ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଗୁରୁବାର
Advertisement

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଗୁରୁବାର

Horoscope of January 20: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଗୁରୁବାର

Horoscope of January 20: ମେଷ- ମାନସିକ ଅବସାଦ ଦେଖାଦେବ । ଚିନ୍ତାଗ୍ରସ୍ତ ରହିବେ । କାର୍ଯ୍ୟରେ ବାଧା ଓ ଅବରୋଧ ଦେଖାଦେବ । ସହକର୍ମୀଙ୍କ ସହ ମତଭେଦ ଦେଖାଦେବ । ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ମନ ଦୁର୍ବଳ ରହିବ । ଆୟ ମଧ୍ୟମ ଧରଣର ହେବ । ଆଇନ ଅଦାଲତର କାର୍ଯ୍ୟ ଆପଣଙ୍କ ବିପକ୍ଷରେ ଯିବ ।

ଅଧିକ ପଢ଼ନ୍ତୁ:-ଆସାମରେ ବିଜେପିକୁ ମାତ୍ ଦେବା ପାଇଁ କଂଗ୍ରେସର ମାଷ୍ଟର ପ୍ଲାନ୍, ନିର୍ବାଚନୀ ମୈଦାନରେ ଏପରି କରିବ ମୁକାବିଲା

ବୃଷ- ଦେହ ସୁସ୍ଥ ରହିବ । ମନ ପ୍ରସନ୍ନ ରହିବ । ସମସ୍ତ କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ବ୍ୟବସାୟରେ ଅଭିବୃଦ୍ଧି ଦେଖାଦେବ । ସନ୍ତାନଙ୍କ ସଫଳତାରେ ଆତ୍ମ ସନ୍ତୋଷ ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କ  ମଧୁର ହେବ ।  

ମିଥୁନ- କର୍ତ୍ତବ୍ୟ ନିଷ୍ଠ ହେବେ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସା ମିଳିବ । ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ । ଦୂରଯାତ୍ରା ସଫଳ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ରାଜନୈତିକ ବ୍ୟକ୍ତି ବିଶେଷ ସଭା ସମିତିରେ ଜନତାଙ୍କ ଆଦର ପାଇବେ ।  

କର୍କଟ- ଦିନଟିରେ ଆପଣ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ । ମନ ପ୍ରସନ୍ନ ରହିବ । କର୍ମ କ୍ଷେତ୍ର ଉତ୍ସାହପ୍ରଦ ହେବ । ନୂତନ ଜମି କିମ୍ବା ଗୃହ କ୍ରୟ ନିମିତ୍ତ ଯୋଜନା କରିବେ । ସନ୍ତାନଙ୍କ କୃତ୍ତିତ୍ୱରେ ଆତ୍ମସନ୍ତୋଷ ଲାଭ କରିବେ । ନବ ଦମ୍ପତିଙ୍କ ପାଇଁ ଦିନଟି ବେଶ୍ ଆମୋଦଦାୟକ ହେବ । ବ୍ୟବସାୟ ଆଶାନୁରୂପକ ହେବ ।

ଅଧିକ ପଢ଼ନ୍ତୁ:-ରେଲୱେ ପୁଣି ଦେଲା ଗୁଡ୍ ନ୍ୟୁଜ୍! ଆରମ୍ଭ ହେବାକୁ ଯାଉଛି ଆହୁରି ଅନେକ ସ୍ୱତନ୍ତ୍ର ଟ୍ରେନ୍

ସିଂହ-ସମାନୁବର୍ତ୍ତୀ ହୋଇ ପ୍ରତ୍ୟେକ କାର୍ଯ୍ୟ ସୂଚାରୁ ରୂପେ ତୁଲାଇବେ । ସେବା ପୂଜାରେ ମନ ନିବେଶ କରିବେ । ଶରୀର ଓ ମନ ସୁସ୍ଥ ରହିବ । କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସାହାଯ୍ୟ ସହଯୋଗ ପାଇବେ । ଆୟ ଓ ବ୍ୟୟ ସମାନ ରହିବ । ବ୍ୟବସାୟ ଲାଭ ଯୁକ୍ତ ହେବ ।  

କନ୍ୟା- ଶରୀର ଆରୋଗ୍ୟ ରହିବ । କାର୍ଯ୍ୟ ବ୍ୟସ୍ତତା ଭିତରେ ଦିନ କାଟିବେ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ଭାଜନ ହେବେ । ଆୟ ଆଶାନୁରୂପକ ହେବ । ଗୃହକୁ ବିବାହ ପ୍ରସ୍ତାବ ଆଦି ଆସିପାରେ । ଆଇନ୍ ଅଦାଲତର କାର୍ଯ୍ୟ ଆପଣଙ୍କ ସପକ୍ଷରେ ଯିବ । ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟ ଭଲ ହେବ ।  

ତୁଳା- ସାମୟିକ ଶରୀର ପୀଡା ଭୋଗିବେ । କୌଣସି ବାଦ ବିବାଦରେ ଜଡିତ ହେବେ । ଧାର କରଜ ଆଦି କରିପାରନ୍ତି । ବ୍ୟବସାୟ ସ୍ୱଳ୍ପ ଲାଭ ଯୁକ୍ତ ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ । 

ଅଧିକ ପଢ଼ନ୍ତୁ:-କୋରୋନା ଭୂତାଣୁକୁ ନେଇ ବଡ଼ ଖୁଲାସା କଲା WHO

ବିଛା-କର୍ମ ଚଞ୍ଚଳ ରହିବେ । ବନ୍ଧୁବାନ୍ଧବ ତଥା ପଡୋଶୀଙ୍କ ମେଳରେ ମଉଜ୍ ମଜ୍‌ଲିସରେ ଦିନ କାଟିବେ । ଖର୍ଚ୍ଚ ବୃଦ୍ଧି ପାଇବ । ନୂତନ ଦ୍ରବ୍ୟ କିମ୍ବା ବସ୍ତ୍ର କ୍ରୟ କରିବେ । ପାରିବାରିକ ସୁଖଶାନ୍ତି ଉପଲବ୍ଧ ହେବ । ବ୍ୟବସାୟରେ କାରବାର ବୃଦ୍ଧି ପାଇବ ।  

ଧନୁ- କର୍ମ ଅନୁସାରେ ଫଳ ପ୍ରାପ୍ତି ହେବ । ଦେହ ଓ ମନ ଭଲ ରହିବ । ସୁସମ୍ବାଦ ପ୍ରାପ୍ତ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପରିବାରରେ ହସ ଖୁସିର ଲହରି ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।  

ମକର- ଦିନଟିରେ ଆପଣ କର୍ମ ତତ୍ପର ହେବେ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । କର୍ମ କ୍ଷେତ୍ର ଉତ୍ସାହ ପୂର୍ଣ୍ଣ  ରହିବ । ପଡୋଶୀଙ୍କ ସହ ସୁସମ୍ପର୍କ ବଜାୟ ରହିବ । ପାରିବାରିକ ହସଖୁସି ଲାଗି ରହିବ । ଦୂରଯାତ୍ରା ସଫଳ ହେବ ।  

ଅଧିକ ପଢ଼ନ୍ତୁ:-ବାଇଡେନଙ୍କ ଟିମର ଏହି ପାକିସ୍ତାନୀ ଅଧିକାରୀ ବଢ଼ାଇବେ ଭାରତର ସମସ୍ୟା!

କୁମ୍ଭ- ଗାଡି ମଟର ଚାଳନାରୁ ନିବୃତ୍ତ ରୁହନ୍ତୁ । ଦୂରଯାତ୍ରା ବିପଦପୂର୍ଣ୍ଣ ହେବ । ବୃଥା ନିନ୍ଦା ଅପବାଦ ମିଳିପାରେ । ବାକ୍ ସଂଯମତା ରକ୍ଷା ନ କଲେ ବିପଦରେ ପଡିବେ । ଅର୍ଥହାନି ହେବ ।  

ମୀନ- ଆରୋଗ୍ୟ ରହିବେ । ମନ ଭଲ ରହିବ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ପାଇବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟୀମାନେ ଭଲ ଲାଭ କରିବେ ।