ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ସପ୍ତାହର ପ୍ରଥମ ଦିନ
Advertisement

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ସପ୍ତାହର ପ୍ରଥମ ଦିନ

Horoscope of March 1: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ସୋମବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ସପ୍ତାହର ପ୍ରଥମ ଦିନ

Horoscope of March 1: ମେଷ-ଶରୀର ସୁସ୍ଥ ରହିବ । ସମାୟନୁବର୍ତ୍ତୀ ହୋଇ କର୍ମ ସୂଚାରୁ ରୂପେ ତୁଳାଇବେ । ଅପବ୍ୟୟ ହେବ । ଶୁଭଖବର ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ପରିବେଶ ଅନୁକୂଳ ରହିବ । ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ । ବ୍ୟବସାୟ ଉତ୍ତମ ହେବ ।

ଅଧିକ ପଢ଼ନ୍ତୁ:-ଆସିଯାଇଛି ମାର୍ଚ୍ଚ ପାଇଁ LPG ସିଲିଣ୍ଡରର ନୂଆ ଦର, ଜାଣନ୍ତୁ କ'ଣ ରହିଛି ରେଟ୍

ବୃଷ-ଶରୀର ଅସୁସ୍ଥ ଓ ମନ ଭାରାକ୍ରାନ୍ତ ରହିବ । ଦାୟିତ୍ୱବୋଧ ବୃଦ୍ଧି ପାଇବ । ହଠାତ୍ ଧନ ପ୍ରାପ୍ତିର ସୂଚନା ମିଳୁଛି ।  ସମସ୍ତ କାର୍ଯ୍ୟ ସୂଚାରୁରୂପେ ସଂପାଦନ କରିବେ । ଦାମ୍ପତ୍ୟ ଶୁଭମୟ ଯିବ ।

ମିଥୁନ-କାର୍ଯ୍ୟ ବ୍ୟସ୍ତ ରହିବେ । ଆର୍ଥିକ ଅନଟନ ଦେଖାଦେବ । ମନ ଭାରକ୍ରାନ୍ତ ରହିବ । ଠକାମିର ଶିକାର ହେବେ । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ଖର୍ଚ୍ଚାନ୍ତ ହେବେ । ଘାତବାର ଭୋଗ ହେଉଥିବାରୁ ଦୀନ ଚର୍ଯ୍ୟାରେ ସତର୍କତା ଅବଲମ୍ବନ କରନ୍ତୁ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ ।

କର୍କଟ-ଶାରୀରିକ ସୁସ୍ଥତା ଲାଭ କରିବେ । ଦୃଢମନା ହେବେ । ବାଣିଜ୍ୟ ବ୍ୟବସାୟରେ ଭଲ ଲାଭ ମିଳିବ । ସମାଜ ସେବା ପ୍ରତି ମନ ବଳିବ । ଅଧିକ ଶ୍ରମ ଜନିତ କ୍ଲାନ୍ତି ଅନୁଭବ କରିବେ । ଆୟ ଅବ୍ୟାହତ ରହିବ । ପାରିବାରିକ ସ୍ନେହଶ୍ରଦ୍ଧା ମିଳିବ ।

ସିଂହ- ଶରୀର ସୁସ୍ଥ ରହିବ । ଅବସର ସମୟର ସଦ୍‌ଉପଯୋଗ କରିବେ । ବ୍ୟବସାୟ ଲାଭପ୍ରଦ ହେବ । କର୍ମକ୍ଷେତ୍ରରେ ସାଫଲ୍ୟତା ସହ ଉଚ୍ଚ ସମ୍ମାନ ପାଇବେ । ଆୟ ଉତ୍ତମ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । 

କନ୍ୟା-ଅସୁସ୍ଥତାରୁ ଆରୋଗ୍ୟ ଲାଭ କରିବେ । ବନ୍ଧୁବାନ୍ଧବଙ୍କ ଗହଣରେ ଦିନ କାଟିବେ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଅର୍ଥ ଓ ସମ୍ମାନ ମିଳିବ । ସାମାଜିକ ପ୍ରତିଷ୍ଠା ଅକ୍ଷୂର୍ଣ୍ଣ ରହିବ । । ଅକସ୍ମାତ ସୁସମ୍ବାଦ ପ୍ରାପ୍ତ ହେବ । ବିଭିନ୍ନ ସୂତ୍ରରୁ ଆୟର ଯୋଗ ରହୁଛି ।

ତୁଳା-ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ଡାକ୍ତରଙ୍କ ପରାମର୍ଶ ଲୋଡିବେ । କାର୍ଯ୍ୟାଳୟରେ କାର୍ଯ୍ୟଭାର ବୃଦ୍ଧି ପାଇବ । ବ୍ୟବସାୟୀଙ୍କ ଦୃଷ୍ଟିକୋଣରୁ ଦିନଟି ଉତ୍ତମ ଅଟେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନୋନିବେଶ କରିବେ ।

ବିଛା-ଦିନଟିରେ ଆପଣ ସକଳ କାର୍ଯ୍ୟରେ ସଫଳ ହେବେ । ଆମୋଦ ପ୍ରମୋଦରେ ଦିନ କାଟିବେ । ନୂତନ ବସ୍ତ୍ରାଦି କ୍ରୟ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ ପରିଶ୍ରମୀ ହେବେ । ବ୍ୟବସାୟରେ ଉତ୍ତମ ଲାଭ କରିବେ । ରାଜନୈତିକ ବ୍ୟକ୍ତିବିଶେଷଙ୍କ ପାଇଁ ସମ୍ମାନର ଦିନ ।

ଧନୁ-ମନ ପ୍ରଫୁଲ୍ଲ୍ ରହିବ । ମହିଳା ମାନଙ୍କର ସେବା ଓ ପୂଜାରେ ଦିନଟି କଟିବ । ଆୟ ଅଭିବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବକେୟା କାର୍ଯ୍ୟ ସବୁ ସଂପାଦନ କରିବେ । ବ୍ୟବସାୟରେ ସ୍ୱଳ୍ପଲାଭ ମିଳିବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ ।

ମକର- ଦେହ ଓ ମନ ଭଲ ରହିବ । ପ୍ରତ୍ୟେକଟି କାର୍ଯ୍ୟ ସୁଚାରୁ ରୁପେ ହବ । ବନ୍ଧୁ ସହଯୋଗ ପାଇବେ । ବ୍ୟବସାୟରେ ଲାଭପ୍ରଦ ହେବ । ପାରିବାରିକ ଜୀବନ ଶାନ୍ତି ପୂର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ମହିଳା ମାନଙ୍କର ସେବା ଓ ପୂଜାରେ ଦିନଟି କଟିବ । ଆୟ ଅଭିବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ଅଧିକ ପଢ଼ନ୍ତୁ:-ମାର୍ଚ୍ଚ ୧ରୁ ବଦଳିଯିବ ବ୍ୟାଙ୍କିଂ ଓ LPG ସିଲିଣ୍ଡର ସହ ଜଡ଼ିତ ଏହି ନିୟମ, ଦେଶର କୋଟି କୋଟି ଲୋକ ହେବେ ପ୍ରଭାବିତ!

କୁମ୍ଭ- ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତିରେ ବିଳମ୍ବ ହେବ । ଅବସର ସମୟର ସଦ୍‌ଉପଯୋଗ କରିବେ । ପାରିବାରିକ ବିଶୃଙ୍ଖଳା ଦେଖାଦେବ । ମୁଣ୍ଡବିନ୍ଧା, ଉଦର ପୀଡା ଭଳି ଅସୁସ୍ଥତା ଦେଖାଦେବ । କୌଣସି ବି କାର୍ଯ୍ୟ ଠିକ୍ ଭାବେ ତୁଳାଇପାରିବେ ନାହିଁ । ଧାର କରଜ କରିପାରନ୍ତି ।

ମୀନ- ସାମାନ୍ୟ ଉଦରପୀଡା ଦେଖାଦେଇପାରେ । କର୍ମଚାପ ବୃଦ୍ଧି ପାଇବ । ଆୟ ଆଶାନୁରୂପକ ହେବ । ସହକର୍ମୀଙ୍କ ସହ ମତଭେଦ ଦେଖାଦେଇପାରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଆର୍ଥିକ ସମସ୍ୟାକୁ ନେଇ ଚିନ୍ତିତ ରହିବେ । ଅପରିଚିତଙ୍କୁ ଜଗି ଚଳନ୍ତୁ ।