହ ଓ ମନ ଭଲ ରହିବ । ଉଚ୍ଚ ସମ୍ମାନ ଲାଭ କରିବେ । ଗୃହକୁ ବିବାହ ପ୍ରସ୍ତାବ ଆସିପାରେ । ଅବସର ସମୟର ସଠିକ୍ ଉପଯୋଗ କରିବେ । ନୂତନ ଦ୍ରବ୍ୟ କ୍ରୟ କରିବେ ।

ଅଧିକ ପଢ଼ନ୍ତୁ:-ଟେନସନ୍ ବଢ଼ାଉଛି କୋରୋନା: ପୁଣି ଦିନକରେ ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ୫ ଶହରୁ ଅଧିକ ସଂକ୍ରମିତଙ୍କ ମୃତ୍ୟୁ

ମକର- ମାନସିକ ଓ ଶାରିରୀକ ସୁସ୍ଥତା ମିଳିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଶତ୍ରୁ ପରାଜିତ ହେବେ । କର୍ମ ତତ୍ପରତା ବୃଦ୍ଧି ପାଇବ । ନୂତନ ବସ୍ତ୍ରାଦି କ୍ରୟ କରିବେ ।

କୁମ୍ଭ- ଦିନଟି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତିରେ ବିଳମ୍ବ ହେବ । ଅବସର ସମୟର ସଦ୍‌ଉପଯୋଗ କରିବେ । ପାରିବାରିକ ବିଶୃଙ୍ଖଳା ଦେଖାଦେବ । ମନରେ ବିରକ୍ତି ଭାବ ପ୍ରକାଶ ପାଇବ ।

ମୀନ-ଦେହ ଓ ମନ ଭଲ ରହିବ । ଯୋଜନା ଅନୁଯାୟୀ  ସମସ୍ତ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ବନ୍ଧୁବାନ୍ଧବ ତଥା ଜ୍ଞାତି ପରିଜନଙ୍କ ଗହଣରେ ଦିନ କାଟିବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ ।