)
Horoscope of March 17: ମେଷ- ଆଜି ଆପଣଙ୍କର ଘାତଚନ୍ଦ୍ର । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ଅଶାନ୍ତିର କାରଣ ହେବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । କୋର୍ଟ କଚେରୀ ସମ୍ପର୍କିତ ରାୟ ଆପଣଙ୍କ ବିପକ୍ଷରେ ଯିବ ।
ଅଧିକ ପଢ଼ନ୍ତୁ:-LIC ଲଞ୍ଚ କଲା ନୂତନ ସଞ୍ଚୟ ପ୍ଲାନ୍, ମିଳିବ ଏହି ସୁବିଧା
ବୃଷ- ହସ ଖୁସିରେ ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟରେ ଅଭିବୃଦ୍ଧି ହେବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ ।
ମିଥୁନ- ମନ ପ୍ରସନ୍ନ ରହିବ । କାର୍ଯ୍ୟାଳୟରେ ଅଧିକ ଉର୍ତ୍ସଗୀକୃତ ହୋଇ କାର୍ଯ୍ୟ କରିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ । ମାଲି ମୋକଦ୍ଦମାରେ ବିଜୟୀ ହେବେ ।
କର୍କଟ- ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ଚିଡିଚିଡା ସ୍ୱଭାବର ହେବେ । କୌଣସି ଦ୍ରବ୍ୟ ଚୋରି କିମ୍ବା ହଜି ଯାଇପାରେ । ସାଂସାରିକ ଜୀବନ ବାଧା ପ୍ରାପ୍ତ ହେବ । ପଡୋଶୀଙ୍କ ସହ ସମ୍ପର୍କରେ ତିକ୍ତତା ଆସିବ ।
ସିଂହ- ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।
କନ୍ୟା- ଅସୁସ୍ଥତାରୁ ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ବନ୍ଧୁ ସୂତ୍ରରୁ ଲାଭବାନ ହେବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭମୟ ଅଟେ ।
ତୁଳା- ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଓ ବ୍ୟୟ ସମାନ ରହିବ । ପାରିବାରିକ ସୁଖସମ୍ମାନ ଲାଭ କରିବେ । ସେବା ପୂଜା ପ୍ରତି ମନ ବଳିବ । ବ୍ୟବସାୟ ଲାଭପ୍ରଦ ହେବ ।
ବିଛା- ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।
ଧନୁ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।
ମକର- ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ । ବ୍ୟବସାୟ ଆଶାନୁରୂପକ ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।
କୁମ୍ଭ- ଆଶାବାଦୀ ହେବେ । ଅସଂପୂର୍ଣ୍ଣ କାର୍ଯ୍ୟ ଆଜି ସଂପୂର୍ଣ୍ଣ କରିବେ । ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ଅପରାହ୍ନରେ କୌଣସି ଶୁଭକାର୍ଯ୍ୟରେ ଯୋଗ ଦେବେ । ପାରିବାରିକ ଜୀବନ ସୁଖଶାନ୍ତି ପୂର୍ଣ୍ଣ ରହିବ ।
ମୀନ- ସ୍ୱାସ୍ଥ୍ୟ ସଚେତନ ହେବେ । ସ୍ଥିର ଚିତ୍ତରେ ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ବ୍ୟବସାୟ ଭଲ ହେବ । ଦୂରଯାତ୍ରା ସଫଳ ହେବ ।