ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହି ଗୁରୁବାର
Advertisement

ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହି ଗୁରୁବାର

ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ଗୁରୁବାର

ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହି ଗୁରୁବାର

Horoscope of January 20: ମେଷ- ମନରେ ପ୍ରସନ୍ନ ଭାବ ଉଦ୍ରେକ ହେବ । ବହୁ ଦିନରୁ ପଡିରହିଥିବା କାମ ଆଜି ସଂପୂର୍ଣ୍ଣ କରିବେ । କର୍ମ କ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ ତୁଳାଇବେ । ଆଇନ ଅଦାଲତର କାମ ଆପଣଙ୍କ ସପକ୍ଷରେ ଯିବ ।  

ବୃଷ- ଆଜିର ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗିରହିବ । ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର । ନିଜ ବାକିଆ କାମରେ ପ୍ରତିବନ୍ଧକ ଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି । ଆଜିର ଦୂରଯାତ୍ରା ପ୍ରୀତିପ୍ରଦ ରହିବ । 

ମିଥୁନ- ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା ସଫଳ ହେବ । କର୍ମ କ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ ।  

କର୍କଟ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖ ଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।  

ସିଂହ- ଆଜି ସ୍ୱାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣ ନିଃଶ୍ୱାସୀ ହୋଇପାରନ୍ତି । ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ । ଶିଳ୍ପ ଓ ପରିବହନରେ ସମସ୍ୟା ଲାଗିରହିବ । ମୂଳା ନକ୍ଷତ୍ର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ । 

କନ୍ୟା- ମନରେ ଈର୍ଷାଭାବ ଜାଗ୍ରତ ହେବ । କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡିବେ । ଦିନଟିରେ ଜଗି ରଖି ଚଳନ୍ତୁ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ ।  

ତୁଳା- ଦେହ ଓ ମନ ଭଲ ରହିବ । ପ୍ରତ୍ୟେକ କାର୍ଯ୍ୟରେ ତତ୍ପରତା ଦେଖାଇବେ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ଗୃହକୁ ବନ୍ଧୁ ଆଗମନ ହେବ ।  

ବିଛା- ମାନସିକ ଭାରକ୍ରାନ୍ତ ହେବେ । କାର୍ଯ୍ୟ ସଂପାଦନରେ ବିଳମ୍ବ ହେବ । ଆୟ ଓ ବ୍ୟୟ ସମାନ ରହିବ । କୌଣସି ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ହୋଇପାରେ । ପାରିବାରିକ ବୁଝାମଣାରେ ଅଭାବ ପରିଲକ୍ଷିତ ହେବ ।

ଏହା ବି ପଢ଼ନ୍ତୁ:-ଏହି ଗ୍ରହରେ ରହୁଛନ୍ତି ଏଲିଏନ୍ସ! ନାସା ଲୁଚାଉଛି ଏହି ବଡ଼ ରହସ୍ୟ

ଏହା ବି ପଢ଼ନ୍ତୁ:-କ'ଣ ଭାରତ ପାଇଁ ଉପଯୋଗୀ ରହିବ ଲକଡାଉନର ନୂଆ ଫର୍ମୂଲା? ସବୁଜ ସଙ୍କେତ ଦେଲା WHO

ଏହା ବି ପଢ଼ନ୍ତୁ:-ସର୍ଭେ: ୟୁପିରେ ଏହି ଦଳ ଗଢ଼ିବାକୁ ଯାଉଛି ସରକାର? ଜାଣନ୍ତୁ କେଉଁ ଦଳକୁ ମିଳିବ କେତେ ଆସନ

 

ଧନୁ- ଆନନ୍ଦ ଉଲ୍ଲାସରେ ଦିନ କାଟିବେ । ନୂତନ ବସ୍ତ୍ରାଦି କ୍ରୟ କରିବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ । ଆଶା କରୁଥିବା ଦିଗରୁ ଅର୍ଥ ପାଇବେ ।  

ମକର- ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।  

କୁମ୍ଭ-  ପରିଶ୍ରମୀ ହେବେ । ଦେହ ଓ ମନ ପ୍ରାୟ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ଆୟ ଉତ୍ତମ ହେବ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ । ବିବାଦୀୟ ଘଟଣାରେ ବିଜୟୀ ହେବେ । 

ମୀନ- ମନରେ ପ୍ରସନ୍ନ ଭାବ ଉଦ୍ରେକ ହେବ । ବହୁ ଦିନରୁ ପଡିରହିଥିବା କାମ ଆଜି ସଂପୂର୍ଣ୍ଣ କରିବେ । କର୍ମ କ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ ତୁଳାଇବେ । ଆଇନ ଅଦାଲତର କାମ ଆପଣଙ୍କ ସପକ୍ଷରେ ଯିବ ।