ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ମଙ୍ଗଳବାର
Advertisement

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ମଙ୍ଗଳବାର

Horoscope of December 29: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ମଙ୍ଗଳବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ମଙ୍ଗଳବାର

Horoscope of December 29: ମେଷ- ମନ ପ୍ରସନ୍ନ ରହିବ । ତୀର୍ଥ ଯାତ୍ରା କରିବେ । ବ୍ୟୟ ଅଧିକ ହେବ । ଅବସର ସମୟର ସଦ୍‌ଉପଯୋଗ କରିବେ । ବନ୍ଧୁ ବାନ୍ଧବଙ୍କ ଗହଣରେ ଦିନ କାଟିବେ ।

ଅଧିକ ପଢ଼ନ୍ତୁ:-କୋରୋନା ପରେ ଏବେ ସାରା ଦୁନିଆରେ ମାଡ଼ି ଆସୁଛି ଏହି ବିପଦ, ଚେତାବନୀ ଜାରି କଲା WHO  

ବୃଷ-  ଦାନ ଧର୍ମ ପ୍ରତି ମନ ବଳିବ । ଦିଅଁ ଦର୍ଶନ ପାଇଁ ଦୂରଯାତ୍ରା କରିବେ । ବ୍ୟୟ ଅଧିକ ହେବ । ସାମାନ୍ୟ ଅସୁସ୍ଥତା ବୋଧ ହେବ । ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ ।  

ମିଥୁନ- କର୍ମ ଚଞ୍ଚଳ ରହିବେ । ସମସ୍ତ କାର୍ଯ୍ୟ ଠିକ୍ ସମୟରେ ସମ୍ପାଦନ କରିବେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ମନୋରଞ୍ଜନ ପାଇଁ ସମୟ ପାଇବେ ।  

କର୍କଟ- ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ । ଦେହ ଓ ମନ ଭଲ ରହିବ । ଦିଅଁ ଦର୍ଶନର ସୌଭାଗ୍ୟ ମିଳିବ । ପରିବାରରେ ହସଖୁସି ଲାଗି ରହିବ । ପଡୋଶୀଙ୍କ  ସହ ଥିବା ମନାନ୍ତର ମତାନ୍ତର ଅନ୍ତଃ ଘଟିବ ।

ସିଂହ- ବିଳମ୍ବ ହେଉ ପଛେ କାର୍ଯ୍ୟ ସିଦ୍ଧି ହେବ । ଏକାନ୍ତରେ ସମୟ ବିତାଇବେ । ସନ୍ତାନଙ୍କ କୃତ୍ୱତିରେ ଆନନ୍ଦ ପାଇବେ । ବ୍ୟବସାୟିକ ଭିତ୍ତିଭୂମି ସୁଦୃଢ ହେବ ।  

ଅଧିକ ପଢ଼ନ୍ତୁ:-ଆଜି ଅମିତ ଶାହଙ୍କ ସହ ନଜର ଆସିବେ ଗାଙ୍ଗୁଲି, ଗତକାଲି ବଙ୍ଗଳାର ରାଜ୍ୟପାଳଙ୍କ ସହ କରିଥିଲେ ବୈଠକ

କନ୍ୟା- ଶାରୀରିକ କ୍ଲେଶ ବୃଦ୍ଧିପାଇବ । ମାନସିକ ଅବସାଦ ଦେଖାଦେବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ଘାତ ଚନ୍ଦ୍ର ଭୋଗ ହେତୁ ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଗାଡିମଟର ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।

ତୁଳା- ଧର୍ମ କାର୍ଯ୍ୟରେ ଦିନ ବିତାଇବେ । ଦିଅଁ ଦର୍ଶନର ସୌଭାଗ୍ୟ ରହିଛି । ଆୟ ଅବ୍ୟାହତ ରହିବ । ନୂତନ ବସ୍ତ୍ରାଦି କ୍ରୟ କରିବେ । ଅପରାହ୍ନରେ ବନ୍ଧୁମିଳନ ଓ ସୁସ୍ୱାଦୁ ଭୋଜନର ଯୋଗ ରହୁଛି ।    

ଅଧିକ ପଢ଼ନ୍ତୁ:-କୋରୋନା ଟିକା ଲଗାଇବା ପରେ ଆମେରିକୀୟ ଡାକ୍ତରଙ୍କୁ ଗମ୍ଭୀର ପାର୍ଶ୍ୱ ପ୍ରତିକ୍ରିୟା

ବିଛା- ମନରେ ପ୍ରସନ୍ନତା ଭାବ ରହିବ । ତୀର୍ଥଯାତ୍ରା ପାଇଁ ମନ ବଳିବ । ସୁସମ୍ବାଦ ହସ୍ତଗତ ହେବ । ଆର୍ଥିକ ଅଭିବୃଦ୍ଧି ଘଟିବ । ନୂତନ ବସ୍ତ୍ର କିମ୍ବା ଦ୍ରବ୍ୟ କ୍ରୟ କରିବେ ।  

ଧନୁ- ଉଦାର ଚିତ୍ତ ତଥା ଦୟାଳୁ ସ୍ୱଭାବର ହେବେ । ଧର୍ମ କାର୍ଯ୍ୟରେ ଯୋଗ ଦେବେ । ପରୋପକାର କରି ଆତ୍ମସନ୍ତୋଷ ପାଇବେ । ମହିଳାମାନେ କର୍ତ୍ତବ୍ୟ ନିଷ୍ଠ ହେବେ ।  

ମକର- ମନ ବିଷର୍ଣ୍ଣ ରହିବ । ମାନସିକ ଶାନ୍ତି ବାଧାପ୍ରାପ୍ତ ହେବ । ବ୍ୟସ୍ତତା ମଧ୍ୟେ ଦୀନଚର୍ଯ୍ୟା କରିବେ । କୌଣସି ମୂଲ୍ୟବାନ୍ ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ଯାଇପାରେ ।  

ଅଧିକ ପଢ଼ନ୍ତୁ:-ଜାଣିଶୁଣି କୋରୋନା ପଜିଟିଭ ହେବେ ଏହି ଦେଶର ହଜାର ହଜାର ଲୋକ

କୁମ୍ଭ- ବୁଦ୍ଧି ବିଚାରି କାର୍ଯ୍ୟ କରିବେ । ବିବାଦୀୟ ଘଟଣାର ଅବସାନ ଘଟିବ । ନିଜର ଅଧିକାର ସାବ୍ୟସ୍ଥ କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସାଂଗଠନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।    

ମୀନ- ଦାନ ଧର୍ମ ପ୍ରତି ମନ ବଳିବ । ଦୟାଳୁ ସ୍ୱଭାବର ହେବେ । ପରୋପକାର କରି ଆତ୍ମସନ୍ତୋଷ ଲାଭ କରିବେ । ଆୟ ଅବ୍ୟାହତ ରହିବ । ମନ ପ୍ରଫୁଲ୍ଲ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।