• ଆସାମ: ପୋଲିସର ଗୁଳିମାଡ଼ ପ୍ରତିବାଦରେ ସଂଖ୍ୟାଲଘୁ ଛାତ୍ର ସଂଗଠନର ବନ୍ଦ ଡାକରା
  • ସଂଗଠନର ୧୨ ଘଣ୍ଟିଆ ବନ୍ଦ ଡାକରାକୁ ବିଭିନ୍ନ ସଂଗଠନ ଓ ଦଳର ସମର୍ଥନ
  • ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ବାରା ଘଟଣାର ତଦନ୍ତ ନିର୍ଦେଶ
  • ଗଞ୍ଜାମ ଜରଡ଼ା ଥାନା ଭୀମପୁର ଗାଁରେ ଗୋଷ୍ଠୀ ସଂଘର୍ଷ, ବୋମାମାଡ଼ରେ ୪ ଗୁରୁତର
  • ଦେବଗଡ଼ ରିଆମାଳ ଥାନା ଅଞ୍ଚଳରେ ୧୨ ବର୍ଷୀୟା ଛାତ୍ରୀଙ୍କୁ ଦୁଷ୍କର୍ମ
  • କଙ୍କରଖୋଲ ଜଙ୍ଗଲକୁ ଟେକି ନେଇ ଦୁର୍ବୃତ୍ତ ଦୁଷ୍କର୍ମ କରିଥିବା ଅଭିଯୋଗ
  • ୬ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ସେପ୍ଟେମ୍ବର ୨୬ରେ ମାଓ ପ୍ରଭାବିତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ବୈଠକ
  • କଟକ ମୁଣ୍ଡଳୀରେ ଅପରେଲନ ଗଜରାଜ
  • ଦଳରୁ ଅଲଗା ହୋଇଯାଇଥିବା ହାତୀକୁ ଉଦ୍ଧାର ପାଇଁ ଅଗ୍ନିଶମ ଓ ବନ ବିଭାଗର ଉଦ୍ୟମ ଜାରି

ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ଶୁକ୍ରବାର

Horoscope of July 30: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶୁକ୍ରବାର...

ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ଶୁକ୍ରବାର

Horoscope of July 30: ମେଷ- ଆଜି ସ୍ୱାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣ ନିଃଶ୍ୱାସୀ ହୋଇପାରନ୍ତି । ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ । ଶିଳ୍ପ ଓ ପରିବହନରେ ସମସ୍ୟା ଲାଗିରହିବ । ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ ।

ବୃଷ- ସ୍ୱାସ୍ଥ୍ୟ ସଚେତନ ହେବେ । ବନ୍ଧୁବାନ୍ଧବଙ୍କ ଗହଣରେ ଦିନ କାଟିବେ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଅର୍ଥ ଓ ସମ୍ମାନ ମିଳିବ । ସାମାଜିକ ପ୍ରତିଷ୍ଠା ଅକ୍ଷୂର୍ଣ୍ଣ ରହିବ ।

ମିଥୁନ- ଉତ୍ତମ ଆୟ  ଯୋଗ ରହୁଛି । ମନ ପ୍ରଫୁଲ୍ଲ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ସୁସମ୍ବାଦ ପ୍ରାପ୍ତ ହେବ । ଦାମ୍ପତ୍ୟ ଜୀବନ ସୁଖ ବୋଧ ହେବ ।

ଅଧିକ ପଢ଼ନ୍ତୁ:-ଝାଡଖଣ୍ଡରେ ବିଚାରପତିଙ୍କ ମୃତ୍ୟୁ ମାମଲାରେ ବଡ଼ ଖୁଲାସା, ଚୋରି ହୋଇଥିବା ଟେମ୍ପୋ ଚଢ଼େଇ କରାଇଯାଇଥିଲା ହତ୍ୟା!

କର୍କଟ-  ହସ ଖୁସିରେ ଦିନ ଅତିବାହିତ କରିବେ । ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସା ମିଳିବ । ବ୍ୟବସାୟରେ ଅଗ୍ରଗତି ହେବ । ଦୂରଯାତ୍ରା ସଫଳ ହେବ ।

ସିଂହ-ମନ ପ୍ରଫୁଲ୍ଲ ରହିବ । କର୍ମ କ୍ଷେତ୍ରରେ ଉତ୍ସାହ ସହ କାର୍ଯ୍ୟ ତୁଳାଇବେ । ଅକସ୍ମାତ ସୁସମ୍ବାଦ ପ୍ରାପ୍ତ ହେବ । ବିଭିନ୍ନ ସୂତ୍ରରୁ ଆୟର ଯୋଗ ରହୁଛି ।

କନ୍ୟା- ଦୃଢ଼ ମନୋବଳ ଯୋଗୁଁ ପ୍ରତିଟି କାର୍ଯ୍ୟରେ ସଫଳ ହେବେ । ନିର୍ଦ୍ଦିଷ୍ଟ ସମୟ ପୂର୍ବରୁ କାର୍ଯ୍ୟ ସଂପାଦନ କରିବେ । ଆୟ ଉତ୍ତମ ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ ।

ଅଧିକ ପଢ଼ନ୍ତୁ:-'କାରରେ ବସାଇଲା ...ଚାପୁଡ଼ା ମାରିଲା...ଶେଷରେ କାଟି ଦେଲା ଗଳା', ପ୍ରସିଦ୍ଧ ହାସ୍ୟ ଅଭିନେତାଙ୍କୁ ହତ୍ୟା କରିବା ପୂର୍ବରୁ ଭିଡିଓ ଜାରି କଲା ତାଲିବାନ

ତୁଳା- ଜୀବନ ଆନନ୍ଦମୟ ହେବ । ମାନ ସମ୍ମାନ ମିଳିବ । ବନ୍ଧୁ ସହଯୋଗ ପ୍ରାପ୍ତ ହେବ । ଅକସ୍ମାତ ଧନ ଲାଭର ସୂଚନା ମିଳୁଛି । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ ।
 
ବିଛା- ମୁଣ୍ଡବିନ୍ଧା, ଉଦର ପୀଡା ଭଳି ଅସୁସ୍ଥତା ଦେଖାଦେବ । କୌଣସି ବି କାର୍ଯ୍ୟ ଠିକ୍ ଭାବେ ତୁଳାଇପାରିବେ ନାହିଁ । ଧାର କରଜ କରିପାରନ୍ତି ।

ଧନୁ- ମନ ବିଷର୍ଣ୍ଣ ରହିବ । କର୍ମ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦେଖାଦେବ । ଦୁଶ୍ଚିନ୍ତା ଦେଇ ଗତି କରିବେ । ଶାରୀରିକ କିମ୍ବା ମାନସିକ ଆଘାତ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ ।  

ଅଧିକ ପଢ଼ନ୍ତୁ:-୬ କୋଟି କର୍ମଚାରୀଙ୍କୁ ମିଳିବ ବଡ଼ ଉପହାର! PF ଖାତାରେ ଆସିବ ୮.୫ ପ୍ରତିଶତ ସୁଧର ଟଙ୍କା

ମକର- ମନ ପ୍ରସନ୍ନ ରହିବ । ପ୍ରିୟଜନଙ୍କ ଠାରୁ ଶୁଭ ଖବର ମିଳିବ । ଲିଖନ ପଠନରେ ଅଧିକାଂଶ ସମୟ ବିତିବ । ଅନ୍ୟକୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।

କୁମ୍ଭ- କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଅବ୍ୟାହତ ରହିବ । ନୂତନ ଦ୍ରବ୍ୟ ଲାଭ ଯୋଗ ରହିଛି । ଉଚ୍ଚ ଆସା ସଫଳ ହେବ । ପାରିବାରିକ ଜୀବନ ଭୋଗବିଳାସରେ କଟିବ ।

ମୀନ- ବ୍ୟସ୍ତତା ମଧ୍ୟେ ଦିନ କଟିବ । କୌଣସି ଦୁଃସମ୍ବାଦ ପାଇ ବିଚଳିତ ହେବେ । ବାଦ ବିବାଦ ଠାରୁ ଦୂରେଇ ରୁହନ୍ତୁ । କଥାବାର୍ତ୍ତାରେ ସଂଯମତା ରଖି ଚଳନ୍ତୁ ।