• ରାଜ୍ୟରେ ଆଉ ୪୩ ଜୀବନ ନେଲା ମହାମାରୀ କୋରୋନା
  • ରାଜ୍ୟରେ ଦିନକରେ ଆଉ ୩ ହଜାର ୩୧ କୋରୋନା ଆକ୍ରାନ୍ତ ଚିହ୍ନଟ
  • ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୩ ହଜାର ୨୫୬ ନୂତନ କୋରୋନା ମାମଲା ଚିହ୍ନଟ
  • ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୪୨୨ ଜଣ ସଂକ୍ରମିତଙ୍କର ମୃତ୍ୟୁ
  • ଆଜିଠୁ ୟୁଟ୍ୟୁବରେ ଉଭୟ ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ଲାଇଭ୍ ପାଠପଢା
  • ଦୌନିକ ୧୦.୪୫ରୁ ୧ଟା ପର୍ଯ୍ୟନ୍ତ ୪ଟି ପିରିୟଡ଼ ରହିବ
  • ଆଜିଠୁ ରାଜ୍ୟରେ କ୍ୟାମ୍ପେନ ମୋଡରେ ହେବ ଟିକାକରଣ
  • ଦୈନିକ ୩ ଲକ୍ଷ ଟିକାକରଣ ପାଇଁ ଯୋଜନା
  • ଆଜି ସପ୍ତମ ଅନ୍ତର୍ଜାତୀୟ ଯୋଗ ଦିବସ
  • ଦେଶବାସୀଙ୍କୁ ଯୋଗ ଦିବସର ଶୁଭେଚ୍ଛା ଜଣାଇଲେ PM ମୋଦି

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଗୁରୁବାର

Horoscope of June 10: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଗୁରୁବାର

Horoscope of June 10: ମେଷ - ଶାରୀରିକ ସୁସ୍ଥତା ଲାଭ  କରିବେ । କର୍ମ କ୍ଷେତ୍ର ଉଜ୍ଜଳମୟ ହେବ । ଆୟ ବୃଦ୍ଧି ପାଇବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ  ଦିନଟି ଶୁଭପ୍ରଦ ହେବ ।

ଅଧିକ ପଢ଼ନ୍ତୁ:-ସାବିତ୍ରୀ ଅମାବାସ୍ୟାକୁ ଦୃଷ୍ଟିରେ ରଖି ମହାପ୍ରସାଦ ପାଇଁ କରାଯାଇଛି ସ୍ୱତନ୍ତ୍ର ବ୍ୟବସ୍ଥା

ବୃଷ- ମାନସିକ ଶାନ୍ତି ବଜାୟ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ଦାମ୍ପତ୍ୟ ଜୀବନ ବେଶ ସୁଖମୟ ହେବ । ଦୂରଯାତ୍ରା ସଫଳ ହେବ ।

ମିଥୁନ- ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ସ୍ଥିର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ସେବା ପୂଜା ପାଇଁ ମନ ବଳିବ । ନବ ବିବାହିତ ଦମ୍ପତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ ।

କର୍କଟ- ମାନସିକ ଓ ଶାରୀରିକ ସୁସ୍ଥତା ବଜାୟ ରହିବ । କର୍ମ ଚଞ୍ଚଳ ହେବେ । କାର୍ଯ୍ୟାଳୟରେ ଦାୟିତ୍ୱର ସହ କାର୍ଯ୍ୟ ନିର୍ବାହ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆୟ ବୃଦ୍ଧି ପାଇବ ।

ଅଧିକ ପଢ଼ନ୍ତୁ:-ରେଳ ଯାତ୍ରୀଙ୍କ ପାଇଁ ଖୁସି ଖବର: ୧୪ଟି ବାତିଲ ଟ୍ରେନକୁ ପୁଣି ଆରମ୍ଭ କଲା ରେଲୱେ, ଦେଖନ୍ତୁ ସଂପୂର୍ଣ୍ଣ ତାଲିକା

ସିଂହ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉତ୍ସାହ ପୂର୍ବକ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ଉପରିସ୍ଥ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ବ୍ୟବସାୟ ଲାଭପ୍ରଦ ହେବ । ଆଇନ ଅଦାଲତର କାର୍ଯ୍ୟ ସଫଳ ହେବ । ଆୟ ବୃଦ୍ଧି ପାଇବ ।

କନ୍ୟା-  ଦିନଟିରେ ଆପଣ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ । ମନ ପ୍ରସନ୍ନ ରହିବ । କର୍ମ କ୍ଷେତ୍ର ଉତ୍ସାହପ୍ରଦ ହେବ । ନୂତନ ଜମି କିମ୍ବା ଗୃହ କ୍ରୟ ନିମିତ୍ତ ଯୋଜନା କରିବେ । ସନ୍ତାନଙ୍କ କୃତ୍ତିତ୍ୱରେ ଆତ୍ମସନ୍ତୋଷ ଲାଭ କରିବେ । ନବ ଦମ୍ପତିଙ୍କ ପାଇଁ ଦିନଟି ବେଶ୍ ଆରାମଦାୟକ ହେବ । ବ୍ୟବସାୟ ଆଶାନୁରୂପକ ହେବ ।

ତୁଳା- ଶାରୀରିକ କ୍ଲେଶ ବୃଦ୍ଧି ପାଇବ । ମାନସିକ ଅବସାଦ ଦେଖାଦେବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । । ଗାଡିମଟର ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।

ଅଧିକ ପଢ଼ନ୍ତୁ:-କାଲିଠୁ ବଦଳିବ ପାଗ: ବଢିବ ବର୍ଷାର ପରିମାଣ, ୧୪ ଯାଏଁ ବର୍ଷିବ!

ବିଛା-  ଘାତଚନ୍ଦ୍ର ଭୋଗ ହେତୁ ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଶରୀର ଅସୁସ୍ଥ ରହିବ । ଚିଡିଚିଡା ସ୍ୱଭାବର ହେବେ । ପାରିବାରିକ ଅଶାନ୍ତି ଦେଖାଦେବ । ବ୍ୟବସାୟ ସ୍ୱଳ୍ପଲାଭ ଯୁକ୍ତ ହେବ । ସନ୍ତାନଙ୍କ କାର୍ଯ୍ୟ କଳାପରେ ଅସନ୍ତୁଷ୍ଟ ରହିବେ ଦୀନଚର୍ଯ୍ୟାରେ ସାବଧାନତା ଅବଲମ୍ବନ କରନ୍ତୁ ।

ଧନୁ- ମନ ପ୍ରସନ୍ନ ରହିବ । ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ତୁଳାଇବେ । ବ୍ୟବସାୟରେ ଅଗ୍ରଗତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ ।

ମକର- ଦୃଢମନା ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ପ୍ରଶଂସା ପାଇବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ ।

ଅଧିକ ପଢ଼ନ୍ତୁ:-କେନ୍ଦ୍ର କର୍ମଚାରୀଙ୍କ ପାଇଁ ଡବଲ ଗୁଡ୍ ନ୍ୟୁଜ୍! ମହଙ୍ଗା ଭତ୍ତା ସହିତ ଏବେ Appraisal ରୁ ମଧ୍ୟ ବଢ଼ିବ ଦରମା

କୁମ୍ଭ- ବନ୍ଧୁଙ୍କ ସହିତ ଥିବା ସଂପର୍କରେ ବାଧା ସୃଷ୍ଟି ହୋଇପାରେ । ନିଜ ସମ୍ମାନକୁ ଜଗି ଚଳିବାକୁ ପଡିବ । ଝୁଣ୍ଟି ପଡି ଯାଇ ଆଘାତ ପ୍ରାପ୍ତ ହୋଇପାରନ୍ତି । କୃଷି କର୍ମ ଉପରେ ଧ୍ୟାନ ଦେବେ । ମିଷ୍ଟଭାଷୀ ହେବେ । କାର୍ଯ୍ୟ ହାସଲ କରିବେ ।

ମୀନ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ର ସହଜ, ସରଳ ଓ ଆନନ୍ଦଦାୟକ ହେବ । ବ୍ୟସ୍ତତା ମଧ୍ୟେ ଦିନ କାଟିବ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବ । ବ୍ୟବସାୟ ଲାଭପ୍ରଦ ହେବ ।