ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଗୁରୁବାର
Advertisement

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଗୁରୁବାର

Horoscope of January 7: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଗୁରୁବାର

Horoscope of January 7: ମେଷ- ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ । 

ଅଧିକ ପଢ଼ନ୍ତୁ:-ରେଳ ଯାତ୍ରୀଙ୍କ ପାଇଁ ଖୁସି ଖବର! 

ବୃଷ-ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।  

ମିଥୁନ- ମନ ପ୍ରସନ୍ନ ରହିବ । କାର୍ଯ୍ୟାଳୟରେ ଅଧିକ ଉର୍ତ୍ସଗୀକୃତ ହୋଇ କାର୍ଯ୍ୟ କରିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ । ମାଲି ମୋକଦ୍ଦମାରେ ବିଜୟୀ ହେବେ । 

କର୍କଟ- ହସ ଖୁସିର ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟରେ ଅଭିବୃଦ୍ଧି ହେବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ ।  

ଅଧିକ ପଢ଼ନ୍ତୁ:-ଚୀନର କାର୍ଯ୍ୟକଳାପକୁ ନେଇ ନିରାଶ WHO

ସିଂହ- ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା ସଫଳ ହେବ ।  

କନ୍ୟା- ଶରୀର ସୁସ୍ଥ ରହିବ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । କାର୍ଯ୍ୟାଳୟରେ ଅଧ୍ୟସ୍ତନ କର୍ମଚାରୀଙ୍କ ଦ୍ୱାରା ସମ୍ମାନ ପାଇବେ । ଅପରାହ୍ନରେ ବନ୍ଧୁ ମିଳନର ଯୋଗ ରହୁଛି ।  

ତୁଳା- ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ଅଶାନ୍ତିର କାରଣ ହେବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । କୋର୍ଟ  କଚେରୀ ସମ୍ପର୍କିତ ରାୟ ଆପଣଙ୍କ ବିପକ୍ଷରେ ଯିବ ।  

ଅଧିକ ପଢ଼ନ୍ତୁ:-ପଶ୍ଚିମବଙ୍ଗରେ ବିଜେପିକୁ ମିଳିବ କେତେ ଆସନ? ସେନେଇ କରାଯାଇଛି 'ଆଭ୍ୟନ୍ତରୀଣ ସର୍ଭେ'

ବିଛା-ସ୍ୱାସ୍ଥ୍ୟ ସଚେତନ ହେବେ । ସ୍ଥିର ଚିତ୍ତରେ ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ବ୍ୟବସାୟ ଭଲ ହେବ ।  

ଧନୁ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।  

ଅଧିକ ପଢ଼ନ୍ତୁ:-କିଏ ଜିତିବେ ପଶ୍ଚିମବଙ୍ଗ, 'ଦିଦି' ନା ବିଜେପି?

ମକର-ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଓ ବ୍ୟୟ ସମାନ ରହିବ । ପାରିବାରିକ ସୁଖସମ୍ମାନ ଲାଭ କରିବେ । ସେବା ପୂଜା ପ୍ରତି ମନ ବଳିବ । ବ୍ୟବସାୟ ଲାଭପ୍ରଦ ହେବ ।  

କୁମ୍ଭ- ଶାରୀରିକ ଅସୁସ୍ଥତା ଦେଖାଦେବ । ଚିଡିଚିଡା ସ୍ୱଭାବରେ ହେବେ । ଆଶାକରୁଥିବା ଦିଗରୁ ଅର୍ଥ ପାଇବାରେ ବିଳମ୍ବ ହେବ । କର୍ମ କ୍ଷେତ୍ରରେ  ଅସହଯୋଗ ପାଇବ ।  

ଅଧିକ ପଢ଼ନ୍ତୁ:-ମମତା ବାନାର୍ଜୀଙ୍କୁ ଲାଗିଲା ବଡ଼ ଝଟକା, ଇସ୍ତଫା ଦେଲେ ଆଉ ଜଣେ ମନ୍ତ୍ରୀ

ମୀନ- ଅସୁସ୍ଥତାରୁ ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ବନ୍ଧୁ ସୂତ୍ରରୁ ଲାଭବାନ ହେବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭମୟ ଅଟେ ।