ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ଶନିବାର
Advertisement

ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ଶନିବାର

Horoscope of July 24: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର...

ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ଶନିବାର

Horoscope of July 24: ମେଷ- ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।  

ବୃଷ- ସ୍ୱାସ୍ଥ୍ୟଗତ ସମସ୍ୟାରେ ପଡିପାରନ୍ତି । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା କରନ୍ତୁ ନାହିଁ ।  

ମିଥୁନ- ଅସୁସ୍ଥତାରୁ ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିବେ । କର୍ମକ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ବନ୍ଧୁ ସୂତ୍ରରୁ ଲାଭବାନ ହେବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭମୟ ଅଟେ । 

ଅଧିକ ପଢ଼ନ୍ତୁ:-ଅଗଷ୍ଟ ୧ରୁ ଲାଗୁ ହେବ ଦରମା, ପେନସନ୍ ଏବଂ EMI ପେମେଣ୍ଟ ପାଇଁ ନୂଆ ନିୟମ!

କର୍କଟ- ମନ ପ୍ରସନ୍ନ ରହିବ । କାର୍ଯ୍ୟାଳୟରେ ଅଧିକ ଉର୍ତ୍ସଗୀକୃତ ହୋଇ କାର୍ଯ୍ୟ କରିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ । ମାଲି ମୋକଦ୍ଦମାରେ ବିଜୟୀ ହେବେ । 

 ସିଂହ- ସ୍ୱାସ୍ଥ୍ୟ ଭଲ ରହିବ ନାହିଁ । ପୁଞ୍ଜି ନିବେଶକାରୀ ଲାଭବାନ ହେବେ । ଦୂରଯାତ୍ରା ନକରିବା ଭଲ । ଦାମ୍ପତ୍ୟ ଜୀବନରେ ହସଖୁସି ଲାଗି ରହିବ । ଛାତ୍ରଛାତ୍ରୀଙ୍କ ମନ ଖେଳକୁଦରେ ରହିବ ।
 
କନ୍ୟା- ମନ ଭଲ ରହିଲେ ମଧ୍ୟ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । କର୍ମକ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ । ବ୍ୟବସାୟ ଆଶାନୁରୂପକ ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।  

ଅଧିକ ପଢ଼ନ୍ତୁ:-ଦେଶରେ ଦିନକରେ ସାମ୍ନାକୁ ଆସିଲା ଏତିକି ମାମଲା, ଆଖି ବୁଜିଲେ ୪୮୩ ସଂକ୍ରମିତ

ତୁଳା- ମନ ବିଷର୍ଣ୍ଣ ରହିବ । ମାନସିକ ଶାନ୍ତି ବାଧାପ୍ରାପ୍ତ ହେବ । ବ୍ୟସ୍ତତା ମଧ୍ୟେ ଦୀନଚର୍ଯ୍ୟା କରିବେ । କୌଣସି ମୂଲ୍ୟବାନ୍ ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ଯାଇପାରେ ।  ଆଧ୍ୟାତ୍ମିକ କାର୍ଯ୍ୟରେ ଯୋଗଦେବେ ।

ବିଛା- ଆଜି ଆପଣ ମଧ୍ୟମ ଧରଣର ଫଳ ପାଇବେ । ଧନକ୍ଷୟ ହେବାର ସମ୍ଭାବନା ରହିଛି । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଶରୀର ଭଲ ରହିବ, ଦୂରଯାତ୍ରା ଶୁଭପ୍ରଦ ହେବ ।

ଧନୁ- ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକୁଳିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ଅଶାନ୍ତିର କାରଣ ହେବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । କୋର୍ଟ କଚେରୀ ସମ୍ପର୍କିତ ରାୟ ଆପଣଙ୍କ ବିପକ୍ଷରେ ଯିବ ।  

ଅଧିକ ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ମକର- ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।  

କୁମ୍ଭ- ହସ ଖୁସିର ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟରେ ଅଭିବୃଦ୍ଧି ହେବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ । 

ମୀନ- ଅସୁସ୍ଥତାରୁ ଆରୋଗ୍ୟ ଲାଭ କରିବେ । କର୍ମକ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।