ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶୁକ୍ରବାର
Advertisement

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶୁକ୍ରବାର

Horoscope of January 22: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶୁକ୍ରବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶୁକ୍ରବାର

Horoscope of January 22: ମେଷ- ଘାତ ଚନ୍ଦ୍ର ଭୋଗ ହେତୁ ଦିନଟି ରେ ସତର୍କ ରୁହନ୍ତୁ । କର୍ମ କ୍ଷେତ୍ରରେ କର୍ମ ଚାପ ବୃଦ୍ଧି ପାଇବ । ଅନ୍ୟକୁ ସାହାଯ୍ୟ କରି ନିଜେ ଅସୁବିଧାରେ ପଡିବେ । ବ୍ୟବସାୟରେ ମଧ୍ୟମ ସଫଳତା ପାଇବେ । ଦୂର ଯାତ୍ରା କରନ୍ତୁ ନାହିଁ ।

ଅଧିକ ପଢ଼ନ୍ତୁ:-ପିଏମ କିସାନ ସମ୍ମାନ ନିଧି: ଚାଷୀଙ୍କୁ ୬,୦୦୦ ବଦଳରେ ମିଳିବ ୧୦,୦୦୦ ଟଙ୍କା!

ବୃଷ- ଶରୀର ସୁସ୍ଥ ରହିବ । କର୍ମ ତତ୍ପର ହେବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟ ଲାଭପ୍ରଦ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।

ମିଥୁନ- ଶାରିରୀକ ସୁସ୍ଥତା ଲାଭ କରିବେ । ଦାନ ଧର୍ମ ପ୍ରତି ମନ ବଳିବ । କାର୍ଯ୍ୟାଳୟରେ କାର୍ଯ୍ୟଚାପ ରହିବ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭ ପ୍ରଦ ହେବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ଅପରାହ୍ନରେ ଶୁଭ ଖବର ପ୍ରାପ୍ତ ହେବ ।  

କର୍କଟ- ଶରୀର ସୁସ୍ଥ ରହିବ । ଦୃଢ ମନା ହୋଇ ସମସ୍ତ କାର୍ଯ୍ୟ  ନିର୍ବାହ କରିବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟିକ ସଫଳତା ପ୍ରାପ୍ତି କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସଭା ସମିତିରେ ନିଜର ପ୍ରାଧାନ୍ୟ ଜାହିର୍ କରିବେ ।  

ଅଧିକ ପଢ଼ନ୍ତୁ:-କର୍ମଚାରୀଙ୍କ ପାଇଁ ଗୁଡ୍ ନ୍ୟୁଜ୍, ଛୁଟି ଓ PF ନିୟମରେ ହେବ ପରିବର୍ତ୍ତନ!

ସିଂହ- ଦେହ ଓ ମନ ଭଲ ରହିବ । କର୍ମ ଚଞ୍ଚଳ ରହିବେ । କର୍ମ କ୍ଷେତ୍ରରେ ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଅକସ୍ମାତ ଧନପ୍ରାପ୍ତିର ଯୋଗ ରହୁଛି । ବ୍ୟବସାୟରେ ସଫଳତା ପାଇବେ । ଆଇନ୍‌, ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ ।  

କନ୍ୟା- ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । କଥାବାର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ । କଳହଠାରୁ ନିଜକୁ ଦୂରେଇ ରଖନ୍ତୁ । ବ୍ୟବସାୟ ମାନ୍ଦା ହେବ । ପାରିବାରିକ ଜୀବନରେ ଭୁଲ ବୁଝାମଣାର ଶିକାର ହେବେ ।  

ତୁଳା- ଆଶାବାଦୀ ହେବେ । ଅସଂପୂର୍ଣ୍ଣ  କାର୍ଯ୍ୟ ଆଜି ସଂପୂର୍ଣ୍ଣ  କରିବେ । ଅଧିନସ୍ଥ କର୍ମଚାରୀଙ୍କ  ସହଯୋଗ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ଅପରାହ୍ନରେ କୌଣସି ଶୁଭ କାର୍ଯ୍ୟରେ ଯୋଗ ଦେବେ । ପାରିବାରିକ ଜୀବନ ସୁଖଶାନ୍ତି ପୂର୍ଣ୍ଣ ରହିବ ।  

ଅଧିକ ପଢ଼ନ୍ତୁ:-ଆଉ ଏକ ଖୁସି ଖବର ଦେଲା ରେଲୱେ! ଉପକୃତ ହେବେ ଓଡ଼ିଶାବାସୀ

ବିଛା- ଆଜି ଦିନଟିରେ ଆପଣଙ୍କୁ ଖୁବ ସତର୍କତାର ସହ ଜୀବନଯାପନ କରିବାକୁ ପଡିବ । ଶରୀର ପୀଡା, ମାନସିକ ଅଶାନ୍ତି ଦେଖାଦେବ । ଖର୍ଚ୍ଚାନ୍ତ ହେବେ । ଘାତ ଚନ୍ଦ୍ର ଭୋଗ ହେତୁ ଗାଡି ମଟର ଚାଳନା ଓ ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ନିଆଁ, ପାଣି,ତଥା ଉଚ୍ଚ ସ୍ଥାନ ପ୍ରତି ମଧ୍ୟ ସତର୍କତା ଲୋଡା ।  

ଧନୁ- ସାମୟିକ ଶରୀର ପୀଡା ଭୋଗିବେ । କୌଣସି ବାଦ ବିବାଦରେ ଜଡିତ ହେବେ । ଧାର କରଜ ଆଦି କରିପାରନ୍ତି । ବ୍ୟବସାୟ ସ୍ୱଳ୍ପ ଲାଭ ଯୁକ୍ତ ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ ।  

ମକର- ମନ ପ୍ରସନ୍ନ ରହିବ । କର୍ତ୍ତବ୍ୟ ନିଷ୍ଠା ହେବେ । ପ୍ରତ୍ୟେକଟି କାର୍ଯ୍ୟ ସୁଚାରୁ ରୁପେ ହବ । ବନ୍ଧୁ ସହଯୋଗ ପାଇବେ । ବ୍ୟବସାୟରେ ଲାଭପ୍ରଦ ହବ । ପାରିବାରିକ ଜୀବନ ଶାନ୍ତି ପୂର୍ଣ୍ଣ ରହିବ ।

ଅଧିକ ପଢ଼ନ୍ତୁ:-ବାଇଡେନଙ୍କ ଟିମର ଏହି ପାକିସ୍ତାନୀ ଅଧିକାରୀ ବଢ଼ାଇବେ ଭାରତର ସମସ୍ୟା!

କୁମ୍ଭ- ଦେହ ଓ ମନ ଭଲ ରହିବ । ଆୟ ତୁଳନାରେ ବ୍ୟୟ ଅଧିକ ରହିବ । ଗୃହକୁ ବନ୍ଧୁ ଆଗମନ ହୋଇପାରେ । ବ୍ୟବସାୟରେ ସଫଳତା ପ୍ରାପ୍ତି କରିବେ । ସନ୍ତାନଙ୍କ ପାଇଁ ଚିନ୍ତାରେ ରହିବେ ।  

ମୀନ- ବିଶେଷ ଭାବେ ସତର୍କ ରୁହନ୍ତୁ । ଧନ କ୍ଷୟ ହେବାର ସମ୍ଭାବନା ରହିଛି । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଶରୀର ପୀଡା ଦେଖାଦେବ ବ୍ୟସ୍ତତା ମଧ୍ୟେ ଦୀନଚର୍ଯ୍ୟା କରିବେ । କୌଣସି ମୂଲ୍ୟବାନ୍ ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ଯାଇପାରେ ।