• ତୃତୀୟ ଟି-୨୦ରେ ବାଜି ମାରିଲା ଶ୍ରୀଲଙ୍କା
  • ଶେଷ ମ୍ୟାଚ୍ ସହ ସିରିଜ୍ ହାତେଇଲା ସିଂହଳୀ ଟିମ୍
  • ୨-୧ରେ ସିରିଜ୍ ହାରିଲା ଟିମ୍ ଇଣ୍ଡିଆ
  • ପାଠ ପାଇଁ ନୂଆ ନୀତି
  • ପ୍ରଧାନମନ୍ତ୍ରୀ କହିଲେ, ଗାଁ ଗାଁରେ ପହଂଚିବ ପ୍ଲେ ସ୍କୁଲ
  • ଖେଳରେ ଖେଳରେ ପିଲା ପଢ଼ିବେ ପାଠ
  • ସତ୍ୟନାରାୟଣଙ୍କୁ ଏନସିବି ଡିଜି ଅତିରିକ୍ତ ଦାୟିତ୍ୱ ପ୍ରଦାନ
  • ବିରୋଧୀ-ଶାସକଙ୍କ ହଟ୍ଟଗୋଳ ଭିତରେ ଚାଲିପାରୁନି ସଂସଦ
  • ଗତ ୭ ଦିନ ଭିତରେ ମାତ୍ର ୧୨ ଘଣ୍ଟା ଚାଲିପାରିଛି ସଂସଦର ଉଭୟ ସଦନ
  • ଦେଶୀ ଭାଷାରେ ଇଞ୍ଜିନିୟରିଂ ପାଠ୍ୟକ୍ରମ ପ୍ରସଙ୍ଗ

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶୁକ୍ରବାର

Horoscope of June 18: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶୁକ୍ରବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶୁକ୍ରବାର

Horoscope of June 18: ମେଷ ରାଶି:- ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।

ଅଧିକ ପଢ଼ନ୍ତୁ:-ସ୍ୱାସ୍ଥ୍ୟ ବିଭାଗର ଚିନ୍ତା, Delta plus ଭାରିଏଣ୍ଟ ଯୋଗୁଁ କୋରୋନାର ତୃତୀୟ ଲହର ହୋଇପାରେ ମାରାତ୍ମକ

ବୃଷ ରାଶି:- ଶାରୀରିକ କ୍ଲେଶ ବୃଦ୍ଧିପାଇବ । ମାନସିକ ଅବସାଦ ଦେଖାଦେବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । । ଗାଡିମଟର ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।

ମିଥୁନ ରାଶି:- ଆଜି ଦିନଟି ଭୋଗ, ବିଳାସ ଦିଗକୁ ସ୍ୱତଃ ମନ ଟାଣିହୋଇଯିବ । ଆଜି ବିଭିନ୍ନ ସୁତ୍ରରୁ ଗୁଡାଏ ଅର୍ଥଲାଭର ଯୋଗ ରହିଛି । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ ।
 
କର୍କଟ ରାଶି:- ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ । ବିଦେଶରେ ବ୍ୟବସାୟ କରୁଥିôବା ବ୍ୟକ୍ତିବିଶେଷ ଆଜି ବଡ ଡିଲ୍ କରିବେ । ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ । ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ ।  

ଅଧିକ ପଢ଼ନ୍ତୁ:-ଦେଶରେ କୋରୋନାର ତାଣ୍ଡବ ଜାରି: ଦିନକରେ ଚିହ୍ନଟ ହେଲା ଏତିକି ସଂକ୍ରମିତ, ୨୩୩୦ ସଂକ୍ରମିତଙ୍କ ମୃତ୍ୟୁ

ସିଂହ ରାଶି:- ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ । ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।

କନ୍ୟା ରାଶି:- ଆଜି ସୁସ୍ଥତା ଅକ୍ଷୁର୍ଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ । ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ ।

ତୁଳା ରାଶି:- ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ । କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢିବେ । ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ । କର୍ମ ଚଞ୍ଚଳ ରହିବେ । ପ୍ରତ୍ୟେକ କାର୍ଯ୍ୟରେ ତତ୍ପରତା ଦେଖାଇବେ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ଅକସ୍ମାତ୍ ଧନ ପ୍ରାପ୍ତିର ଯୋଗ ରହିଛି ।

ଅଧିକ ପଢ଼ନ୍ତୁ:-ୟୁପି ରାଜନୀତିରେ ଝଡ଼, ଭାଙ୍ଗିଯିବ କି BSP?

ବିଛା ରାଶି:- ଆଜି ପାରିବାରିକ ସ୍ଥିତି ଭଲ ରହି ନ ପାରେ । ଏଣେ ଯାହା ପାଇବା କଥା ତାହା ଠିକ୍ ସମୟରେ ପାଇବା ମଧ୍ୟ କଷ୍ଟକର ହେବାର ଆଶଙ୍କା ରହିଛି । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହୋଇପାରେ । ମିତ୍ର, ବନ୍ଧୁରେ ଭାଙ୍ଗିପଡିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ ।

ଧନୁ ରାଶି:- ଆଜି ଶିଳ୍ପ, ବାଣିଜ୍ୟ ପ୍ରଭୃତିରେ ପ୍ରତିଦ୍ୱନ୍ଦିତା ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ । କୌଣସି କାମ ସୁବିଧାରେ ହେବ ନାହିଁ । ପୂର୍ବରୁ ସାହାଯ୍ୟ କରିବାକୁ ପ୍ରତିଶୃତି ଦେଇଥିବା ମିତ୍ରମାନେ ମଧ୍ୟ ନିଜର ମତ ହଠାତ୍ ବଦାଇ ଅସହଯୋଗ କରିପାରନ୍ତି ।

ମକର ରାଶି:- ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବଂ ସଫଳ ହେବେ । ଧନଲାଭର ଯୋଗ ରହିଛି । ବିଦେଶ ଯିବା ଲୋକ ଶୁଭ ଖବର ପାଇବେ । ସ୍ୱାସ୍ଥ୍ୟ ବଢିଆ ରହିବ ।

ଅଧିକ ପଢ଼ନ୍ତୁ:-ତୃତୀୟ ଲହରର କାରଣ ପାଲଟିବ କି କୋରୋନାର ନୂଆ ଭାରିଏଣ୍ଟ 'Delta Plus'? ଜାଣନ୍ତୁ ଏହି ମାରାତ୍ମକ ରୂପର ୧୦ଟି ଗୁରୁତ୍ୱପୂର୍ଣ୍ଣ କଥା...

କୁମ୍ଭ ରାଶି:- ଦେହ ଓ ମନ ଭଲ ରହିବ । ପରିଶ୍ରମୀ ହେବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇବେ । ଆୟ ଅବ୍ୟାହତ ରହିବ । ପାରିବାରିକ ବୁଝାମଣାରେ ଅଭାବ ପରିଲକ୍ଷିତ ହେବ ।

ମୀନ ରାଶି:- ଆଜି ଆପଣପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି । ଆଶା ଓ ଅଭିଳାଷ ନିଶ୍ଚିତ ପୂରଣ ହୋଇପାରିବ । ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହେବେ । ଶିଳ୍ପ, ପରିବହନ, ବ୍ୟବସାୟରେ ଲାଭ ଆଶାନୁରୂପ ପାଇପାରିବେ ।