• ଉତ୍ତରାଞ୍ଚଳ DIGଙ୍କ ନିକଟରେ KKBN କ୍ୟାଡର ମାଓବାଦୀ ଆଇତୁ କୋର୍ସାର ଆତ୍ମସମର୍ପଣ
  • କେନ୍ଦ୍ରାପଡ଼ା ରସାବଳୀକୁ ଜି.ଆଇ ଟ୍ୟାଗ ଦାବି କଲେ ୩ BJD ସାଂସଦ
  • କେନ୍ଦ୍ରାପଡ଼ା: ଅଗଷ୍ଟ ୫ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା
  • ଦେଶରେ ଦିନକରେ ୪୧ ହଜାର ୮୩୧ ଜଣ କୋରୋନାରେ ଆକ୍ରାନ୍ତ
  • ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୫୪୧ ଜଣଙ୍କ ଜୀବନ
  • ଦେଶରେ ଦିନକରେ ୪୧ ହଜାର ୬୪୯ ଜଣ କୋରୋନାରେ ଆକ୍ରାନ୍ତ
  • ରାଜ୍ୟରେ ୨୪ ଘଣ୍ଟାରେ ୧୪୩୭ ପଜିଟିଭ୍ ଚିହ୍ନଟ
  • ରାଜ୍ୟରେ ଆଉ ୬୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
  • ଜାପାନରେ ଅଗଷ୍ଟ ୩୧ ଯାଏଁ ଜରୁରୀ ପରିସ୍ଥିତି
  • କୋରୋନା ସଂକ୍ରମଣକୁ ଦେଖି ଘୋଷଣା କଲେ ସରକାର

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ମଙ୍ଗଳବାର

Horoscope of June 15: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ମଙ୍ଗଳବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ମଙ୍ଗଳବାର

Horoscope of June 15: ମେଷ ରାଶି:- ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବଂ ସଫଳ ହେବେ । ଧନ ଲାଭର ଯୋଗ ରହିଛି । ବିଦେଶ ଯିବା ଲୋକ ଶୁଭ ଖବର ପାଇବେ । ସ୍ୱାସ୍ଥ୍ୟ ବଢିଆ ରହିବ ।

ଅଧିକ ପଢ଼ନ୍ତୁ:-ଟିକାକରଣ ପରେ ମଧ୍ୟ ସଂକ୍ରମିତ କରିପାରେ କୋରୋନାର ଡେଲ୍ଟା ଭାରିଆଣ୍ଟ, ଏମ୍ସ ରିପୋର୍ଟରୁ ଖୁଲାସା

ବୃଷ ରାଶି:- ଦୃଢ ମନୋବଳ ନେଇ ପ୍ରତ୍ୟେକଟି କାମ ସୂଚାରୁ ରୂପେ ତୁଳାଇବେ । ଶରୀର ଆରୋଗ୍ୟ ରହିବ । କର୍ମ କ୍ଷେତ୍ର ଅନୁକୂଳ ରହିବ । ଆୟ ବ୍ୟୟ ସମାନ ରହିବ । ପାରିବାରିକ ସ୍ନେହ ଶ୍ରଦ୍ଧା ଅତୁଟ ରହିବ ।

ମିଥୁନ ରାଶି:- ଆଜି ଦିନଟି ଭୋଗ, ବିଳାସ ଦିଗକୁ ସ୍ୱତଃ ମନ ଟାଣି ହୋଇଯିବ । ଆଜି ବିଭିନ୍ନ ସୁତ୍ରରୁ ଗୁଡାଏ ଅର୍ଥ ଲାଭର ଯୋଗ ରହିଛି । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ ।

କର୍କଟ ରାଶି:- ଆଜି ସ୍ୱାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣ ନିଃଶ୍ୱାସୀ ହୋଇପାରନ୍ତି । ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ । ଶିଳ୍ପ ଓ ପରିବହନରେ ସମସ୍ୟା ଲାଗିରହିବ । ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ ।

ଅଧିକ ପଢ଼ନ୍ତୁ:-ବିହାରରେ ପୁଣି ରାଜନୈତିକ ଝଡ଼, LJP ଦି'ଫାଳ!

ସିଂହ ରାଶି:- ଆଶା ଓ ଅଭିଳାଷ ନିଶ୍ଚିତ ପୂରଣ ହୋଇପାରିବ । ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହେବେ । ଶିଳ୍ପ, ପରିବହନ, ବ୍ୟବସାୟରେ ଲାଭ ଆଶାନୁରୂପ ପାଇପାରିବେ ।

କନ୍ୟା ରାଶି:- ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।

ତୁଳା ରାଶି:- ଆଜି ସୁସ୍ଥତା ଅକ୍ଷୁର୍ଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ । ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ ।

ଅଧିକ ପଢ଼ନ୍ତୁ:-ଏହି ରେଳ ଷ୍ଟେସନରେ ଯାତ୍ରୀମାନଙ୍କୁ ପ୍ଲାଟଫର୍ମ ଟିକେଟ୍ କିଣିବା ପାଇଁ ଦେବାକୁ ପଡ଼ିବ ଅଧିକ ୩୦ ଟଙ୍କା, ଜାଣନ୍ତୁ ଏହାର କାରଣ

ବିଛା ରାଶି:- ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ । ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।

ଧନୁ ରାଶି:- ଆଜି ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଯୋଗୁ ବିଚଳିତ ହେବେ । ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ପ୍ରତଯୋଗିତା କିମ୍ବା ପ୍ରତିଦ୍ୱନ୍ଦିତାରେ ସଫଳତା ପାଇପାରିବେ । 

ମକର ରାଶି:- ଆଜି ପାରିବାରିକ ସ୍ଥିତି ଭଲ ରହି ନ ପାରେ । ଏଣେ ଯାହା ପାଇବା କଥା ତାହା ଠିକ୍ ସମୟରେ ପାଇବା ମଧ୍ୟ କଷ୍ଟକର ହେବାର ଆଶଙ୍କା ରହିଛି । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହୋଇପାରେ । ମିତ୍ର, ବନ୍ଧୁରେ ଭାଙ୍ଗି ପଡିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ ।

କୁମ୍ଭ ରାଶି:- ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ । ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ ଡିଲ୍ କରିବେ । ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ । ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ ।  

ମୀନ ରାଶି:- ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ । କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢିବେ । ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ ।