ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ସପ୍ତାହର ପ୍ରଥମ ଦିନ
Advertisement

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ସପ୍ତାହର ପ୍ରଥମ ଦିନ

Horoscope of December 28: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ସୋମବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ସପ୍ତାହର ପ୍ରଥମ ଦିନ

Horoscope of December 28: ମେଷ- ଆନନ୍ଦ ଉଲ୍ଲାସରେ ଦିନ ଅତିବାହିତ କରିବେ । ଦେହ ଓ ମନ ସୁସ୍ଥ ରହିବ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ପାରିବାରିକ ଜୀବନ ସୁଖସ୍ୱାଚ୍ଛନ୍ଦରେ କଟିବ । ବ୍ୟବସାୟରେ ଅଗ୍ରଗତି ହେବ ।

ଅଧିକ ପଢ଼ନ୍ତୁ:-୬ ଜେଡିୟୁ ବିଧାୟକଙ୍କୁ ଦଳରେ ମିଶାଇବା ବିହାରରେ ବିଜେପିକୁ ପଡ଼ିବ ମହଙ୍ଗା?

ବୃଷ- ଦୃଢମନୋବଳ ଯୋଗୁଁ ପ୍ରତିଟି କାର୍ଯ୍ୟରେ ସଫଳ ହେବେ । ନିର୍ଦ୍ଦିଷ୍ଟ ସମୟ ପୂର୍ବରୁ କାର୍ଯ୍ୟ ସଂପାଦନ କରିବେ । ଆୟ ଉତ୍ତମ ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ ।

ମିଥୁନ- କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡିବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଈର୍ଷାର ଶିକାର ହେବେ । ଅନ୍ୟକୁ ସାହାଯ୍ୟ କରି ନିଜେ ଅସୁବିଧାରେ ପଡିବେ । ଖର୍ଚ୍ଚ ସାମାନ୍ୟ ବୃଦ୍ଧି ପାଇବ ।

ଅଧିକ ପଢ଼ନ୍ତୁ:-କୋରୋନାର ନୂଆ ଷ୍ଟ୍ରେନକୁ ନେଇ ଖୁସି ଖବର ଦେଲେ ଏମ୍ସ ନିର୍ଦ୍ଦେଶକ

କର୍କଟ- ଦେହ ପୀଡାରୁ ସାମାନ୍ୟ ଆଶ୍ୱସ୍ତି ଲାଭ କରିବେ । ପୂଜା ସେବା ପାଇଁ ମନ ବଳିବ । କର୍ମ କ୍ଷେତ୍ର ସହଜ ସରଳ ହେବ । ଆୟ ବ୍ୟୟ ସମାନ ରହିବ । ରାଜନୈତିକ ବ୍ୟକ୍ତି ବିଶେଷ ସଭାସିମିତିରେ ଯୋଗ ଦେଇ ଜନତାଙ୍କ ଆଦର ଅଭ୍ୟର୍ଥନା ଲାଭ କରିବେ ।

ସିଂହ-  ମାନସିକ ଶାନ୍ତି ବଜାୟ ରହିବ । ସମସ୍ତ କାର୍ଯ୍ୟ ସଫଳତାର ସହ ନିର୍ବାହ କରିବେ । ଦାନ ଧର୍ମ ପ୍ରତି ମନ ବଳିବ । ଆୟ ବୃଦ୍ଧି ପାଇବ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ  ହେବ ।

ଅଧିକ ପଢ଼ନ୍ତୁ:-୨୦୨୦ରେ କୋରୋନା କରିଛି ତାଣ୍ଡବ, ଏବେ ମାଡ଼ି ଆସୁଛି ଏହି ବିପଦ, ଚେତାବନୀ ଜାରି କଲା WHO

କନ୍ୟା- କର୍ମ ତତ୍ପରତା ପ୍ରକାଶ ପାଇବ । କର୍ମ କ୍ଷେତ୍ର ଉତ୍ସାହ ପ୍ରଦ ରହିବ । ଆଶା କରୁଥିବା ଦିଗରୁ ଅର୍ଥପ୍ରାପ୍ତ ହେବ । ଦୂରଯାତ୍ରା କରିପାରନ୍ତି । ପାରିବାରିକ ଜୀବନ ମଧୁରମୟ ହେବ ।

ତୁଳା- ଦେହ ଓ ମନ ଭଲ ରହିବ । କର୍ତ୍ତବ୍ୟ ପରାୟଣ ହେବେ । ଦାୟିତ୍ୱର ସହ କର୍ମ  ସମ୍ପାଦନ କରିବେ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ବ୍ୟବସାୟରେ ଅଧିକ ପୁଞ୍ଜି ନବେଶ ଆପଣଙ୍କୁ ଫାଇଦା ଦେବ ।

ବିଛା- ବ୍ୟସ୍ତତା ମଧ୍ୟେ ଦିନ କଟିବ । କୌଣସି ଦୁଃସମ୍ବାଦ ପାଇ ବିଚଳିତ ହେବେ । ବାଦ ବିବାଦଠାରୁ ଦୂରେଇ ରୁହନ୍ତୁ । କଥାବାର୍ତ୍ତାରେ ସଂଯମତା ରଖି ଚଳନ୍ତୁ ।

ଧନୁ- ଶରୀର ଆରୋଗ୍ୟ ରହିବ । ଦୃଢ ମନ ନେଇ କାର୍ଯ୍ୟ କରିବେ । ଆୟ ଓ ବ୍ୟୟ ସମାନ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ପ୍ରାପ୍ତ ହେବ ।ବ୍ୟବସାୟ ବାଣିଜ୍ୟରେ ଭଲ ଲାଭ ମିଳିବ ।

ଅଧିକ ପଢ଼ନ୍ତୁ:-୬ ଜେଡିୟୁ ବିଧାୟକ ବିଜେପିରେ ମିଶିବା ଉପରେ ଆସିଲା ନୀତିଶ କୁମାରଙ୍କ ପ୍ରତିକ୍ରିୟା

ମକର- ହସ ଖୁସିରେ ଦିନ ଅତିବାହିତ କରିବେ । ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସା ମିଳିବ । ବ୍ୟବସାୟରେ ଅଗ୍ରଗତି ହେବ । ଦୂରଯାତ୍ରା ସଫଳ ହେବ ।

କୁମ୍ଭ- ଜୀବନ ଆନନ୍ଦମୟ ହେବ । ମାନ ସମ୍ମାନ ମିଳିବ । ବନ୍ଧୁ ସହଯୋଗ ପ୍ରାପ୍ତ ହେବ । ଅକସ୍ମାତ ଧନ ଲାଭର ସୂଚନା ମିଳୁଛି । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ

ମୀନ- ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ପ୍ରାପ୍ତ କରିବେ । ତରବର ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ । କାହାରିକୁ ଧାର କରଜ ଦିଅନ୍ତୁ ନାହିଁ । ଅଚିହ୍ନା ଅପରିଚିତଙ୍କ ଠାରୁ ଦୂରେଇ ରୁହନ୍ତୁ । ବ୍ୟବସାୟ ବୃଦ୍ଧି ହେବ ।