ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଗୁରୁବାର
Advertisement
Article Detail0/zeeodisha/odisha818799

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଗୁରୁବାର

Horoscope of December 31: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଗୁରୁବାର

Horoscope of December 31: ମେଷ- ଆନନ୍ଦ ଉଲ୍ଲାସରେ ଦିନ ଅତିବାହିତ କରିବେ । ଦେହ ଓ ମନ ସୁସ୍ଥ ରହିବ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ପାରିବାରିକ ଜୀବନ ସୁଖସ୍ୱାଚ୍ଛନ୍ଦରେ କଟିବ । ବ୍ୟବସାୟରେ ଅଗ୍ରଗତି ହେବ ।  

ଅଧିକ ପଢ଼ନ୍ତୁ:-ଭାଙ୍ଗିଯିବ ନୀତିଶ ସରକାର, ଆରଜେଡିରେ ସାମିଲ ହେବେ ୧୭ ଜେଡିୟୁ ବିଧାୟକ?

ବୃଷ- ଦୃଢ ମନୋବଳ ଯୋଗୁଁ ପ୍ରତିଟି କାର୍ଯ୍ୟରେ ସଫଳ ହେବେ । ନିର୍ଦ୍ଦିଷ୍ଟ ସମୟ ପୂର୍ବରୁ କାର୍ଯ୍ୟ ସଂପାଦନ କରିବେ । ଆୟ ଉତ୍ତମ ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ ।

ମିଥୁନ- ମନୋବଳ ଟାଣ ରହିବ । ଯୋଜନା ଫଳପ୍ରସୁ ହେବ । ଦେହ ସୁସ୍ଥ ରହିବ । ଆଇନ୍ ଅଦାଲତର କାର୍ଯ୍ୟ ଆପଣଙ୍କର ସପକ୍ଷରେ ଯିବ । ବ୍ୟବସାୟରେ ଲାଭପ୍ରଦ ହେବ । ବ୍ୟବସାୟିକ କାର୍ଯ୍ୟରେ ଦୂରଯାତ୍ରା କରିବେ ।

ଅଧିକ ପଢ଼ନ୍ତୁ:-ବିଜେପିକୁ ବଡ଼ ଝଟକା! ଦଳରୁ ଇସ୍ତଫା ଦେଲେ ସାଂସଦ

କର୍କଟ- କର୍ମ ତତ୍ପରତା ପ୍ରକାଶ ପାଇବ । କର୍ମ କ୍ଷେତ୍ର ଉତ୍ସାହ ପ୍ରଦ ରହିବ । ଆଶା କରୁଥିବା ଦିଗରୁ ଅର୍ଥପ୍ରାପ୍ତ ହେବ । ଦୂରଯାତ୍ରା କରିପାରନ୍ତି । ପାରିବାରିକ ଜୀବନ ମଧୁରମୟ ହେବ । ଦାମ୍ଫତ୍ୟ ଜୀବନ ସୁଖମୟ ହେବ ।

ସିଂହ- ମାନସିକ ଶାନ୍ତି ବଜାୟ ରହିବ । ସମସ୍ତ କାର୍ଯ୍ୟ ସଫଳତାର ସହ ନିର୍ବାହ କରିବେ । ଦାନ ଧର୍ମ ପ୍ରତି ମନ ବଳିବ । ଆୟ ବୃଦ୍ଧି ପାଇବ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ  ହେବ ।

ଅଧିକ ପଢ଼ନ୍ତୁ:-ଚାକିରି ମିଳିବା ହେବ ସହଜ, କେନ୍ଦ୍ର ସରକାରଙ୍କ ମନ୍ତ୍ରଣାଳୟ ଓ ବେସରକାରୀ କମ୍ପାନୀ କରିବେ ଆପଣଙ୍କୁ କଲ୍

କନ୍ୟା- ଦେହ ପୀଡାରୁ ସାମାନ୍ୟ ଆଶ୍ୱସ୍ତି ଲାଭ କରିବେ । ପୂଜା ସେବା ପାଇଁ ମନ ବଳିବ । କର୍ମ କ୍ଷେତ୍ର ସହଜ ସରଳ ହେବ । ଆୟ ବ୍ୟୟ ସମାନ ରହିବ । ରାଜନୈତିକ ବ୍ୟକ୍ତି ବିଶେଷ ସଭାସିମିତିରେ ଯୋଗ ଦେଇ ଜନତାଙ୍କ ଆଦର ଅଭ୍ୟର୍ଥନା ଲାଭ କରିବେ ।  

ତୁଳା- ଦେହ ଓ ମନ ଭଲ ରହିବ । କର୍ତ୍ତବ୍ୟ ପରାୟଣ ହେବେ । ଦାୟିତ୍ୱର ସହ କର୍ମ  ସମ୍ପାଦନ କରିବେ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ବ୍ୟବସାୟରେ ଅଧିକ ପୁଞ୍ଜି ନବେଶ ଆପଣଙ୍କୁ ଫାଇଦା ଦେବ ।

ବିଛା- ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ । ଦେହ ଓ ମନ ଭଲ ରହିବ । ଦିଅଁ ଦର୍ଶନର ସୌଭାଗ୍ୟ ମିଳିବ । ପରିବାରରେ ହସଖୁସି ଲାଗି ରହିବ । ପଡୋଶୀଙ୍କ  ସହ ଥିବା ମନାନ୍ତର ମତାନ୍ତର ଅନ୍ତଃ ଘଟିବ ।

ଧନୁ- ଶରୀର ଆରୋଗ୍ୟ ରହିବ । ଦୃଢ ମନ ନେଇ କାର୍ଯ୍ୟ କରିବେ । ଆୟ ଓ ବ୍ୟୟ ସମାନ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ପ୍ରାପ୍ତ ହେବ ।ବ୍ୟବସାୟ ବାଣିଜ୍ୟରେ ଭଲ ଲାଭ ମିଳିବ । ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତି ହେବ ।

ଅଧିକ ପଢ଼ନ୍ତୁ:-'ମୋ ପାଖରେ ଅଛି ବିଜେପିର ଫାଇଲ, ଏଥିରେ ରହିଛି ୧୨୧ ଜଣଙ୍କ ନାଁ'

ମକର- ହସ ଖୁସିରେ ଦିନ ଅତିବାହିତ କରିବେ । ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସା ମିଳିବ । ବ୍ୟବସାୟରେ ଅଗ୍ରଗତି ହେବ । ଦୂରଯାତ୍ରା ସଫଳ ହେବ । କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ ।

କୁମ୍ଭ- ଜୀବନ ଆନନ୍ଦମୟ ହେବ । ମାନ ସମ୍ମାନ ମିଳିବ । ବନ୍ଧୁ ସହଯୋଗ ପ୍ରାପ୍ତ ହେବ । ଅକସ୍ମାତ ଧନ ଲାଭର ସୂଚନା ମିଳୁଛି । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପ୍ରତେକ କାର୍ଯ୍ୟ ରେ  ପ୍ରାଧାନ୍ୟ ବିସ୍ତାର କରିବେ ।  

ମୀନ- ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ପ୍ରାପ୍ତ କରିବେ । ତରବର ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ । କାହାରିକୁ ଧାର କରଜ ଦିଅନ୍ତୁ ନାହିଁ । ଅଚିହ୍ନା ଅପରିଚିତଙ୍କ ଠାରୁ ଦୂରେଇ ରୁହନ୍ତୁ ।