Horoscope of January 27: ମେଷ ରାଶି:- ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।  


COMMERCIAL BREAK
SCROLL TO CONTINUE READING

ଅଧିକ ପଢ଼ନ୍ତୁ:-କର୍ମଚାରୀଙ୍କ ଏପ୍ରିଲରୁ ବଢ଼ିବ ଗ୍ରାଚ୍ୟୁଇଟି ଓ PF, କିନ୍ତୁ ହାତରେ ଆସିବ କମ୍ ଟଙ୍କା!


ବୃଷ ରାଶି:- ଆଜି ଦିନଟି ଭୋଗ, ବିଳାସ ଦିଗକୁ ସ୍ୱତଃ ମନ ଟାଣି ହୋଇଯିବ । ଆଜି ବିଭିନ୍ନ ସୁତ୍ରରୁ ଗୁଡାଏ ଅର୍ଥଲାଭର ଯୋଗ ରହିଛି । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ ।


ମିଥୁନ ରାଶି:- ଆଜି ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଯୋଗୁ ବିଚଳିତ ହେବେ । ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ପ୍ରତଯୋଗିତା କିମ୍ବା ପ୍ରତିଦ୍ୱନ୍ଦିତାରେ ସଫଳତା ପାଇ ପାରିବେ ।


କର୍କଟ ରାଶି:- ମନ ବିଷର୍ଣ୍ଣ ରହିବ । କର୍ମ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦେଖାଦେବ । ଦୁଶ୍ଚିନ୍ତା ଦେଇ ଗତି କରିବେ । ଶାରୀରିକ କିମ୍ବା ମାନସିକ ଆଘାତ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ ।  


ଅଧିକ ପଢ଼ନ୍ତୁ:-ଗ୍ରାହକଙ୍କୁ ଖୁସି ଖବର ଦେଲା BSNL! ମାଗଣାରେ ମିଳୁଛି 4G ସିମ୍ କାର୍ଡ


ସିଂହ ରାଶି:- ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ । କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢିବେ । ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ ।  


କନ୍ୟା ରାଶି:- ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ଡାକ୍ତରଙ୍କ ପରାମର୍ଶ ଲୋଡିବେ । କାର୍ଯ୍ୟାଳୟରେ କାର୍ଯ୍ୟଭାର ବୃଦ୍ଧି ପାଇବ । ବ୍ୟବସାୟୀଙ୍କ ଦୃଷ୍ଟିକୋଣରୁ ଦିନଟି ଉତ୍ତମ ଅଟେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନୋନିବେଶ କରିବେ ।  


ତୁଳା ରାଶି:- ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ୱ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ ଆକସ୍କିକ ଅର୍ଥ ଲାଭ ହେବ ।


ଅଧିକ ପଢ଼ନ୍ତୁ:-ଅମ୍ୱାନୀ ପରି କୋଟିପତି ମହାମାରୀରେ ହୋଇଛନ୍ତି ଅଧିକ ଧନୀ, ଗରିବ କିନ୍ତୁ ହେଲା ଆହୁରି ଗରିବ: Oxfam


ବିଛା ରାଶି:- ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ । ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।  


ଧନୁ ରାଶି:- କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି । ସତ୍‌ସଙ୍ଗ ପ୍ରତି ମନ ମଳିବ ଏବଂ ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇବେ । ପରିବହନ, ପ୍ରଶାସନ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ ।


ମକର ରାଶି:- ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ । ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ ଡିଲ୍ କରିବେ । ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ । ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ ।  


ଅଧିକ ପଢ଼ନ୍ତୁ:-ଏଥର ନୀତିଶଙ୍କ ପାଳି, ଚିରାଗ ପାସୱାନଙ୍କଠୁ 'ପ୍ରତିଶୋଧ' ନେବ ଜେଡିୟୁ!


କୁମ୍ଭ ରାଶି:- ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବଂ ସଫଳ ହେବେ । ଧନଲାଭର ଯୋଗ ରହିଛି । ବିଦେଶ ଯିବା ଲୋକ ଶୁଭ ଖବର ପାଇବେ । ସ୍ୱାସ୍ଥ୍ୟ ବଢିଆ ରହିବ ।


ମୀନ ରାଶି:- ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ ।