• ଗଞ୍ଜାମ ଭଞ୍ଜନଗର ବ୍ଲକ୍‌ କୁଟୁଣୁକୁମ୍ପା ଗାଁରେ ଗୁଳିମାଡ଼
  • ଗୁରୁତର ଆହତ ଶିବରାମ ନାୟକ ବ୍ରହ୍ମପୁର ବଡ଼ ମେଡିକାଲ ଭର୍ତ୍ତି
  • ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬ ,୧୧୫ଟି ନୂଆ କୋରୋନା ମାମଲା ଚିହ୍ନଟ, ୨୫୨ ମୃତ
  • ଦିନକରେ ରାଜ୍ୟରେ ଆଉ ୪୬୨ କୋରୋନା ଆକ୍ରାନ୍ତ ଚିହ୍ନଟ, ୫ ମୃତ
  • ବାଲେଶ୍ବର ମଥାନୀରେ ଜଳକା ବିପଦ ସଂକେତ ଉପରେ ପ୍ରବାହିତ
  • ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଟିମ୍‌କୁ ବୋମା ବିସ୍ଫୋରଣ ଧମକ !
  • ନ୍ୟୁଜିଲାଣ୍ଡ ଟିମ୍‌କୁ ନେଇ ଇଂଲଣ୍ଡ ଓ ୱେଲ୍ସ କ୍ରିକେଟ ବୋର୍ଡକୁ ଆସିଛି ଧମକପୂର୍ଣ୍ଣ ଇ-ମେଲ୍‌
  • ଆସନ୍ତା ୨୫ରେ ଆମେରିକାରେ ଆୟୋଜିତ ହେବ କ୍ବାଡ଼ ସମ୍ମିଳନୀ
  • କେନ୍ଦୁଝରରେ ନେସ୍କୋ ଯନ୍ତ୍ରୀ ମହେଶ୍ଵର ସେଠୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଆଜିର ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ, କେଉଁ ରାଶିରେ ଅଛି ଘାତବାର?

୨୮.୦୭.୨୦୨୧, ବୁଧବାର, ବିଶ୍ୱ ପ୍ରକୃତି ସଂରକ୍ଷଣ ଦିବସ, ଚନ୍ଦ୍ର: ମିନ ରାଶିରେ, ତିଥି: ପଞ୍ଚମୀ ରାତ୍ର ୦୨:୪୮ ଗତେ ଷଷ୍ଠୀ, ନକ୍ଷତ୍ର: ପୂର୍ବଭାଦ୍ରପଦ ଦିବା ୦୨:୪୬ ଗତେ ଉତ୍ତର ଭାଦ୍ରପଦ, ରାହୁକାଳ: ଦିବା ୧୧:୫୩ ରୁ ୦୧:୩୦, ଶୁଭ ସମୟ: ୧୦:୧୫ ରୁ ୧୧:୨୭, ଘାତଚନ୍ଦ୍ର: ଧନୁ ରାଶିର ଆହୋରାତ୍ର, ଘାତବାର: କର୍କଟ ରାଶିର

ଆଜିର ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ, କେଉଁ ରାଶିରେ ଅଛି ଘାତବାର?
ପ୍ରତିକାତ୍ମକ ଫଟୋ

ମେଷ:  ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।

ବୃଷ: ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।

ମିଥୁନ: ମାନସିକ ଓ ଶାରୀରିକ ସୁସ୍ଥତା ଲାଭ କରିବେ । ପୂଜା ଆରଧନାରେ ସମୟ କାଟିବେ । ପ୍ରତ୍ୟେକ କାର୍ଯ୍ୟରେ ଆତ୍ମସନ୍ତୋଷ ଲାଭ କରିବେ । ପାରିବାରିକ ଜୀବନ ଖୁସି ହେବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ ।

କର୍କଟ: ଘାତବାର ଭୋଗ ହେତୁ ବିଶେଷ ଭାବେ ସତର୍କ ରୁହନ୍ତୁ । ଧନକ୍ଷୟ ହେବାର ସମ୍ଭାବନା ରହିଛି । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଶରୀର ପୀଡା ଦେଖାଦେବ ।  

Also Read: ଆପଣଙ୍କ ସାଥୀ WhatsApp ରେ କାହାକୁ ପଠାନ୍ତି ସର୍ବାଧିକ ଫଟୋ? ଏହିପରି ଜାଣନ୍ତୁ..

ସିଂହ: ଦେହ ଓ ମନ ଭଲ ରହିବ । ଈଶ୍ୱରଙ୍କ ପ୍ରତି ଆସ୍ଥା ବଢିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । କାର୍ଯ୍ୟାଳୟରେ ପାରଦର୍ଶିତା ଦେଖାଇବେ । ପାରିବାରିକ ଜୀବନ ସୁଖମୟ ହେବ ।

କନ୍ୟା: ଦେହ ଆରୋଗ୍ୟ ରହିବ । ପ୍ରତ୍ୟେକ କାର୍ଯ୍ୟ ସୂଚାରୁ ରୂପେ ସଂପାଦନ କରିବେ । କର୍ମ କ୍ଷେତ୍ରରେ ପ୍ରଶଂସା ପାଇବେ ।ଆର୍ଥିକ ସ୍ଥିତି ସ୍ୱଚ୍ଛଳ ହେବ ।

ତୁଳା: ଶରୀର ସୁସ୍ଥ ରହିବ । କୌଣସି ଧାର୍ମୀକ କାର୍ଯ୍ୟରେ ଯୋଗ ଦେବେ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ଆୟ ଉତ୍ତମ ହେବ ।

ବିଛା: ଯେକୌଣସି ପରୀକ୍ଷାର ସମ୍ମୁଖୀନ ହେଲେ ବି ସେଥିରେ ସଫଳତା ଲାଭ ଦୀକ୍ଷିତ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷିକର୍ମକାରୀ ହେବେ ।    

Also Read: ରୁଦ୍ରାକ୍ଷ ପିନ୍ଧିବାରୁ ମିଳିଥାଏ ଏହି ଜବରଦସ୍ତ ଲାଭ, ସନ୍ତାନହୀନ ମହିଳା ପାଆନ୍ତି ସନ୍ତାନର ସୁଖ! 

ଧନୁ: ଗାଡି ମଟର ଚାଳନାରୁ ନିବୃତ୍ତ ରୁହନ୍ତୁ । ଦୂରଯାତ୍ରା ବିପଦପୂର୍ଣ୍ଣ ହେବ । ବୃଥା ନିନ୍ଦା ଅପବାଦ ମିଳିପାରେ । ବାକ୍ ସଂଯମତା ରକ୍ଷା ନ କଲେ ବିପଦରେ ପଡିବେ । ଅର୍ଥହାନି ହେବ ।

ମକର:  ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ସନ୍ତାନ ସନ୍ତତି ଭିତ୍ତିକ ସମସ୍ୟା ଦୂରିଭୂତ ହେବ । ମନ ପ୍ରଫୁଲ୍ଲ୍ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ ।

କୁମ୍ଭ: ଆମୋଦ ପ୍ରମୋଦରେ ଦିନ ଅତିବାହିତ କରିବେ । ଦିଅଁ ଦର୍ଶନର ସୌଭାଗ୍ୟ ଅଛି । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିବ । ଛାତ୍ରଛାତ୍ରୀ ପାଠପଢାରେ ଅବହେଳା ପ୍ରଦର୍ଶନ କରିବେ ।

ମୀନ: ମାନସିକ ଶାନ୍ତି ଫେରି ପାଇବେ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । କାର୍ଯ୍ୟାଳୟର ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପାରିବାରିକ ଜୀବନ ହର୍ଷଉଲ୍ଲାସ ଭରା ରହିବ ।