ଆଜିର ରାଶିଫଳ: ଏହି ରାଶିରେ ଘାତବାର, ଅକାରଣେ ହୋଇପାରନ୍ତି ଖର୍ଚ୍ଚାନ୍ତ
Advertisement

ଆଜିର ରାଶିଫଳ: ଏହି ରାଶିରେ ଘାତବାର, ଅକାରଣେ ହୋଇପାରନ୍ତି ଖର୍ଚ୍ଚାନ୍ତ

Horoscope of January 28: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହି ଶୁକ୍ରବାର...

ପ୍ରତୀକାତ୍ମକ ଫଟୋ

Horoscope of January 28: ମେଷ-  ଦେହ ସୁସ୍ଥ ରହିବ । ମନୋବଳ ବୃଦ୍ଧି ପାଇବ । ଅବସର ସମୟର ସଦ୍‌ଉପଯୋଗ କରିବେ । ଦୂରଯାତ୍ରା କରିବେ । ଗୃହକୁ ବନ୍ଧୁଙ୍କ ଆଗମନ ହେବ । ବ୍ୟବସାୟ ଆଶାନୁରୂପକ ହେବ ।  

ବୃଷ- ଶାରୀରିକ ସୁସ୍ଥତା ଲାଭ କରିବେ । ସମସ୍ତ ବକେୟା କାର୍ଯ୍ୟକୁ ଆଜି ସଂପୂର୍ଣ୍ଣ କରିବେ । ହଠାତ୍ ଧନ ଆଗମନର ସୂଚନା ମିଳୁଛି । ପଡୋଶୀଙ୍କ ସହ ସମ୍ପର୍କ ମଧୁର ହେବ । ପରିବାରରେ ହସ ଖୁସିର ଲହରୀ ରହିବ ।

ମିଥୁନ- ସାଂସାରିକ ଜୀବନ ସୁଖମୟ ହେବ । ଶରୀର ସୁସ୍ଥ ଓ ମନ ଭଲ ରହିବ । ଦାୟିତ୍ୱ ବୃଦ୍ଧି ପାଇବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । ଆଶା କରୁଥିବା ଦିଗରୁ ଅର୍ଥ ଆଗମନ ହେବ ।  

କର୍କଟ- ସୁଖ ସମୃଦ୍ଧିର ଦିନ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ଧନ ଆଗମନର ସୂଚନା ମିଳୁଛି । ବନ୍ଧୁଙ୍କ ସାହାଯ୍ୟ ପ୍ରାପ୍ତ ହେବ । ବିବାହ ଭୋଜି ଆଦି କାର୍ଯ୍ୟକ୍ରମରେ ଯୋଗ ଦେବେ ।  

ସିଂହ- ଶରୀର ସୁସ୍ଥ ରହିବ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । କାର୍ଯ୍ୟାଳୟରେ ଅଧ୍ୟସ୍ତନ କର୍ମଚାରୀଙ୍କ ଦ୍ୱାରା ସମ୍ମାନ ପାଇବେ । ଅପରାହ୍ନରେ ବନ୍ଧୁ ମିଳନର ଯୋଗ ରହୁଛି । 

କନ୍ୟା- ପରିଶ୍ରମ ଅନୁଯାୟୀ ଫଳ ମିଳିବ । ଅପରିଚିତ ଅଜଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ । ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ । କ୍ରୀଡାବିତ୍‌ଙ୍କ ପାଇଁ ଦିନଟି ଶୁଭଫଳ ଦେବ । ବ୍ୟବସାୟ ଭଲ ହେବ ।  

ତୁଳା- ଦେହ ସୁସ୍ଥ ଓ ମନ ଭଲ ରହିବ । କୌଣସି ବାଦ ବିବାଦରେ ଜଡିତ ହେବେ । ପୂର୍ବର ଧାର କରଜ ସୁଝିବେ । ବ୍ୟବସାୟ ଲାଭ ଯୁକ୍ତ ହେବ । ପାରିବାରିକ ଜୀବନରେ ସାମାନ୍ୟ ଅଶାନ୍ତି ଦେଖାଦେବ । 

ବିଛା- ଘାତବାର ହେତୁ ବିଶେଷ ଭାବେ ସତର୍କ ରୁହନ୍ତୁ । ଧନକ୍ଷୟ ହେବାର ସମ୍ଭାବନା ରହିଛି । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଶରୀର ପୀଡା ଦେଖାଦେବ ।  

ଧନୁ- ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେଇପାରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । କଥାବାର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ । କଳହଠାରୁ ନିଜକୁ ଦୂରେଇ ରଖନ୍ତୁ ।  ପାରିବାରିକ ଜୀବନରେ ଭୁଲ ବୁଝାମଣାର ଶିକାର ହେବେ ।  

ଏହା ବି ପଢ଼ନ୍ତୁ:-ପଞ୍ଜାବରେ କଂଗ୍ରେସକୁ ଚନ୍ନି ନା ସିଦ୍ଧୁଙ୍କ ଚେହେରା ଉପରେ ନିର୍ବାଚନ ଲଢ଼ିବା ଉଚିତ୍? ଜାଣନ୍ତୁ ଜନତାଙ୍କ ଜବାବ

ଏହା ବି ପଢ଼ନ୍ତୁ:-ଭଲ ଖବର! କେନ୍ଦ୍ର ସରକାର ମହିଳା ଓ ପୁରୁଷଙ୍କୁ ପ୍ରତି ମାସରେ ଦେବେ ୩୦୦୦ ଟଙ୍କା, ଆପଣ ଆଜି ହିଁ କରନ୍ତୁ ଆବେଦନ

ଏହା ବି ପଢ଼ନ୍ତୁ:-ଖୁସି ଖବର! ଏଣିକି ସପ୍ତାହରେ ୫ ଦିନ କାମ କରିବେ ଏହି ରାଜ୍ୟର ସରକାରୀ କର୍ମଚାରୀ

ମକର- ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।  

କୁମ୍ଭ-  ଦାନ ଧର୍ମ ପ୍ରତି ମନ ବଳିବ । ପରିବାରରେ ଶାନ୍ତିପୂର୍ଣ୍ଣ ବାତାବରଣ ଲାଗି ରହିବ । ଆୟ ସଂକୁଚିତ ହେବ । ରାଜନୈତିକ ବ୍ୟକ୍ତି ବିଶେଷ ଜନତାଙ୍କ ଆକ୍ରୋଶର ଶିକାର ହେବେ । 

ମୀନ- ସାମାନ୍ୟ ଶରୀର ପୀଡା ଦେଖାଦେବ । ଆଜି ଆପଣ ନାନା ସମସ୍ୟାରେ ଜଡିତ ହେବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଈର୍ଷାର ଶିକାର ହେବେ । ପାରିବାରିକ ଜୀବନରେ ଭୁଲ ବୁଝାମଣା ଦେଖାଦେବ ।