Horoscope of May 11: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ମଙ୍ଗଳବାର...
Trending Photos
Horoscope of May 11: ମେଷ- ମାନସିକ ଅବସାଦ ଦେଖାଦେବ । କର୍ମ ଚାପ ବଢିବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । ପାରିବାରିକ ଜୀବନରେ ବୁଝାମଣାର ଅଭାବ ପରିଲକ୍ଷିତ ହେବ । ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ନବ ବିବାହିତ ଦମ୍ପତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ ।
ଅଧିକ ପଢ଼ନ୍ତୁ:-ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୯,୭୦୬ କୋରୋନା ସଂକ୍ରମିତ
ବୃଷ- ଦୃଢମନା ହେବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।
ମିଥୁନ- ସୌଭାଗ୍ୟ ବନ୍ତ ହେବେ । ସମସ୍ତ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ଅଟେ । ଆୟ ବୃଦ୍ଧି ପାଇବ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ ଦିନଟି ଶୁଭପ୍ରଦ ହେବ ।
କର୍କଟ- ସୂଚାରୁ ରୂପେ ସମସ୍ତ କାର୍ଯ୍ୟ ତୁଳାଇବେ । ସ୍ୱାସ୍ଥ୍ୟ ପ୍ରତି ବିଶେଷ ଯତ୍ନବାନ ହେବେ । କାର୍ଯ୍ୟାଳୟରେ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ଆୟ ଉତ୍ତମ ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ ।
ଅଧିକ ପଢ଼ନ୍ତୁ:-ମେ'ରେ ଆଉ ୭ ଦିନ ବନ୍ଦ ରହିବ ବ୍ୟାଙ୍କ, କୋରୋନା କାଳରେ ଘରୁ ବାହାରିବା ପୂର୍ବରୁ ଦେଖନ୍ତୁ ଏହି ଲିଷ୍ଟ୍
ସିଂହ- ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।
କନ୍ୟା- ଆଜି ସୁସ୍ଥତା ଅକ୍ଷୁର୍ଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ । ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ ।
ତୁଳା- ଶରୀର ସୁସ୍ଥ ରହିବ । ମାନସିକ ଶାନ୍ତିବଜାୟ ରହିବ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ଦାମ୍ପତ୍ୟ ଜୀବନ ବେଶ ସୁଖମୟ ହେବ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ ।ପରାମର୍ଶ ନେଇ କାର୍ଯ୍ୟ କରନ୍ତୁ ।
ଅଧିକ ପଢ଼ନ୍ତୁ:-ଜୁନ ୨୩ରେ କଂଗ୍ରେସକୁ ମିଳିବ ନୂଆ ଅଧ୍ୟକ୍ଷ!
ବିଛା- ମଜଲିସରେ ଦିନ କାଟିବେ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ । କର୍ମ କ୍ଷେତ୍ରରେ ଉପରିସ୍ଥଧିକାରୀଙ୍କ ଆସ୍ଥା ଭାଜନ ହେବେ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ସେବା ପୂଜା ପାଇଁ ମନ ବଳିବ ।
ଧନୁ- ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ । ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।
ମକର- ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ । ଜରୁରୀ କାର୍ଯ୍ୟ କିମ୍ବା ନିର୍ଣୟ ନିଅନ୍ତୁ ନାହିଁ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ । ବ୍ୟାପରରେ ବାଧା ଆସିପାରେ । ପରିବାରରେ ହଠାତ ପ୍ରତିକ୍ର୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ ।
କୁମ୍ଭ- ଦେହ ଓ ମନ ଭଲ ରହିବ । ଦିନଟିରେ ଉତ୍ସାହ ପୂର୍ବକ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ବ୍ୟବସାୟ ଲାଭପ୍ରଦ ହେବ । ଆୟ ବୃଦ୍ଧି ପାଇବ । ପଡୋଶୀ ମାନଙ୍କ ସହ ମଧୁରତା ହେଖା ଦେବ । ପାରିବାରିକ ଜୀବନ ଶାନ୍ତରେ କଟିବ । ମଜଲିସରେ ଦିନ କାଟିବେ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ ।
ମୀନ- ଶାରୀରିକ ସୁସ୍ଥତା ଲାଭ କରିବେ । କର୍ମ କ୍ଷେତ୍ର ଉଜ୍ଜଳମୟ ହେବ । ଆୟ ବୃଦ୍ଧି ପାଇବ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ ଦିନଟି ଶୁଭପ୍ରଦ ହେବ । କର୍ମ କ୍ଷେତ୍ରରେ ଉପରିସ୍ଥଧିକାରୀଙ୍କ ଆସ୍ଥା ଭାଜନ ହେବେ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ସେବା ପୂଜା ପାଇଁ ମନ ବଳିବ ।